Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଯୁବ ଦକ୍ଷତା ଦିବସରେ ‘ଏଆଇ ଫର୍ ଇଣ୍ଡିଆ ୨.୦’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ବିଶ୍ୱ ଯୁବ ଦକ୍ଷତା ଦିବସରେ ‘ଏଆଇ ଫର୍ ଇଣ୍ଡିଆ ୨.୦’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

July 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ଠାରେ ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଉପରେ ଏକ ମାଗଣା ଅନଲାଇନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଏଆଇ ଫର୍ ଇଣ୍ଡିଆ ୨.୦’ର ଶୁଭାରମ୍ଭ କରିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ, ସ୍ଥାନୀୟ ଭାଷାରେ ଅନଲାଇନ୍ ଟେକ୍ନୋଲୋଜି ଶିକ୍ଷା ଦେଉଥିବା ବୈଷୟିକ ପ୍ଲାଟଫର୍ମ ଗୁଭି, ରାଷ୍ଟ୍ରୀୟ ଧନ୍ଦାମୂଳକ ଶିକ୍ଷା ଏବଂ ପ୍ରଶିକ୍ଷଣ ପରିଷଦ(ଏନସିଇଭିଟି) ଏବଂ ଆଇଆଇଟି ମାଡ୍ରାସର ମିଳିତ ଉଦ୍ୟମରେ ଏହି ପଦକ୍ଷେପ ସ୍ୱାଗତଯୋଗ୍ୟ। ଏହି ସ୍ୱୀକୃତିପ୍ରାପ୍ତ ଅନଲାଇନ୍ କାର୍ଯ୍ୟକ୍ରମ ଯୁବପିଢ଼ିଙ୍କୁ ଦକ୍ଷତା କ୍ଷେତ୍ରରେ ସଶକ୍ତ କରିବ। ଗୁଭି ଏହି କାର୍ଯ୍ୟକ୍ରମକୁ ୯ଟି ଭାରତୀୟ ଭାଷାରେ ପ୍ରସ୍ତୁତ କରିଛି। ପ୍ରଯୁକ୍ତିବିଦ୍ୟା ଶିକ୍ଷାରେ ଭାଷା ପ୍ରତିବନ୍ଧକକୁ ଦୂର କରିବା ଏବଂ ବିଶେଷ ଭାବରେ ଗ୍ରାମାଞ୍ଚଳରେ ଥିବା  ଆମ ଯୁବଶକ୍ତିଙ୍କୁ ଭବିଷ୍ୟତରେ ସଶକ୍ତ କରିବା ଦିଗରେ ଏହା ଏକ ଭଲ ପଦକ୍ଷେପ। ଏହି ଅବସରରେ ଶ୍ରୀ ପ୍ରଧାନ ଗୁଭିକୁ ସମସ୍ତ ଭାରତୀୟ ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଥିଲେ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଜାପାନ, ଜର୍ମାନ ଭଳି ପ୍ରଗତିଶୀଳ ରାଷ୍ଟ୍ର ଇଂରାଜୀ ଭାଷାରେ ସେତେ ସଶକ୍ତ ନୁହଁନ୍ତି । କିନ୍ତୁ ସେମାନେ ଏଆଇ କ୍ଷେତ୍ରରେ ବହୁତ ସୁଦୃଢ। ତେଣୁ ଇଂରାଜି ନୁହେଁ ବରଂ ନିଜ ଭାଷାରେ ହିଁ ସବୁ ଶିକ୍ଷା ଓ ଟେକ୍ନୋଲୋଜି କ୍ଷେତ୍ରରେ ପ୍ରାଥମିକତା ଦେବା ଦରକାର। ଏହାବ୍ୟତିତ ସେ କହିଛନ୍ତି ଯେ ଏଆଇ ବର୍ତ୍ତମାନ ସବୁସ୍ଥାନରେ। ଆଜି ଭାରତର ୟୁପିଆଇ ପେମେଣ୍ଟ ଟେକ୍ନୋଲୋଜି କ୍ଷେତ୍ରରେ ଏକ ଅଭୂତପୂର୍ବ ସଫଳତା ହାସଲ କରିଛି। ଦେଶରେ ଜିଏସଟି ଅଭିବୃଦ୍ଧି ଘଟୁଛି। ତେଣୁ ଦେଶ ଏହି କ୍ଷେତ୍ରରେ ଦ୍ରୁତ ଗତିରେ ଆଗକୁ ବଢୁଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ବିଶ୍ୱ ଯୁବ ଦକ୍ଷତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.