Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଣିଷର ଶ୍ରେଷ୍ଠ ବନ୍ଧୁକୁ ମଧ୍ୟ ହୃଦ୍‌ଘାତ ହୁଏ, କିନ୍ତୁ ନୀରବରେ ସହିଯାଏ କଷ୍ଟ
ଆଜିର ଖବର

ମଣିଷର ଶ୍ରେଷ୍ଠ ବନ୍ଧୁକୁ ମଧ୍ୟ ହୃଦ୍‌ଘାତ ହୁଏ, କିନ୍ତୁ ନୀରବରେ ସହିଯାଏ କଷ୍ଟ

July 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯନ୍ତ୍ରଣା ସହିଥାନ୍ତି। ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି, ମାତ୍ର ଜନ୍ତୁଟିର ହୃଦ୍ ସମସ୍ୟା ସମ୍ପର୍କରେ ଜାଣିପାରି ନଥାନ୍ତି। ଏହି ହୃଦ୍‌ସମସ୍ୟା ଜନ୍ମଗତ ହୋଇପାରେ କିମ୍ବା ପରବର୍ତ୍ତୀ ସମୟରେ ଦେଖାଦେଇଥାଏ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ କାନାଇନ୍ କାର୍ଡିଓଲୋଜି (କୁକୁରଙ୍କ ହୃଦ୍‌ରୋଗ) ସମ୍ପର୍କିତ ଆୟୋଜିତ ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଯୋଗ ଦେଇ ବିଶେଷଜ୍ଞମାନେ ଏହି ମତ ରଖିଛନ୍ତି।

କୁକୁରର ଆୟୁଷ ୧୨ ରୁ ୧୫ ବର୍ଷ ହୋଇଥିବା ବେଳେ ସେମାନଙ୍କ କ୍ଷେତ୍ରରେ ମଧ୍ୟ ହୃଦ୍‌ରୋଗ ଏକ ସାଧାରଣ ସମସ୍ୟା ବୋଲି ଜଣାପଡ଼ିଛି। ୫ ରୁ ୬ ବର୍ଷ ବୟସର ହୋଇଥିବା ବେଳେ କୁକୁରମାନଙ୍କର ଏହି ହୃଦ୍‌ରୋଗ ସମସ୍ୟା ଶରୀରରେ ଦେଖାଦେଇଥାଏ ବୋଲି ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ ଆଣ୍ଡ ଆନିମଲ୍ ହଜବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌)ର ଡିନ୍ ପ୍ରଫେସର (ଡାକ୍ତର) ବ୍ରହ୍ମଦେବ ପଟ୍ଟନାୟକ କହିଛନ୍ତି।

ଘରେ ରଖୁଥିବା ପୋଷା କୁକୁରଟି ଯଦି ହାଲିଆ ହେବା ପରି ଜଣାପଡ଼େ, ଠିକ୍ ଭାବେ ଚାଲି ନ ପାରେ, ଖାଇବାକୁ ଇଚ୍ଛା କରେ ନାହିଁ କିମ୍ବା ଡାକିଲେ ନ ଶୁଣେ ତେବେ ମାଲିକମାନେ ସେମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ଉଚିତ୍ ବୋଲି ସେ କହିଛନ୍ତି।

କୁକୁରଟିର ହୃଦ୍ ସମସ୍ୟା ଅଛି ବୋଲି ଜାଣିବା କଷ୍ଟକର ହୋଇଥିବାରୁ ତା’ର ନିୟମିତ ହୃଦ୍ ସମ୍ପର୍କିତ ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ଉଚିତ୍। ନୂତନ ଆଧୁନିକ ପରୀକ୍ଷଣ ପ୍ରକ୍ରିୟା ଦ୍ୱାରା ଏହି ସମସ୍ୟାକୁ ଚିହ୍ନଟ କରିହେବ ବୋଲି ପ୍ରଫେସର ପଟ୍ଟନାୟକ କହିଛନ୍ତି। ବାର୍ତ୍ତମାନ କୁକୁରମାନଙ୍କର ଶରୀରରେ ପେସମେକର ମଧ୍ୟ ଲଗା ଯାଇପାରୁଛି ବୋଲି ସେ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ବିଭାଗର ନିର୍ଦ୍ଦେଶକ ଡାକ୍ତର ୱାଇ. ବିଜୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ଏ ସମ୍ପର୍କରେ ସଚେତନତାର ଆବଶ୍ୟକତା ରହିଛି। ଗୃହକର୍ତାମାନେ ମଧ୍ୟ ଗୃହପାଳିତ ପଶୁମାନଙ୍କର ସ୍ୱାସ୍ଥ୍ୟ ସମ୍ପର୍କିତ ଲକ୍ଷଣ ବୁଝିବା ଉଚିତ ବୋଲି ସେ କହିଛନ୍ତି।

