Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

July 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାମର ଅଗ୍ରଗତି ନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହି ପ୍ରକଳ୍ପର ପରିକଳ୍ପନା ୨୦୧୭ ମସିହାରେ ହୋଇଥିଲା। ଏହି ବର୍ଷ ଭାରତର ତତ୍କାଳୀନ ଅର୍ଥମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲୀ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ପାଳନ ପାଇଁ କେନ୍ଦ୍ର ବଜେଟରେ ଅର୍ଥ ବରାଦ କରିବା ସହ ଓଡ଼ିଆ ଜାତିର ବୀରତ୍ୱକୁ ରାଷ୍ଟ୍ରୀୟ-ଅନ୍ତରାଷ୍ଟ୍ରୀୟ ସ୍ୱୀକୃତି ପ୍ରଦାନ କରିଥିଲେ। ପରେ ୨୦୧୭ ଜୁଲାଇ ୨୦ରେ ତତ୍କାଳୀନ ରାଷ୍ଟ୍ରପତିଙ୍କ ଉପସ୍ଥତିରେ ନୂଆଦିଲ୍ଲୀ ଠାରେ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ସମାରୋହର ଆୟୋଜନ ହୋଇଥିଲା। ୨୦୧୮ ଡିସେମ୍ବର ୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରୁଣେଇ ପାଦଦେଶରେ ପାଇକ ବିଦ୍ରୋହର ସ୍ମାରକୀ ମୁଦ୍ରା ଓ ଷ୍ଟାମ୍ପ ଉନ୍ମୋଚନ କରିଥିଲେ। ୨୦୧୯ ଡିସେମ୍ବର ୮ରେ ଭାରତର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକ ସ୍ମାରକୀର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

୨୦୧୭ରୁ ପାଖାପାଖି ୬ ବର୍ଷ ମଧ୍ୟରେ ପାଇକ ବିଦ୍ରୋହ ସ୍ମାରକୀ ନିର୍ମାଣ ପାଇଁ ସବୁ ବୁଝାମଣା ହୋଇ ସାରିଛି। ରାଜ୍ୟ ସରକାର ବରୁଣେଇର ପାଦଦେଶରେ ଜମି ମଧ୍ୟ ଉପଲବ୍ଧ କରାଇଛନ୍ତି। ଭାରତ ସରକାରଙ୍କ ସଂସ୍କୃତି ବିଭାଗ ସବୁ ନିୟମକୁ ମାନିବା ପାଇଁ ପ୍ରସ୍ତୁତ ଅଛନ୍ତି। ପ୍ରକଳ୍ପ ସ୍ଥାନରୁ ବିଦ୍ୟୁତ ଖୁଣ୍ଟ ଓ ଗଛ ହସ୍ତାନ୍ତରଣ ପାଇଁ ଅର୍ଥ ଦିଆଯାଇଛି। ଏହା ସ୍ମାରକୀ ନିର୍ମାଣ କାର୍ଯ୍ୟରେ ବିଳମ୍ବ ଘଟିଛି। ପାଇକ ବିଦ୍ରୋହ ହେଉଛି ଓଡିଆ ଜାତିର ସ୍ୱାଭିମାନ, ଅସ୍ମିତା ଓ ଗୌରବର ପ୍ରତୀକ। ତେଣୁ ଓଡ଼ିଆ ଅସ୍ମିତାର ପ୍ରତୀକ ଭାବେ ପାଇକ ସ୍ମାରକୀ ନିର୍ମାଣ ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଏହି ପ୍ରକଳ୍ପ ସ୍ଥାନ ପରିଦର୍ଶନ ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ସହ ସାଂସଦ ଭର୍ତ୍ତୃହରି ମହତାବ ସାଥୀରେ ଥିଲେ।

ଖୋର୍ଦ୍ଧା ଧର୍ମେନ୍ଦ୍ର ପ୍ରଧାନ ପାଇକ ବିଦ୍ରୋହ ବରୁଣେଇ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026
Latest News

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.