Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ଆମେନିଟିଜ୍‌ କମିଟି ସଦସ୍ୟଙ୍କ ନେଭା ଆପ୍ଲିକେସନ୍‌ର ପ୍ରୟୋଗ ସଂପର୍କିତ ପ୍ରଶିକ୍ଷଣ
ଆଜିର ଖବର

ବିଧାନସଭା ଆମେନିଟିଜ୍‌ କମିଟି ସଦସ୍ୟଙ୍କ ନେଭା ଆପ୍ଲିକେସନ୍‌ର ପ୍ରୟୋଗ ସଂପର୍କିତ ପ୍ରଶିକ୍ଷଣ

July 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ବିଧାନସଭାରେ ଆଜି ଆମେନିଟିଜ୍‌ କମିଟିର ସଦସ୍ୟ ଥିବା ବିଧାୟକମାନେ ନେଭା ଆପ୍ଲିକେସନ୍‌ର ପ୍ରୟୋଗ ସଂପର୍କିତ ଆବଶ୍ୟକୀୟ ପ୍ରଶିକ୍ଷଣ ନେଇଛନ୍ତି। ପ୍ରକାଶଯୋଗ୍ୟ ଯେ ଭାରତ ସରକାରଙ୍କ ଏହା ହେଉଛି ଏକ ମିଶନ ମୋଡ୍‌ ପ୍ରକଳ୍ପ। ଖୁବ୍‌ ଶୀଘ୍ର ଏହା ମାଧ୍ୟମରେ ଦେଶରେ ସଂସଦ ସମେତ ସମସ୍ତ ବିଧାନସଭାକୁ ପେପରଲେସ୍‌ ପ୍ରକ୍ରିୟାରେ ପରିଚାଳନା କରାଯିବ।

ଆଜି ଦ୍ୱିତୀୟ ଦିନର ଏହି କାର୍ଯ୍ୟକ୍ରମରେ ମାନ୍ୟବର କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହଙ୍କ ଉପସ୍ଥିତିରେ ନେଭା କାର୍ଯ୍ୟକ୍ରମ କିଭଳି ଭାବେ ଓଡ଼ିଶା ବିଧାନସଭାରେ ସଫଳ ଭାବେ କାର୍ଯ୍ୟକାରୀ ହେବ ସେ ସଂପର୍କିତ ସମସ୍ତ ଦିଗକୁ ଦୃଷ୍ଟିରେ ରଖି ବିଶଦ ଆଲୋଚନା ହୋଇଥିଲା। ପ୍ରଶିକ୍ଷଣ ଗ୍ରହଣ କରୁଥିବା ବିଧାୟକମାନଙ୍କୁ ଶ୍ରୀ ସିଂହ କହିଥିଲେ ଯେ ଏହି ଆପ୍ଲିକେସନ୍‌ର ସଫଳ ପ୍ରୟୋଗରେ ସାଧାରଣ ଜନତାଙ୍କ ପାଖରେ ସରକାରଙ୍କ ଆଭିମୁଖ୍ୟ ପହଞ୍ଚିପାରିବ ଏବଂ ଏହି ଆପ୍ଲିକେସନ୍‌ ଆପଣମାନଙ୍କ କାର୍ଯ୍ୟପ୍ରଣାଳୀକୁ ଆହୁରି ସରଳ କରିବ।

ବିଧାନସଭା ପକ୍ଷରୁ ନେଭାର ସଫଳ କାର୍ଯ୍ୟକାରିତା ପାଇଁ ତିନୋଟି କମିଟି ଗଠନ କରାଯାଇଛି। ଅଳ୍ପଦିନ ମଧ୍ୟରେ ଯେଭଳି ଓଡ଼ିଶା ବିଧାନସଭାର ସମସ୍ତ ବିଧାୟକ ନେଭା ଆପ୍‌ ସହ ଅଭ୍ୟସ୍ତ ହୋଇପାରିବେ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ସେ ନେଭା କର୍ମକର୍ତ୍ତା ଏବଂ ବିଧାନସଭା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏନ୍‌ଆଇସି ପକ୍ଷରୁ ଇ-ବିଧାନ ଆପ୍ଲିକେସନ୍‌ ସମ୍ବନ୍ଧୀୟ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା।

ଆଜିର ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ବିଧାନସଭା ଆମେନିଟିଜ୍‌ କମିଟିର ସଦସ୍ୟବୃନ୍ଦ, ବିଧାନସଭା ସଚିବ ଦାଶରଥି ଶତପଥୀ, ଏନ୍‌ଆଇସି, ଭୁବନେଶ୍ୱରର ରାଜ୍ୟ ସୂଚନା ଅଧିକାରୀ ଅଶୋକ କୁମାର ହୋତାଙ୍କ ସମେତ ବିଧାନସଭାର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

ଓଡିଶା ବିଧାନସଭା ନେଭା ଆପ୍ଲିକେସନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.