Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରୀୟ ସଂଚାର ବ୍ୟୁରୋ ବାଲେଶ୍ୱର ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ
ଆଜିର ଖବର

କେନ୍ଦ୍ରୀୟ ସଂଚାର ବ୍ୟୁରୋ ବାଲେଶ୍ୱର ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, (ସିବିସି) ବାଲେଶ୍ୱର ଶାଖା ଏବଂ ସ୍ଥାନୀୟ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ମିଳିତ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ଯୋଗଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ପରିସରରେ ଯୋଗ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଲେଜ ଅଧ୍ୟକ୍ଷ ଶ୍ରୀ ଦିଲ୍ଲୀପ କୁମାର ଘୋଷ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଯୋଗ ଶିକ୍ଷକ ତଥା କୁନ୍ତଳା କୁମାରୀ ସାବତ ମହାବିଦ୍ୟାଳୟର ଅଧ୍ୟାପକ ସଞ୍ଜୀବ କୁମାର ତାଲଦି, ଏନଏସଏସ ପ୍ରୋଗ୍ରାମ ଅଧିକାରୀ ସ୍ମୃତିରେଖା ଟୁଡୁ, ସସ୍ମିତା ପଣ୍ଡା, ଅଧ୍ୟାପକ ରଞ୍ଜନ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଯୋଗଦ୍ୱାରା କିଭଳି ଶାରୀରିକ ଏବଂ ମାନସିକ ସୁସ୍ଥତା ହାସଲ କରିହେବ ସେ ବିଷୟରେ ଅତିଥିମାନେ ଅଭିଭାଷଣ ରଖିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହାବିଦ୍ୟାଳୟର ପିଲାମାନଙ୍କୁ ନେଇ ଏକ ସଚେତନତା ପଦଯାତ୍ରା ସହର ପରିକ୍ରମା କରିଥିଲା।

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋର କ୍ଷେତ୍ର ପ୍ରଚାର ଅଧିକାରୀ ନିର୍ମାଲ୍ୟ ବେହେରା କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବା ବେଳେ ସହଯୋଗୀ ଖଗେଶ ବାଇପାଇ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିଲେ।

ଯୋଗ ଦିବସ ଉପଲକ୍ଷେ ଆୟୋଜିତ ବକ୍ତୃତା, ପ୍ରବନ୍ଧ ଲିଖନ ଏବଂ ପ୍ରଶ୍ନୋତ୍ତର ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନଙ୍କୁ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଶେଷରେ ଶ୍ରଦ୍ଧା କ୍ରିଏଟିଭ୍‌ ଆର୍ଟସ୍‌ ପକ୍ଷରୁ ସଚେତନତାମୂଳକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ଅନ୍ତର୍ଜାତୀୟ ଯୋଗ ଦିବସ କେନ୍ଦ୍ରୀୟ ସଂଚାର ବ୍ୟୁରୋ ବାଲେଶ୍ୱର ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026
Latest News

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଚୀନ୍ ଏବଂ ଆମେରିକାକୁ ପଛରେ ପକାଇବ ଭାରତର ଅଟୋ ଶିଳ୍ପ: ନୀତିନ୍ ଗଡକରୀ କହିଲେ ମାଷ୍ଟର ପ୍ଲାନ 

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.