Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ୨୨ରୁ ଜୀ-ସାର୍ଥକରେ ଆରମ୍ଭ ହେଉଛି ‘ସାରେଗାମାପା ଲିଟିଲ ଚାମ୍ପସ- ଆଜି ଛୋଟ କାଲି ଉସ୍ତାଦ’
ଆଜିର ଖବର

ଜୁଲାଇ ୨୨ରୁ ଜୀ-ସାର୍ଥକରେ ଆରମ୍ଭ ହେଉଛି ‘ସାରେଗାମାପା ଲିଟିଲ ଚାମ୍ପସ- ଆଜି ଛୋଟ କାଲି ଉସ୍ତାଦ’

July 20, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଜୀ-ସାର୍ଥକରେ ଆରମ୍ଭ ହେବାକୁ ଯାଉଛି ଓଡିଶାର ସବୁଠାରୁ ବଡ ସିଗିଙ୍ଗ ରିୟାଲିଟି ଶୋ ‘ସାରେଗାମାପା ଲିଟିଲ ଚାମ୍ପସ – ଆଜି ଛୋଟ କାଲି ଉସ୍ତାଦ’। ଜୀ ସାର୍ଥକ ପକ୍ଷରୁ ଏନେଇ ଘୋଷଣା କରାଯାଇଛି ଯେ, ଏହି ମେଗା ରିଆଲିଟି ଶୋ’ ପୁଣି ଥରେ ଦର୍ଶକଙ୍କ ପାଖକୁ ଫେରୁଛି ଆସନ୍ତା ଜୁଲାଇ ୨୨ରୁ ପ୍ରତ୍ୟେକ ଶନିବାର ଓ ରବିବାର ରାତି ୯:୩୦ରେ ।

ସ୍ୱର ଓ ସଂଗୀତକୁ ଭଲ ପାଉଥିବା ଏବଂ ଏଥିରେ କ୍ୟାରିୟର ଗଢ଼ିବାକୁ ଚାହୁଁଥିବା କୁନି କଳାକାର ମାନଙ୍କ ପାଇଁ ଏହି ଶୋ ଏକ ବଡ ପ୍ଲାଟ୍ ଫର୍ମ। ପ୍ରତିଭାର ଏହି ମଞ୍ଚରେ ବିଭିନ୍ନ ପ୍ରାନ୍ତରୁ ଆସୁଥିବା କଳାକାରମାନଙ୍କୁ ଭରପର ସୁଯୋଗ ମିଳୁଛି। ପୂର୍ବରୁ ଏହି ‘ସାରେଗାମାପା– ସ୍ୱରର ମହାମଞ୍ଚ’ ମାଧ୍ୟମରେ ଅନେକ ଯୁବ କଣ୍ଠଶିଳ୍ପୀ ଓ ‘ସାରେଗାମାପା ଲିଟିଲ ଚାମ୍ପସ ’ରେ ବହୁ କୁନି କଣ୍ଠଶିଳ୍ପୀ ନିଜକୁ ପ୍ରମାଣିତ କରିସାରିଛନ୍ତି।

ଓଡ଼ିଶାର କିଛି ପ୍ରମୁଖ ସହରରେ ‘ସାରେଗାମାପା ଲିଟିଲ ଚାମ୍ପସ – ଆଜି ଛୋଟ କାଲି ଉସ୍ତାଦ’ ପାଇଁ ଅଡିସନ୍ ସରିଛି। ଏଥର ଆଗ ଅପେକ୍ଷା ସମ୍ପୂର୍ଣ୍ଣ ନୂଆ ଓ ବଡ଼ ଧରଣର ମଞ୍ଚ ପ୍ରସ୍ତୁତ ହୋଇଛି ଓ ନୂଆ ରୂପ ପାଇଛି ଜୀ-ସାର୍ଥକର ଏହି ଲୋକପ୍ରିୟ ରିୟାଲିଟି ସୋ। ଏଥର ଲୋକପ୍ରିୟ ଗାୟକ ଓ ଗାୟିକା ଓ ସଙ୍ଗୀତ ନିର୍ଦ୍ଦେଶକ ଜୁରୀ ବା ବିଚାରକ ଆସନ ଅଳଙ୍କୃତ କରିବେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି ସାରା ଭାରତର ଲୋକପ୍ରିୟ ଗାୟକ କ୍ରୀଷ୍ଣା ବେଉରା। ତାଙ୍କ ସହ ଅଛନ୍ତି ଓଡ଼ିଶାର ସୁନାମଧନ୍ୟ ପ୍ରଚ୍ଛଦପଟ କଣ୍ଠଶିଳ୍ପୀ ଅସୀମା ପଣ୍ଡା ଯିଏ ନିଜ ସଙ୍ଗୀତ ମାଧ୍ୟମରେ ଓଡ଼ିଶା ସମସ୍ତ ଯୁବବର୍ଗଙ୍କୁ ନିଜ ଗୀତର ତାଳେ ତାଳେ ନଚାଇବାରେ ସକ୍ଷମ ହୋଇଛନ୍ତି ପୁଣି ତାଙ୍କ ସାଙ୍ଗରେ ଅଛନ୍ତି ଓଡ଼ିଆ ଦର୍ଶକଙ୍କ ହୃଦୟ ଜିତିଥିବା ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଗୁଡଲି ରଥ।

