ପ୍ରାଣୀଧନ ନିରୀକ୍ଷକ ସଂଘର ବିଭିନ୍ନ ଦାବି ସଂପର୍କରେ ଆଲୋଚନା

Published: Jun 30, 2023, 11:23 pm IST
ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅଧ୍ୟକ୍ଷତାରେ  ଆଜି ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ରାଜ୍ୟରେ କାର୍ଯ୍ୟରତ ପ୍ରାଣୀଧନ ନିରୀକ୍ଷକ ସଂଘର ବିଭିନ୍ନ ଦାବି ସଂପର୍କରେ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। କୃଷି ଭବନଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ଯେ ବିଭାଗ ପକ୍ଷରୁ ସଂଘର ବିଭିନ୍ନ ଦାବି ସଂପର୍କରେ ଅନୁଧ୍ୟାନ କରାଯାଉଛି।
ଏହି ପରିପ୍ରେକ୍ଷୀରେ ସଂଘ ତରଫରୁ ତୁରନ୍ତ ଧର୍ମଘଟ ପ୍ରତ୍ୟାହାର କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସଂଘର କର୍ମକର୍ତ୍ତା ଓ ପ୍ରତିନିଧିମାନଙ୍କୁ ଅନୁରୋଧ କରିଛନ୍ତି।
ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, କଟକ-ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳଙ୍କ ସମେତ ସଂଘର ସଭାପତି, ସାଧାରଣ ସଂପାଦକ ଓ ଅନ୍ୟାନ୍ୟ କର୍ମକର୍ତ୍ତା ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Related posts