ସମ୍ମିଳନୀରେ ଅଧ୍ୟକ୍ଷତା କରି ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କହିଥିଲେ ଯେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏଭଳି ସମ୍ମିଳନୀକୁ ପ୍ରୋତ୍ସାହନ ଦିଆଯାଉଛି ଏବଂ କୁକୁରଙ୍କ ସ୍ୱାସ୍ଥ୍ୟ କ୍ଷେତ୍ରରେ ଗବେଷଣାକୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଓ ଆଇଭିଏସ୍‌ଏଏଚ୍‌ର ଆସୋସିଏଟ୍ ଡିନ୍ ପ୍ରଫେସର (ଡାକ୍ତର) ସୁଶାନ୍ତ କୁମାର ଦାସ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ସମ୍ମିଳନୀର କାର୍ଯ୍ୟକାରୀ ସମ୍ପାଦକ ତଥା ଆଇଭିଏସ୍‌ଏଏଚ୍ ଅନ୍ତର୍ଗତ ଭେଟେରିନାରୀ କ୍ଲିନିକାଲ୍ କମ୍ପଲେକ୍ସର ନିର୍ଦ୍ଦେଶକ ପ୍ରଫେସର (ଡାକ୍ତର) ଶ୍ରୀନିବାସ ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ତାମିଲନାଡୁ, ମହାରାଷ୍ଟ୍ର, ହିମାଚଳପ୍ରଦେଶ, ପଞ୍ଜାବ, ସିକିମ, ଉତରପ୍ରଦେଶ, ତ୍ରିପୁରା ଓ ତେଲେଙ୍ଗାନାରୁ ୮ ଜଣ ବିଶେଷଜ୍ଞ ତଥା ୨୦ ଜଣ ପ୍ରତିନିଧି ଯୋଗ ଦେଇଛନ୍ତି। ଚାରିଟି ଟେକ୍ନିକାଲ୍ ସେସନ୍‌ରେ ସମୁଦାୟ ୨୦ଟି ବିଷୟବସ୍ତୁ ଉପରେ ଆଲୋଚନା କରାଯିବ।

ଏହି ସମ୍ମିଳନୀକୁ ଆଇଭିଏସ୍‌ଏଏଚ୍ ପକ୍ଷରୁ ଡାକ୍ତର ସାଲିବାହାନ୍ ଚକ୍ରବର୍ତୀ, ପ୍ରଫେସର ବାନାମ୍ବର ଦାଶ, ପ୍ରଫେସର ରାଧାମୋହନ ନରେନ୍ଦ୍ର, ପ୍ରଫେସର ଧନଞ୍ଜୟ ଦାସ, ଆସିଷ୍ଟାଂଟ ପ୍ରଫେସର ବଳରାମ ସାହୁ, ଦେବେନ୍ଦ୍ର ବିଶ୍ୱାଳ, ବିକାଶ ଦାସ, ଆନାଲିସା ଦେବବର୍ମା ଓ ପ୍ରଜ୍ଞା ମହାପାତ୍ର ପରିଚାଳନା କରୁଛନ୍ତି।

କୁକୁର ଜାତୀୟ ସମ୍ମିଳନୀ ଶିକ୍ଷା ଓ ଅନୁସନ୍ଧାନ ହୃଦ୍‌ଘାତ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026
Latest News

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.