Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଣ ବାସମତୀ ଧଳା ଚାଉଳ ରପ୍ତାନି ଉପରେ ନିଷେଧାଦେଶ ଜାରି କଲା କେନ୍ଦ୍ର
ଆଜିର ଖବର

ଅଣ ବାସମତୀ ଧଳା ଚାଉଳ ରପ୍ତାନି ଉପରେ ନିଷେଧାଦେଶ ଜାରି କଲା କେନ୍ଦ୍ର

July 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜିଏସଟି
ଜିଏସଟି ହାର ସଂଶୋଧନକୁ ଦୃଷ୍ଟିରେ ରଖି ସଂଶୋଧିତ ପରାମର୍ଶ ଜାରି କଲେ ସରକାର

ନୂଆଦିଲ୍ଲୀ: ଭାରତୀୟ ବଜାରରେ ଅଣ ବାସମତୀ ଧଳା ଚାଉଳର ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ଏବଂ ଘରୋଇ ବଜାରରେ ମୂଲ୍ୟ ବୃଦ୍ଧିକୁ ହ୍ରାସ କରିବା ପାଇଁ ଭାରତ ସରକାର ରପ୍ତାନି ନୀତିରେ ସଂଶୋଧନ କରି ‘୨୦% ରପ୍ତାନି ଶୁଳ୍କ’ ସହିତ ଜାରି ରପ୍ତାନି ଅନୁମତି ଉପରେ ତୁରନ୍ତ ନିଷେଧାଦେଶ ଲଗାଇଛନ୍ତି।

ଘରୋଇ ବଜାରରେ ଚାଉଳର ମୂଲ୍ୟ ବୃଦ୍ଧି ଜାରି ରହିଛି। ଖୁଚୁରା ମୂଲ୍ୟ ଏକ ବର୍ଷ ମଧ୍ୟରେ ୧୧.୫% ଏବଂ ଗତ ମାସରେ ୩% ବୃଦ୍ଧି ପାଇଛି।

ଅଣ- ବାସମତୀ ଧଳା ଚାଉଳ ଦର ହ୍ରାସ ସହିତ ଘରୋଇ ବଜାରରେ ଉପଲବ୍ଧତା ପାଇଁ ଏହା ଉପରେ ୨୦% ରପ୍ତାନି ଶୁଳ୍କ ମୂଲ୍ୟ ୦୮.୦୯.୨୦୨୨ ରେ ଲାଗୁ କରାଯାଇଥିଲା। ୨୦% ରପ୍ତାନି ଶୁଳ୍କ ଲାଗୁ ହେବା ପରେ ମଧ୍ୟ ଏହି କିସମର ଚାଉଳ ରପ୍ତାନି ୩୩.୬୬ ଏଲଏମଟି (ସେପ୍ଟେମ୍ବର-ମାର୍ଚ୍ଚ ୨୦୨୧-୨୨) ରୁ ୪୨.୧୨ ଏଲଏମଟି (ସେପ୍ଟେମ୍ବର-ମାର୍ଚ୍ଚ ୨୦୨୨-୨୩) କୁ ବୃଦ୍ଧି ପାଇଥିଲା। ଚଳିତ ୨୦୨୩-୨୪ ଆର୍ଥିକ ବର୍ଷର (ଏପ୍ରିଲ୍‌-ଜୁନ୍‌) ରେ, ଏହି ପ୍ରକାରର ଚାଉଳ ରପ୍ତାନି ପ୍ରାୟ ୧୫.୫୪ ଏଲଏମଟି ରହିଛି ଯାହା ୨୦୨୨-୨୩ ଆର୍ଥିକ ବର୍ଷର (ଏପ୍ରିଲ୍‌-ଜୁନ୍‌) ସମୟରେ କେବଳ ୧୧.୫୫ ଏଲଏମଟି ଥିଲା, ଅର୍ଥାତ୍‍ ଏହା ୩୫% ବୃଦ୍ଧି ପାଇଛି। ରପ୍ତାନିରେ ଏହି ଦ୍ରୁତ ଅଭିବୃଦ୍ଧି ଅର୍ନ୍ତଜାତୀୟ ବଜାରରେ ଦରବୃଦ୍ଧି, ଭୂ-ରାଜନୈତିକ ପରିସ୍ଥିତି, ଏଲ୍ ନିନୋ ପ୍ରଭାବ ଏବଂ ଅନ୍ୟ ଚାଉଳ ଉତ୍ପାଦନକାରୀ ଦେଶରେ ପ୍ରତିକୂଳ ଜଳବାୟୁ ପରିସ୍ଥିତିର କାରଣକୁ ଦାୟୀ କରାଯାଉଛି।

ଅଣ- ବାସମତୀ ଧଳା ଚାଉଳ ଦେଶରୁ ରପ୍ତାନି ହୋଇଥିବା ମୋଟ ଚାଉଳର ପ୍ରାୟ ୨୫% ଅଟେ। ଅଣ- ବାସମତୀ ଧଳା ଚାଉଳ ରପ୍ତାନି ଉପରେ ନିଷେଧାଦେଶ ଦେଶରେ ଗ୍ରାହକଙ୍କ ପାଇଁ ମୂଲ୍ୟ ହ୍ରାସ କରିବ।

ଅବଶ୍ୟ, ଚାଉଳ ରପ୍ତାନୀର ସିଂହ ଭାଗ ଥିବା ଅଣ ବାସମତି ଚାଉଳ (ଉଷୁନା ଚାଉଳ) ଏବଂ ବାସମତି ଚାଉଳର ରପ୍ତାନି ନୀତିରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏହା ନିଶ୍ଚିତ କରିବ ଯେ କୃଷକମାନେ ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ଅନୁଯାୟୀ ଲାଭ ପାଇବା ଜାରି ରଖିବେ।

ଅଣ ବାସମତୀ ଘରୋଇ ବଜାର
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Latest News

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.