Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ପକ୍ଷରୁ ନ୍ୟାୟିକ ସେବାର ଶିକ୍ଷାନବିସମାନଙ୍କ ପାଇଁ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ
ଆଜିର ଖବର

ବିଧାନସଭା ପକ୍ଷରୁ ନ୍ୟାୟିକ ସେବାର ଶିକ୍ଷାନବିସମାନଙ୍କ ପାଇଁ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ

June 27, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଧାନସଭା ପକ୍ଷରୁ ନ୍ୟାୟିକ ସେବାର ଶିକ୍ଷାନବିସମାନଙ୍କ ପାଇଁ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପକ୍ଷରୁ ଆଜି ମାନ୍ୟବର କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ନ୍ୟାୟିକ ସେବାର ଶିକ୍ଷାନବିସମାନଙ୍କ ପାଇଁ ଏକ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ନ୍ୟାୟିକ ସେବାର ୫୧ ଜଣ ଶିକ୍ଷାନବିସ ଯୋଗ ଦେଇଛନ୍ତି।

ପୂର୍ବାହ୍ନରେ ବିଧାନସଭା ସମ୍ମିଳନୀ କକ୍ଷରେ ମାନ୍ୟବର କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ସିଂହ ଏହି କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ୱଳନପୂର୍ବକ ଉଦ୍‌ଘାଟନ କରିବା ସହ ଶିକ୍ଷାନବିସମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଶିକ୍ଷାନବିସମାନଙ୍କୁ ଓଡ଼ିଶା ବିଧାନସଭାର ଇତିହାସ ଓ ବିଭିନ୍ନ କାର୍ଯ୍ୟାବଳୀ ସମ୍ବନ୍ଧରେ ସେ ବିଶଦ ସୂଚନା ଦେଇଥିଲେ।

ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ ସ୍ୱାଗତ ଭାଷଣ ପ୍ରଦାନ ଅବସରରେ କହିଲେ ଯେ ଜ୍ଞାନ ଆହରଣ ଏକ ନିରନ୍ତର ପ୍ରକ୍ରିୟା। ନିଜର ଜ୍ଞାନରେ ସନ୍ତୁଷ୍ଟ ନହୋଇ ଅଧିକ ଜାଣିବାର ଆଗ୍ରହ ସବୁବେଳେ ବଳବତ୍ତର ରହିବା ଆବଶ୍ୟକ। ଗଣତନ୍ତ୍ରର ତିନୋଟି ସ୍ତମ୍ଭ କାର୍ଯ୍ୟପାଳିକା, ବ୍ୟବସ୍ଥାପକ ଏବଂ ନ୍ୟାୟପାଳିକାର ବିଭିନ୍ନ ବିଶେଷତ୍ୱ ସମ୍ବନ୍ଧରେ ବର୍ଣ୍ଣନା କରିବା ସହ ସେ ବିଧାୟକମାନଙ୍କ ଭୂମିକା ଏବଂ ଆହ୍ୱାନର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ।

ଅନ୍ୟତମ ଅତିଥି ଭାବେ ଯୋଗଦେଇ ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଧନେଶ୍ୱର ମଲ୍ଲିକ କହିଲେ ଯେ ବିଧାନସଭାର ବିଭିନ୍ନ କାର୍ଯ୍ୟକ୍ରମ କିପରି ସମାପନ ହୁଏ ସେ ସମ୍ବନ୍ଧରେ ଜାଣିବା ପାଇଁ ଆପଣମାନଙ୍କୁ ଏକ ସୁଯୋଗ ମିଳିଛି ଏବଂ ଏଥିରୁ ଆପଣମାନେ ବହୁତ କିଛି ଶିଖି ପାରିବେ। ସେ ମଧ୍ୟ ଗଣତାନ୍ତ୍ରିକ ବ୍ୟବସ୍ଥାରେ କାର୍ଯ୍ୟପାଳିକା, ବ୍ୟବସ୍ଥାପକ ଏବଂ ନ୍ୟାୟପାଳିକାର ବିଭିନ୍ନ ଦିଗ ଏବଂ ଏହାର ଦାୟିତ୍ୱ ଓ କର୍ତ୍ତବ୍ୟ ସଂପର୍କରେ ସୂଚନା ଦେଇଥିଲେ।

ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଶିବପ୍ରସାଦ ପଟ୍ଟନାୟକ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ସାଧନ ବକ୍ତା ଭାବେ ବିଧାନସଭାରେ ବିଭିନ୍ନ ବିଲ୍‌ କିପରି ପ୍ରସ୍ତୁତ ଓ ପାରିତ ହୋଇଥାଏ ସେ ସଂପର୍କରେ ଶିକ୍ଷାନବିସମାନଙ୍କୁ ସୂଚନା ଦେଇଥିଲେ । ଅନ୍ୟତମ ସାଧନ ବକ୍ତା ଭାବରେ ଯୋଗଦେଇ ବିଧାନସଭାର ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ ଶ୍ରୀ ବିଜୟ କୁମାର ସାହୁ ବିଧାନସଭାର ଗଠନ ଏବଂ ବିଧାନସଭା ଗୃହ ମଧ୍ୟସ୍ଥ ଅନ୍ୟାନ୍ୟ କାର୍ଯ୍ୟର ପରିଚାଳନା ସଂପର୍କରେ ସୂଚନା ପ୍ରଦାନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ବାଚସ୍ପତି ବିଧାନସଭା ସଂପର୍କିତ ଶିକ୍ଷାନବିସମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ। ଆଇନ ବିଭାଗର ଅତିରିକ୍ତ ଶାସନ ସଚିବଙ୍କ ସମେତ ବିଧାନସଭାର ଅନ୍ୟ ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ଏବଂ ଗବେଷଣା ଅଧିକାରୀ ପ୍ରଶାନ୍ତ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026
Latest News

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.