Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକୃତି ଓ ପରିବେଶର ସୁରକ୍ଷା ଏବଂ ସଂରକ୍ଷଣ ଉଦ୍ଦେଶ୍ୟରେ କେନ୍ଦ୍ରମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
ଆଜିର ଖବର

ପ୍ରକୃତି ଓ ପରିବେଶର ସୁରକ୍ଷା ଏବଂ ସଂରକ୍ଷଣ ଉଦ୍ଦେଶ୍ୟରେ କେନ୍ଦ୍ରମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

July 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରକୃତି ତଥା ପରିବେଶର ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ଆସନ୍ତା ଅଗଷ୍ଟ ୧୫ ତାରିଖ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକ ମାନଙ୍କୁ ସଂକଳ୍ପ ନେବାକୁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

 

ଶ୍ରୀ ପ୍ରଧାନ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ପ୍ରକୃତି ଆମକୁ ଅନେକ କିଛି ଦେଇଛି ଏବଂ ଏଥିପାଇଁ ମୁଁ ପ୍ରକୃତି ମାତାଙ୍କ ପାଖରେ ସବୁବେଳେ କୃତଜ୍ଞ।  ବର୍ତ୍ତମାନ ସମୟରେ ଭବିଷ୍ୟତ ପିଢ଼ି ପାଇଁ ଆମ ପରିବେଶର ସୁରକ୍ଷା କରିବା, ଆମର ଏକ ଗୁରୁ ଦାୟିତ୍ୱ ହୋଇପଡିଛି। ମିଳିତ ଜାତିସଂଘ ପରିବେଶ କାର୍ଯ୍ୟକ୍ରମ ଅନୁସାରେ, ଜଳବାୟୁର ପରିବର୍ତ୍ତନ ଏବଂ ପ୍ରାକୃତିକ ସମ୍ପଦର ଅତ୍ୟଧିକ ଶୋଷଣ କେବଳ ବୈଷୟିକ ପଦ୍ଧତି ଦ୍ୱାରା ସମାଧାନ ହୋଇପାରିବ ନାହିଁ। ଏହାର ନିରାକରଣ ନାଗରିକ ମାନଙ୍କ ସାମୂହିକ ଏକତା ଓ ଇଚ୍ଛାଶକ୍ତି ଦ୍ୱାରା ସମ୍ଭବ।

ଆମ ପାଖରେ ପ୍ରକୃତି ଅଛି ଏବଂ ପରିବେଶକୁ ପୁନରୁଦ୍ଧାର କରିବାର ଅପାର ଶକ୍ତି ମଧ୍ୟ ଅଛି। ଆମର ଧରାପୃଷ୍ଠକୁ ସୁସ୍ଥ ରଖିବା ପାଇଁ ସମସ୍ତେ ନିଜେ ବ୍ୟକ୍ତିଗତ ସ୍ତରରେ ଯୋଗଦାନ କରିବା ଜରୁରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ‘ମିଶନ ଲାଇଫ୍’ ଆଧାରରେ ସମସ୍ତେ ମିଳିତ ଭାବରେ ପରିବେଶର ସୁରକ୍ଷା ଓ ସଂରକ୍ଷଣ କରିବା ପାଇଁ ପଦକ୍ଷେପ ନେବା। ଚଳିତ ମୌସୁମୀ ଋତୁରେ ସମସ୍ତେ ୧ କୋଟି ଗଛ ଲଗାଇବାର ସଂକଳ୍ପ ନେବା। ବୃକ୍ଷରୋପଣକୁ କେବଳ ନିଜ ଭିତରେ ସୀମିତ ରଖିବା ନାହିଁ, ଏକ ଜନଆନ୍ଦୋଳନରେ ପରିଣତ କରିବା। ଆଗାମୀ ସିଓପି୨୮ ଶିଖର ସମ୍ମିଳନୀକୁ ଦୃଷ୍ଟିରେ ରଖି ସମସ୍ତେ ଏକାଠି ହେବା ଏବଂ ଏକ ସବୁଜ ଏବଂ ସ୍ଥାୟୀ ବିଶ୍ୱର ସ୍ୱପ୍ନକୁ ବାସ୍ତବରେ ସାକାର କରିବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି।

କେନ୍ଦ୍ରମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା ଧର୍ମେନ୍ଦ୍ର ପ୍ରଧାନ ମୌସୁମୀ ଋତୁ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଇନୋଭେଟସର ‘ଇଣ୍ଡଷ୍ଟ୍ରି ଲିଡର୍ସ ରାଉଣ୍ଡଟେବୁଲ’ରେ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତା

May 14, 2026

ପିପିପି ମୋଡରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026
Latest News

ଭାରତ ଇନୋଭେଟସର ‘ଇଣ୍ଡଷ୍ଟ୍ରି ଲିଡର୍ସ ରାଉଣ୍ଡଟେବୁଲ’ରେ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତା

May 14, 2026

ପିପିପି ମୋଡରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ

May 14, 2026

ଆଜି ମଇ ୧୪ ତାରିଖ ବୁଧବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.