‘ସାରେଗାମାପା’ ହେଉଛି ଓଡ଼ିଶା ଟିଭି ଦୁନିଆରେ ସବୁଠାରୁ ବଡ ମ୍ୟୁଜିକ ରିୟାଲିଟି ଶୋ। ଏହି ରିୟଲିଟି ଶୋ ରୁ ଅନେକ ନାମୀ କଣ୍ଠଶିଳ୍ପୀ ଏବେ ଓଡିଶା ସଂଗୀତ ଦୁନିଆରେ ପ୍ରତିଷ୍ଠିତ ହୋଇଛନ୍ତି। ସେମାନଙ୍କ ଭଳି ନୂଆ ପିଢ଼ୀର କଣ୍ଠଶିଳ୍ପୀମାନେ ଏହି ବଡ ପ୍ଲାଟଫର୍ମରେ ନିଜକୁ ପ୍ରମାଣିତ କରିପାରିବେ। ଏଥର ଆହୁରି ବଡ ଧରଣର ହେବାକୁ ଯାଉଛି ‘ସାରେଗାମାପା ଲିଟିଲ ଚାମ୍ପସ – ଆଜି ଛୋଟ କାଲି ଉସ୍ତାଦ’। ଏହି ରିଏଲିଟି ଶୋ ର ବିଜେତା ନିଶ୍ଚୟ ଭାବରେ ଓଡିଆ ମନୋରଂଜନ ଦୁନିଆରେ ବହୁ ସୁଯୋଗର ହକଦାର ହେବେ।

ଏହି ରିଏଲିଟି ଶୋ’ ର ପ୍ରମୁଖ ଆକର୍ଷଣ ସାଜିଥିବା ସଙ୍ଗୀତ ଜଗତର ତିନି ଲୋକପ୍ରିୟ କଳାକାର କ୍ରୀଷ୍ଣା ବେଉରିଆ, ଅସୀମା ପଣ୍ଡା ଓ ଗୁଡଲି ରଥଙ୍କ ପରି ଜଜ୍ ମାନେ କୁନି ପ୍ରତିଯୋଗୀଙ୍କୁ ତାଙ୍କ ସଙ୍ଗୀତରେ ଦକ୍ଷତା ଅନୁଯାୟୀ ପରଖିବେ, ତେଣୁ ଏହି ପ୍ରତିଯୋଗିତାର ପ୍ରତ୍ୟେକ ଏପିସୋଡ୍ ବହୁତ ଦର୍ଶନୀୟ ହେବ। ତେଣୁ ଯୋଡି ହୋଇ ରୁହନ୍ତୁ ଜୀ ସାର୍ଥକ ସହ,” କହିଛନ୍ତି ଜୀ-ସାର୍ଥକର ଚିଫ କ୍ଲଷ୍ଟର ହେଡ୍ ସମ୍ରାଟ ଘୋଷ ଏବଂ ଚ୍ୟାନେଲ ହେଡ୍ ପ୍ରତୀକ ସିଲ।

ଆଜି ଛୋଟ କାଲି ଉସ୍ତାଦ ଜୀ ସାର୍ଥକ ଜୁଲାଇ ୨୨ ସାରେଗାମାପା ଲିଟିଲ ଚାମ୍ପସ
Share. Facebook Twitter LinkedIn Email WhatsApp Copy Link

Related Posts

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025
Latest News

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.