Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖାଉଟିଙ୍କ ପାଇଁ ଆଶ୍ବସ୍ତିକର ଖବର: କମିଲା ଖାଇବା ତେଲର ମୂଲ୍ୟ
ଆଜିର ଖବର

ଖାଉଟିଙ୍କ ପାଇଁ ଆଶ୍ବସ୍ତିକର ଖବର: କମିଲା ଖାଇବା ତେଲର ମୂଲ୍ୟ

June 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶର ଖାଉଟିମାନଙ୍କୁ ସୁଲଭ ମୂଲ୍ୟରେ ଖାଇବା ତେଲ ଯୋଗାଇ ଦେବାକୁ ସରକାର ତେଲ ଉପରୁ ମୌଳିକ ଆମଦାନୀ ଶୁଳ୍କ ହ୍ରାସ କରିଛନ୍ତି। ଏହି ମର୍ମରେ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି (ନଂ.୩୯/୨୦୨୩) ୨୦୨୩ ଜୁନ ୧୪ତାରିଖରେ ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ଅନୁସାରେ ରିଫାଇନ୍ ହୋଇଥିବା ସୋୟାବିନ୍ ତେଲ (ଏଚ୍ଏସ୍ କୋଡ-୧୫୦୭୯୦୧୦) ଓ ରିଫାଇନ ହୋଇଥିବା ସୂର୍ଯ୍ୟମୁଖୀ ତେଲ (ଏଚ୍ଏସ୍ କୋଡ ୧୫୧୨୧୯୧୦)ଉପରୁ ମୌଳିକ ଆମଦାନୀ ଶୁଳ୍କକୁ ୧୭.୫% ଶତାଂଶରୁ ୧୨. ୫ ଶତାଂଶକୁ ହ୍ରାସ କରାଯାଇଛି। ଏହି ଆଦେଶ ତତ୍କାଳ ଅର୍ଥାତ୍ ଆଜିଠାରୁ ଲାଗୁ ହୋଇଛି। ୨୦୨୪ ମାର୍ଚ୍ଚ ୩୧ ଯାଏ ଏହା ବଳବତ୍ତର ରହିବ।

ଘରୋଇ ବଜାରରେ ଖାଇବା ତେଲ ମୂଲ୍ୟକୁ ହ୍ରାସ କରିବାକୁ କେନ୍ଦ୍ର ସରକାର ପୂର୍ବରୁ ଯେଉଁ ସବୁ ନିଷ୍ପତ୍ତି ନେଇଥିଲେ ଏହି ଶୁଳ୍କ ହ୍ରାସ ତାହାକୁ ଆହୁରି ସୁଦୃଢ କରିବ। ମୌଳିକ ଆମଦାନୀ ଶୁଳ୍କ ଏପରି ଏକ ଟିକସ ଯାହା ଘରୋଇ ବଜାରରେ ଖାଇବା ତେଲ ମୂଲ୍ୟକୁ ମହଙ୍ଗା କରେ। ଫଳରେ ଖାଉଟିଙ୍କୁ ଅଧିକ ଅର୍ଥ ଦେଇ ଖାଇବା ତେଲ କିଣିବାକୁ ହୋଇଥାଏ। ରିଫାଇନଡ୍ ସୋୟାବିନ୍ ଓ ସୂର୍ଯ୍ୟମୁଖୀ ତେଲର ଆମଦାନୀ ଉପରୁ ମୌଳିକ ଆମଦାନୀ ଶୁଳ୍କ ହ୍ରାସ ହେବା ଫଳରେ ଘରୋଇ ବଜାରରେ ଏହି ଦୁଇ ତେଲର ଖୁଚୁରା ମୂଲ୍ୟ କମିବ। ଏହା ଫଳରେ ଖାଉଟି ଉପକୃତ ହେବେ।

ସୂଚନାଯୋଗ୍ୟ ଯେ, ରିଫାଇନ୍ ହୋଇଥିବା ସୋୟାବିନ ଓ ସୂର୍ଯ୍ୟମୁଖୀ ତେଲ ଉପରୁ ସରକାର ଏହା ପୂର୍ବରୁ ୨୦୨୧ ଅକ୍ଟୋବରରେ ମୌଳିକ ଆମଦାନୀ ଶୁଳ୍କ ୩୨.୫ ଶତାଂଶରୁ ୧୭.୫ ଶତାଂଶକୁ ହ୍ରାସ କରିଥିଲେ। ସେତେବେଳେ ଏହି ଦୁଇ ତେଲର ଆର୍ନ୍ତଜାତିକ ମୂଲ୍ୟ ଅତି ଅଧିକ ଥିବାରୁ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଥିଲେ। ସେତେବେଳେ ଉଚ୍ଚା ମୌଳିକ ଆମଦାନୀ ଶୁଳ୍ପ ଯୋଗୁଁ ଘରେଇ ବଜାରରେ ଏହି ତେଲର ଦାମ ବହୁ ଅଧିକ ଥିଲା।

ଦେଶରେ ଖାଇବା ତେଲର ମୂଲ୍ୟକୁ ନିୟନ୍ତ୍ରଣରେ ରଖିବା ପାଇଁ କେନ୍ଦ୍ର ଖାଉଟି କଲ୍ୟାଣ, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ଓ ଏହାର ବିଭାଗ ସବୁ ତୀକ୍ଷ୍ଣ ନଜର ରଖିଛି। ଖାଇବା ତେଲର ମୂଲ୍ୟକୁ ନିୟମିତଭାବେ ଅନୁଧ୍ୟାନ କରାଯାଇ ଆବଶ୍ୟକ ସ୍ଥଳେ ହସ୍ତକ୍ଷେପ ମାଧ୍ୟମରେ ଏହାର ମୂଲ୍ୟକୁ ସ୍ଥିର ରଖିବାକୁ ଉଦ୍ୟମ କରାଯାଉଛି। ଘରୋଇ ବଜାରରେ ଖାଇବା ତେଲର ଅଭାବ ଯେପରି ନ ରହେ ତା’ ଉପରେ ମଧ୍ୟ କେନ୍ଦ୍ର ସରକାର ବିଶେଷ ଧ୍ୟାନ ରଖିଛନ୍ତି।

ଖାଇବା ତେଲ ସୂର୍ଯ୍ୟମୁଖୀ ତେଲ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026
Latest News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.