Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟୁରୋପୀୟ ବିଚାର ‘ମୁଁ’ ଓ ଭାରତ ‘ଆମେ’ ବିଚାରରେ ବିଶ୍ୱାସ କରେ: କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ୟୁରୋପୀୟ ବିଚାର ‘ମୁଁ’ ଓ ଭାରତ ‘ଆମେ’ ବିଚାରରେ ବିଶ୍ୱାସ କରେ: କେନ୍ଦ୍ରମନ୍ତ୍ରୀ

July 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲାଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକହୋଲଡର ମାନଙ୍କୁ ଉଦ୍ୟମ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ମଙ୍ଗଳବାର ନୂଆଦିଲ୍ଲୀ ଠାରେ ‘ସୋସିଆଲ ଏଣ୍ଟରପ୍ରାଇଜ୍ କନକ୍ଲେଭ’ର ଶୁଭାରମ୍ଭ କରିବା ଅବସରରେ ଶ୍ରୀ ପ୍ରଧାନ ଏହି ଆହ୍ୱାନ କରିଛନ୍ତି। ଇନଷ୍ଟିଚ୍ୟୁଟ୍ ଅଫ୍ ରୁରାଲ ମ୍ୟାନେଜମେଣ୍ଟ ଆନନ୍ଦ(ଆଇଆରଏମଏ) ଓ ଏଲଆଇସି ହାଉସିଂ ଫାଇନାନ୍ସର ମିଳିତ ଭାଗିଦାରୀରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ  ପ୍ରଧାନ କହିଛନ୍ତି ଯେ ଅମୃତ କାଳରେ ଭାରତ ନୂଆ ଦିଶା ଓ ଦୃଷ୍ଟିକୋଣ ରଖିଛି। ବିଶ୍ୱର ବିଶ୍ୱାସ ଭାରତ ଉପରେ ବଢିଛି। ଆମକୁ ଏବେ ଆମର ପାରମ୍ପରିକ ସାମଗ୍ରୀକୁ ବୈଶ୍ୱିକ ବଜାରରେ ଯୋଡିବାର ଉପାୟ ଅନ୍ୱେଷଣ କରିବାକୁ ହେବ। ଦେଶରେ ପ୍ରଶିକ୍ଷଣ ପାଇ ଘରେ ମାଆ ଓ ଭଉଣୀମାନେ ପ୍ରସ୍ତୁତ କରିଥିବା ସିଲାଇ କିମ୍ବା ଅନ୍ୟାନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ଆଣିବା ଦରକାର। ଏଥିପାଇଁ ଏହା  ଉପରେ ଉଦ୍ୟମ କରିବା ଦରକାର।

ଆଗାମୀ ଦିନରେ ଦେଶ ଦ୍ରୁତ ଗତିରେ ଅଭିବୃଦ୍ଧି ହେବ। ଭାରତ ଆଜି ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନ ବଢୁଛି। ଏଭଳି ସମୟରେ ସୋସିଆଲ ଏଣ୍ଟରପାଇଜ କ୍ଷେତ୍ରରେ ଅନେକ ଚ୍ୟାଲେଞ୍ଜ ଅଛି। ତାହାକୁ ଦୃଷ୍ଟିରେ ରଖି ସରକାରୀ ଫଣ୍ଡ୍ ଉପରେ ନିର୍ଭର ନ ହୋଇ ନିବେଶକଙ୍କ ପ୍ରତି ସଚ୍ଚୋଟପଣ ଦେଖାଇବାକୁ ଶ୍ରୀ ପ୍ରଧାନ ପରାମର୍ଶ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ୟୁରୋପୀୟ ଓ ଭାରତୀୟ ବିଚାରଧାରାର ମୂଳ ଅନ୍ତର ରହିଛି। ୟୁରୋପୀୟ ବିଚାର ‘ମୁଁ’, ମୋର ଦୁନିଆ, ମୋର ଆଇଡିଆକୁ ଦର୍ଶାଉଛି। ମାତ୍ର ଭାରତ ‘ଆମେ’ରେ ବିଶ୍ୱାସ କରେ। ଏହିଭଳି ଭାବେ ଦୁନିଆ ସାମ୍ନାରେ ଅନ୍ୟମାନଙ୍କ ପାଇଁ ବଞ୍ଚିବାର ମଡେଲ ବନାଇବା ପାଇଁ ଶ୍ରୀ ପ୍ରଧାନ ଉପସ୍ଥିତ ସୋସିଆଲ ଏଣ୍ଟରପାଇଜର ଅଂଶୀଦାର ମାନଙ୍କୁ ପରାମର୍ଶ ଦେଇଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026

ବେଆଇନ ପଥର ଖଣିରେ ରେଡ

May 20, 2026

୯୯୩ କୋଟି ଟଙ୍କାର ଆରାକୋନମ-ଚେଙ୍ଗାଲପଟୁ ଦୋହରୀକରଣ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

May 20, 2026

ଆଜି ମହାପ୍ରଭୁଙ୍କ ବନକଲାଗି

May 20, 2026
Latest News

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026

ବେଆଇନ ପଥର ଖଣିରେ ରେଡ

May 20, 2026

୯୯୩ କୋଟି ଟଙ୍କାର ଆରାକୋନମ-ଚେଙ୍ଗାଲପଟୁ ଦୋହରୀକରଣ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

May 20, 2026

ଆଜି ମହାପ୍ରଭୁଙ୍କ ବନକଲାଗି

May 20, 2026

୫୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ କର୍ଣ୍ଣେଲ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.