Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜରୁରୀ ଅବତରଣ କଲା ମମତା ବାନାର୍ଜୀଙ୍କ ହେଲିକପ୍ଟର, ପିଠି ଓ ଗୋଡରେ ଲାଗିଛି ଆଘାତ
ଆଜିର ଖବର

ଜରୁରୀ ଅବତରଣ କଲା ମମତା ବାନାର୍ଜୀଙ୍କ ହେଲିକପ୍ଟର, ପିଠି ଓ ଗୋଡରେ ଲାଗିଛି ଆଘାତ

June 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କଲିକତା: ଖରାପ ପାଗ ହେତୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ହେଲିକପ୍ଟରକୁ ସିଲିଗୁଡି ନିକଟ ସେଭୋକ ଏୟାରବେସରେ ଅବତରଣ କରାଯାଇଥିଲା। ଏହି ସମୟରେ ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କ ଗୋଡ ଓ ପିଠିରେ ଆଘାତ ଲାଗିଛି।

ଗଣମାଧ୍ୟମ ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ବାନାର୍ଜୀଙ୍କୁ ଏସଏସକେ ହସ୍ପିଟାଲକୁ ନିଆଯାଇଛି, ଯେଉଁଠାରେ ଡାକ୍ତରମାନେ ତାଙ୍କୁ ପରୀକ୍ଷା କରୁଛନ୍ତି। ଭିଡିଓରେ ଏହା ଦେଖିବାକୁ ମିଳେ ଯେ ସେ ଚାଲିବାରେ ଯନ୍ତ୍ରଣା ଭୋଗୁଛନ୍ତି। କିନ୍ତୁ ସେ ଚକ ଚେୟାର ନେବାକୁ ମନା କରିଦେଇଛନ୍ତି।

ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଜଲପାଇଗୁଡିରେ ହେବାକୁ ଥିବା ନିର୍ବାଚନ ସମାବେଶକୁ ସମ୍ବୋଧିତ କରିବା ପରେ ମମତା ବାନାର୍ଜୀ ବାଗଡୋଗ୍ରା ବିମାନବନ୍ଦରକୁ ଯାଉଥିଲେ। ତା’ପରେ ବୈକୁଣ୍ଠପୁରର ଜଙ୍ଗଲ ଉପରେ ଉଡ଼ୁଥିବା ବେଳେ ତାଙ୍କ ହେଲିକପ୍ଟର ଖରାପ ପାଣିପାଗ ଅଞ୍ଚଳରେ ପହଞ୍ଚିଥିଲା। ଏହା ପରେ ହେଲିକପ୍ଟରର ଜରୁରୀ ଅବତରଣ କରାଯାଇଥିଲା।

ସୂଚନା ଅନୁଯାୟୀ ଅତ୍ୟଧିକ ବର୍ଷା ହେତୁ ପାଇଲଟ୍ ଜରୁରୀକାଳୀନ ଅବତରଣ କରିବାକୁ ନିଷ୍ପତ୍ତି ନେଇଥିଲେ। ପଞ୍ଚାୟତ ନିର୍ବାଚନ ପାଇଁ ବାନାର୍ଜୀ ଅନେକ ଅଞ୍ଚଳ ଗସ୍ତ କରୁଛନ୍ତି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଜୁଲାଇ ୮ ତାରିଖରେ ଅନୁଷ୍ଠିତ ହେବ।

ଜରୁରୀ ଅବତରଣ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଲିଗୁଡି
Share. Facebook Twitter LinkedIn Email WhatsApp Copy Link

Related Posts

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026
Latest News

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.