Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସ ଅନୁଷ୍ଠାନ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସ ଅନୁଷ୍ଠାନ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

July 8, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସ(ଆଇଏଚଏସ) ପରିଦର୍ଶନ କରିବା ଅବସରରେ ଏହି ଅନୁଷ୍ଠାନକୁ ସ୍ୱୟଂଶାସିତ ମହାବିଦ୍ୟାଳୟ ଭାବରେ ଘୋଷଣା କରିଛନ୍ତି। ଏହି ପ୍ରତିଷ୍ଠାନକୁ ୟୁନିଭରସିଟି ଗ୍ରାଣ୍ଟ୍ କମିଶନ (ୟୁଜିସି) ସ୍ୱତନ୍ତ୍ର ବର୍ଗରେ ଅଟୋନୋମସ କଲେଜ ଭାବରେ ମାନ୍ୟତା ପ୍ରଦାନ କରିଛି ବୋଲି ସେ କହିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଗସ୍ତ କାଳରେ କ୍ୟାମ୍ପସ ପରିସରରେ ଦିବ୍ୟାଙ୍ଗ ଶିଶୁ ମାନଙ୍କ ପାଇଁ ଥିବା ମଡେଲ୍ ସେଣ୍ଟର, ଇଣ୍ଟିଗ୍ରେଟେଡ ରିହାବିଲିଟେସନ ସେଣ୍ଟର, କ୍ଲିନିକ୍ ବ୍ଲକ, ଏକାଡେମିକ ବ୍ଲକ, ବାଲମୁକୁନ୍ଦ ରେହାବ ହସ୍ପିଟାଲ ବୁଲି ଦେଖିବା ସହ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଏବଂ ପ୍ରଶିକ୍ଷକ ମାନଙ୍କୁ ଭେଟିଥିଲେ। ସେ କହିଛନ୍ତି ଆଜି ମୋ ପାଇଁ ଏକ ସ୍ମରଣିୟ ଦିନ। ଶିକ୍ଷାନୁଷ୍ଠାନର ଅନୁକୂଳଯୁକ୍ତ ଶୈକ୍ଷିକ ବାତାବରଣରେ ଦିବ୍ୟାଙ୍ଗ ମାନଙ୍କୁ ଗୁଣାତ୍ମକ ଶିକ୍ଷା ସହ ବିଭିନ୍ନ ଚିକିତ୍ସା, ଥେରାପି ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଉଦ୍ୟମ ଖୁବ ପ୍ରଶଂସନୀୟ। ଆଜି ଏହି ଶିକ୍ଷାନୁଷ୍ଠାନକୁ ଆସି ଦିବ୍ୟାଙ୍ଗ ମାନଙ୍କୁ ଭେଟି ଭଗବାନଙ୍କୁ ପୂଜା କରିବା ଠାରୁ ଅଧିକ ସୌଭାଗ୍ୟ ମିଳିଲା।

ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଅଞ୍ଚଳରେ ଏକ ଉତ୍କର୍ଷ କେନ୍ଦ୍ର ଭାବେ ପରିଣତ ହେଉଥିବା ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସକୁ ୟୁଜିସି ବିଶେଷ ବର୍ଗରେ ସ୍ୱୟଂଶାସିତ ମହାବିଦ୍ୟାଳୟ ପାଇଁ ମାନ୍ୟତା ପ୍ରଦାନ କରାଯିବା ଖୁସିର ବିଷୟ। ଏଣିକି ଏହି ଅନୁଷ୍ଠାନର ନିଜସ୍ୱ ପାଠ୍ୟକ୍ରମ, ପରୀକ୍ଷା ପଦ୍ଧତି ସହ ସାର୍ଟିଫଫିକେଟ୍ ପ୍ରଦାନ କରାଯିବ। ଏହି ଅନୁଷ୍ଠାନ ସହ ମେଧାବୀ ଓଡ଼ିଆ ପିଲାମାନେ ଯୋଡି ହେଉଛନ୍ତି। ଏହାର ଅର୍ଥ ଏହି ପାଠ୍ୟକ୍ରମ ପ୍ରତି ପିଲା ମାନଙ୍କ ମଧ୍ୟରେ ସମ୍ବେଦନଶୀଳତା ଅଛି। ଦିବ୍ୟାଙ୍ଗଙ୍କ ପାଠପଢାକୁ ସୁଗମ କରିବା ସହ ସମାଜରେ ମୌଳିକ ଆବଶ୍ୟକତା ପୂରଣ କରିବା ପାଇଁ ଦାୟିତ୍ୱ ନେବା ପାଇଁ ପଡିବ। ଦୀର୍ଘ ୨୫ ବର୍ଷ ଧରି ଦିବ୍ୟାଙ୍ଗ ମାନଙ୍କୁ ପାଠ ପଢାଇବା ସହ ମଣିଷ ତିଆରି କାମରେ ଲାଗିଥିବା ଏହି ଅନୁଷ୍ଠାନକୁ ଆଗକୁ ନେବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ପ୍ରଥମ ଥର ପାଇଁ ଦିବ୍ୟାଙ୍ଗଙ୍କ ପରିଭାଷା ବଦଳାଇଛନ୍ତି। ମୋଦି ସରକାରରେ ଦିବ୍ୟାଙ୍ଗ ମାନଙ୍କୁ ଉଚିତ୍ ସମ୍ମାନ ମିଳିଛି। ବିଶେଷ ଭାବରେ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ହେବା ପରେ ଏହା ଉପରେ ଧ୍ୟାନ ଦେବା ଭାରତ ସରକାରଙ୍କ ପ୍ରାଥମିକତାର ବିଷୟ ହୋଇଛି। ଏହି ଅନୁଷ୍ଠାନରେ ଅଧ୍ୟୟନରତ ଦିବ୍ୟାଙ୍ଗ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ବ୍ୟତିତ ସମ୍ମାନର ସହ କୁଶଳୀ କରି ସେମାନଙ୍କୁ ରୋଜଗାର ବ୍ୟବସ୍ଥା ସହ ଯୋଡିବା ପାଇଁ ବ୍ୟବସ୍ଥା କରାଯିବ। ଶିକ୍ଷକଙ୍କୁ ପ୍ରଶିକ୍ଷଣ ସହ ଭିତ୍ତିଭୂମିର ବିକାଶ ଦିଗରେ ଗୁରୁତ୍ୱ ଦିଆଯିବ। ଏହି ଅନୁଷ୍ଠାନକୁ ଆଗାମୀ ଦିନରେ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ ପ୍ରଚେଷ୍ଟା କରାଯିବ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ୟୁଜିସି
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରୁ ବେଆଇନ ଘେରି ଉଚ୍ଛେଦ

May 19, 2026

ଡକାୟତି ଯୋଜନା ପଣ୍ଡ: ଦୁଇ ନାବାଳକ ସହ ୩ ଯୁବକ କୋର୍ଟ ଚାଲାଣ

May 19, 2026

ବାଲିଅନ୍ତା ଭିଡ଼ ହିଂସା ଘଟଣାର ପୁନରାବୃତ୍ତି : ସାମନାକୁ ଆସିଲା ଆଉ ଏକ ସଂଘବଦ୍ଧ ଆକ୍ରମଣର ଦୃଶ୍ୟ

May 19, 2026

ମସଜିଦରେ ଗୁଳିମାଡ଼ : ୫ ମୃତ

May 19, 2026
Latest News

ଚିଲିକାରୁ ବେଆଇନ ଘେରି ଉଚ୍ଛେଦ

May 19, 2026

ଡକାୟତି ଯୋଜନା ପଣ୍ଡ: ଦୁଇ ନାବାଳକ ସହ ୩ ଯୁବକ କୋର୍ଟ ଚାଲାଣ

May 19, 2026

ବାଲିଅନ୍ତା ଭିଡ଼ ହିଂସା ଘଟଣାର ପୁନରାବୃତ୍ତି : ସାମନାକୁ ଆସିଲା ଆଉ ଏକ ସଂଘବଦ୍ଧ ଆକ୍ରମଣର ଦୃଶ୍ୟ

May 19, 2026

ମସଜିଦରେ ଗୁଳିମାଡ଼ : ୫ ମୃତ

May 19, 2026

ପୁଣି ଥରେ ବଢିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.