Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଥଯାତ୍ରାରେ ପୁରୀରେ ହେବନି ବର୍ଷା, ଜୁନ୍ ୨୩ ପରେ ଆସିବ ଦକ୍ଷିଣ ପଶ୍ଚିମ ମୌସୁମୀ
ଆଜିର ଖବର

ରଥଯାତ୍ରାରେ ପୁରୀରେ ହେବନି ବର୍ଷା, ଜୁନ୍ ୨୩ ପରେ ଆସିବ ଦକ୍ଷିଣ ପଶ୍ଚିମ ମୌସୁମୀ

June 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆରବ ସାଗରରେ ସୃଷ୍ଟି ହୋଇଥିବା ଭୀଷଣ ଘୂର୍ଣ୍ଣିଝଡର ‘ବିପର୍ଯ୍ୟୟ’ ଦୁର୍ବଳ ହୋଇଥିବା ବେଳେ ଉତର ପଶ୍ଚିମା ବାୟୁର ବେଗ ଏବଂ ଦିଗରେ ପରିବର୍ତନ ଯୋଗୁଁ ଓଡ଼ିଶାରେ ଦିନର ତାପମାତ୍ରା ହ୍ରାସ ପାଇବ ବୋଲି ଆଜି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି।

ଉଭୟ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଦିନର ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ଥିବା ବେଳେ ପଶ୍ଚିମ ଓଡ଼ିଶା ଜିଲ୍ଳାଗୁଡ଼ିକରେ ଜୁନ୍ ୨୧ ପର୍ଯ୍ୟନ୍ତ ତାପମାତ୍ରା ୪୦ ରୁ ୪୨ ଡିଗ୍ରୀ ସେଲସିୟସ ରହିପାରେ। ତେବେ ଉପକୂଳ ଅଂଚଳରେ ତାପମାତ୍ରା ୩୬ ରୁ ୩୮ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି।
ଜୁନ୍ ୨୩ ତାରିଖ ପରେ ସାରା ରାଜ୍ୟରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ରୁ କମ୍ ରହିବ ବୋଲି ସେ କହିଛନ୍ତି।

ଡକ୍ଟର ସାହୁ କହିଛନ୍ତି ଯେ ବାତ୍ୟା ‘ବିପର୍ଯ୍ୟୟ’ ଦୁର୍ବଳ ହୋଇ ଅବପାତରେ ପରିଣତ ହେବା ପରେ ରାଜସ୍ଥାନ ଓ ଏହାର ନିକଟବର୍ତୀ ଅଂଚଳରେ ଏହାର ପ୍ରଭାବ ରହିଥିଲା। ଫଳରେ ଘଂଟା ପ୍ରତି ୪୫ କିମି ବେଗରେ ଉତର ପଶ୍ଚିମ ଦିଗରୁ ଶୁଷ୍କ ଓ ଉତପ୍ତ ପବନ ପାକିସ୍ତାନ ଆଡୁ ବଙ୍ଗୋପସାଗର ଆଡକୁ ପ୍ରବାହିତ ହେଉଥିଲା। ଏଥି ଯୋଗୁଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅତ୍ୟଧିକ ମାତ୍ରାରେ ରୌଦ୍ର ତାପ ଅନୁଭୂତ ହେଲା।

ଯଦିଓ କୌଣସି କୌଣସି ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିଥିଲା ତଥାପି ଏହା ରୌଦ୍ର ତାପକୁ ପ୍ରତିହତ କରିପାରିଲା ନାହିଁ ବୋଲି ସେ କହିଛନ୍ତି।

ଡକ୍ଟର ସାହୁ କହିଛନ୍ତି ଯେ ଜୁନ୍ ୨୩ ତାରିଖରେ ଝାଡଖଣ୍ଡ ତଥା ନିକଟବର୍ତୀ ବିହାର ଏବଂ ପଶ୍ଚିମବଙ୍ଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ଏହା ଦକ୍ଷିଣ ମୁହାଁ ହୋଇ ଉତର ଓଡ଼ିଶା ଆଡକୁ ପ୍ରବାହିତ ହେବ। ଏହା ସହ ଜୁନ୍ ୨୩ ରୁ ୨୫ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ।

ଏହାର ପ୍ରଭାବରେ ଜୁନ୍ ୨୩ କିମ୍ବା ତା’ ପରବର୍ତୀ ସମୟରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ତେବେ ଜୁନ୍ ୨୩ ତାରିଖ ପର୍ଯ୍ୟନ୍ତ ପ୍ରାକ୍ ମୌସୁମୀ କାଳବୈଶାଖୀର ପ୍ରଭାବ ଯୋଗୁଁ ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଏବଂ ଉତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଜୁନ୍ ୨୯ ତାରିଖରେ ଉତର ପଶ୍ଚିମ ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷାର ମାତ୍ରା ବଢ଼ିପାରେ ବୋଲି ଡକ୍ଟର ସାହୁ କହିଛନ୍ତି।

ମଙ୍ଗଳବାର ମହାପ୍ରଭୁ ଜଗନ୍ନାଥଙ୍କର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ସେଦିନ ପୁରୀରେ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ଡକ୍ଟର ସାହୁ କହିଛନ୍ତି। ଏହି ଦିନ ପୁରୀରେ ଦିନର ତାପମାତ୍ରା ୩୩ ରୁ ୩୫ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବା ସମ୍ଭାବନା ଥିବା ବେଳେ ଗୁଳୁଗୁଳି୬୫ ରୁ ୭୫ ପ୍ରତିଶତ ରହିବ ବୋଲି ସେ କହିଛନ୍ତି।

ଆରବ ସାଗର ଘୂର୍ଣ୍ଣିଝଡ ଦକ୍ଷିଣ ପଶ୍ଚିମ ମୌସୁମୀ ପୁରୀ ବିପର୍ଯ୍ୟୟ ମହାପ୍ରଭୁ ଜଗନ୍ନାଥ ରଥଯାତ୍ରା ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱକପ୍ ରୁ ଓହରିବା ସମ୍ପର୍କରେ ବଡ ବିବୃତ୍ତି ଜାରି କଲା ବାଂଲାଦେଶ: ଖେଳାଳିମାନଙ୍କୁ ଦେଲା ଦୋଷ

February 11, 2026

ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କ ସମ୍ପତ୍ତି କେତେ?: ଜାଣନ୍ତୁ ସବୁକିଛି

February 11, 2026

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନଗତ ସାକ୍ଷରତା ଏବଂ ସଚେତନତା ଶିବିର

February 11, 2026

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026
Latest News

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବ୍ୟାଙ୍କ ଖୋଲା ରହିବ କି ବନ୍ଦ ରହିବ?, ଜାଣନ୍ତୁ

February 11, 2026

ବିଶ୍ୱକପ୍ ରୁ ଓହରିବା ସମ୍ପର୍କରେ ବଡ ବିବୃତ୍ତି ଜାରି କଲା ବାଂଲାଦେଶ: ଖେଳାଳିମାନଙ୍କୁ ଦେଲା ଦୋଷ

February 11, 2026

ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କ ସମ୍ପତ୍ତି କେତେ?: ଜାଣନ୍ତୁ ସବୁକିଛି

February 11, 2026

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନଗତ ସାକ୍ଷରତା ଏବଂ ସଚେତନତା ଶିବିର

February 11, 2026

୨୦୨୬ ଟି-୨୦ ବିଶ୍ୱକପ: IND vs PAK ମ୍ୟାଚ୍ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନୀ ଖେଳାଳି

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.