Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ଜାତୀୟ ରାଜପଥ ପ୍ରକଳ୍ପ କାମ ବିଳମ୍ବକୁ ନେଇ ଲୋକସଭାରେ ଉତ୍ତର ରଖିଲେ କେନ୍ଦ୍ର ମନ୍ତ୍ରୀ
ଆଜିର ଖବର

ଓଡ଼ିଶାର ଜାତୀୟ ରାଜପଥ ପ୍ରକଳ୍ପ କାମ ବିଳମ୍ବକୁ ନେଇ ଲୋକସଭାରେ ଉତ୍ତର ରଖିଲେ କେନ୍ଦ୍ର ମନ୍ତ୍ରୀ

July 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଓଡ଼ିଶାର ଢେଙ୍କାନାଳ ଜିଲ୍ଲା ଦେଇ ଯାଇଥିବା ଚାରିଟି ଜାତୀୟ ରାଜପଥ ପ୍ରକଳ୍ପ କାମରେ ବିଳମ୍ବକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରୀ ଆଜି ଲୋକସଭାରେ ଲିଖିତ ଉତ୍ତର ରଖିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜମି ଅଧିଗ୍ରହଣ, ଜଙ୍ଗଲ ଅନୁମତି ମିଳିବାରେ ବିଳମ୍ବ ହେବା ଏବଂ କାମ ସାରିବାରେ ଠିକାଦାର ଡେରି କରିବା କାରଣରୁ ମୁଖ୍ୟତଃ ଏସବୁ ପ୍ରକଳ୍ପ କାମ ସମ୍ପୂର୍ଣ୍ଣ ହେବାରେ ବିଳମ୍ବ ହୋଇଛି। ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, ମାର୍ଚ୍ଚ ୨୦୨୪ ସୁଦ୍ଧା ଏସବୁ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। କାମ ବିଳମ୍ବ ହେବା ଯୋଗୁ କେତେ ପରିମାଣରେ ଖର୍ଚ୍ଚ ବୃଦ୍ଧି ପାଇଛି ତାହାର ବର୍ତ୍ତମାନ ସୁଦ୍ଧା ଚୂଡ଼ାନ୍ତ ହିସାବ କରାଯାଇ ନାହିଁ।

କେନ୍ଦ୍ର ମନ୍ତ୍ରୀ ଶ୍ରୀ ଗଡ଼କରୀ ଆହୁରି କହିଛନ୍ତି, ଦେଶର ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ନିର୍ମାଣ କାମକୁ କେନ୍ଦ୍ର ସରକାର ଗୁରୁତ୍ୱର ଅନୁଧ୍ୟାନ କରୁଛନ୍ତି। କାମ ସାରିବାରେ ଦେଖା ଦେଉଥିବା ସମସ୍ୟାର ସମାଧାନ ଲାଗି ବିଭିନ୍ନ ସ୍ତରରେ ସମୟ ସମୟରେ ସମୀକ୍ଷା କରାଯାଉଛି ଏବଂ ସବୁ ଏନଏଚ ପ୍ରକଳ୍ପଗୁଡ଼ିକର କାମ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଢେଙ୍କାନାଳ ସମେତ ସବୁ ବିଳମ୍ବିତ ଜାତୀୟ ରାଜପଥ ପ୍ରକଳ୍ପ କାମକୁ କେନ୍ଦ୍ର ସରକାର ଅନୁଧ୍ୟାନ କରୁଛନ୍ତି।

ନୂଆ ଜାତୀୟ ରାଜପଥ ପ୍ରକଳ୍ପ କାମ ସାରିବା ପାଇଁ ସାଧାରଣତଃ ୨-୩ ବର୍ଷର ସମୟସୀମା ନିର୍ଦ୍ଧାରଣ କରାଯାଇଥାଏ। ତେବେ ଜମି ଅଧିଗ୍ରହଣ, ବିଭିନ୍ନ ମଞ୍ଜୁରି ଭଳି ସରକାରଙ୍କ ସର୍ତ୍ତ ପୂରଣ, ନିର୍ମାଣ ସାମଗ୍ରୀ ପରିବହନ, ଠିକାଦାରଙ୍କ ପକ୍ଷରୁ ବିଳମ୍ବ, ଟଙ୍କା ମିଳିବାରେ ବିଳମ୍ବ ଆଦି ବିଭିନ୍ନ କାରଣରୁ ପ୍ରକଳ୍ପ କାମ ସମ୍ପୂର୍ଣ୍ଣ ହେବାରେ ଡେରି ହୋଇଥାଏ ବୋଲି ଶ୍ରୀ ଗଡ଼କରୀ ସୂଚନା ଦେଇଛନ୍ତି।

ଓଡିଶା ଜାତୀୟ ରାଜପଥ ପ୍ରକଳ୍ପ ଢେଙ୍କାନାଳ ଜିଲ୍ଲା ନୀତିନ ଗଡକରୀ ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.