Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

June 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ବ୍ୟକ୍ତ କରିଛନ୍ତି। ଏହାସହିତ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦେବା ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ସେହିଭଳି ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଘୋଷଣା କରିଛନ୍ତି।

ଏହାକୁ ନେଇ ପ୍ରଧାନମନ୍ତ୍ରୀ ଟ୍ବିଟ କରି କହିଛନ୍ତି ଯେ, ”ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ମୁଁ ମର୍ମାହତ। ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ୍ ପାଣ୍ଠି (PMNRF)ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ। ଆହତ ମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଯୋଗାଇ ଦିଆଯିବ।”

ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ମୁଁ ମର୍ମାହତ । ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ୍ ପାଣ୍ଠି(PMNRF)ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତ ମାନଙ୍କୁ ୫୦…

— PMO India (@PMOIndia) June 26, 2023

ଉଲ୍ଲେଖ ଯୋଗ୍ୟ ଯେ, ଗତକାଲି ମଧ୍ୟ ରାତ୍ରୀରେ ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି ମହାବିଦ୍ୟାଳୟ ନିକଟରେ ଭୟାବହ ଦୁର୍ଘଟଣା ଘଟି ୧୫ ରୁ ଉର୍ଦ୍ଧ୍ବ ଲୋକଙ୍କ ପ୍ରାଣହାନୀ ଘଟିଥିବା ବେଳେ ପ୍ରାୟ ୨୫ ଜଣ ଗୁରୁତର ଆହତ ହୋଇଥିଲେ। ମୃତକଙ୍କ ମଧ୍ୟରେ ଦୁଇଟି ପିଲା ଅଛନ୍ତି। ନିକଟସ୍ଥ କୌଣସି ଏକ ଗାଁ କୁ କନ୍ୟା ଯାତ୍ରୀ ବସ୍ ପ୍ରାୟ ୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଅପରପକ୍ଷରୁ ଗୁଡ଼ାରୀ ଠାରୁ ଭୁବନେଶ୍ଵର ଅଭିମୁଖେ ଯାଉଥିବା ଓ ଏସ୍ ଆର୍ ଟି ସି ବସ୍ ସହ ମୁହାଁମୁହିଁ ଧକ୍କା ହୋଇ ଏହି ଭଳି ଘଟଣା ଘଟିଥିଲା ଓ ଉଭୟ ବସ୍ ର ଡ଼୍ରାଇଭର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଅନୁକମ୍ପା ରାଶି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବସ୍‌ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025
Latest News

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025

ରାଜ୍ୟ ମନ୍ତ୍ରୀମଣ୍ଡଳ ସଂପ୍ରାସରଣ ଚର୍ଚ୍ଚା ଭିତରେ ଦିଲ୍ଲୀ କାହିଁକି ଗଲେ ବିଜେପି ସଭାପତି ମନମୋହନ ସାମଲ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.