Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ଜୀ-ସାର୍ଥକରେ ଆରମ୍ଭ ହେଉଛି ‘ସାରେଗାମାପା ଲିଟିଲ ଚାମ୍ପସ- ଆଜି ଛୋଟ କାଲି ଉସ୍ତାଦ’
ଆଜିର ଖବର

ଆଜିଠୁ ଜୀ-ସାର୍ଥକରେ ଆରମ୍ଭ ହେଉଛି ‘ସାରେଗାମାପା ଲିଟିଲ ଚାମ୍ପସ- ଆଜି ଛୋଟ କାଲି ଉସ୍ତାଦ’

July 22, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଜୀ-ସାର୍ଥକରେ ଆରମ୍ଭ ହେବାକୁ ଯାଉଛି ଓଡିଶାର ସବୁଠାରୁ ବଡ ସିଗିଙ୍ଗ ରିୟାଲିଟି ଶୋ ‘ସାରେଗାମାପା ଲିଟିଲ ଚାମ୍ପସ – ଆଜି ଛୋଟ କାଲି ଉସ୍ତାଦ’। ଜୀ ସାର୍ଥକ ପକ୍ଷରୁ ଏନେଇ ଘୋଷଣା କରାଯାଇଛି ଯେ, ଏହି ମେଗା ରିଆଲିଟି ଶୋ’ ପୁଣି ଥରେ ଦର୍ଶକଙ୍କ ପାଖକୁ ଫେରୁଛି ଆଜି ଠାରୁ ପ୍ରତ୍ୟେକ ଶନିବାର ଓ ରବିବାର ରାତି ୯:୩୦ରେ ।

ସ୍ୱର ଓ ସଂଗୀତକୁ ଭଲ ପାଉଥିବା ଏବଂ ଏଥିରେ କ୍ୟାରିୟର ଗଢ଼ିବାକୁ ଚାହୁଁଥିବା କୁନି କଳାକାର ମାନଙ୍କ ପାଇଁ ଏହି ଶୋ ଏକ ବଡ ପ୍ଲାଟ୍ ଫର୍ମ। ପ୍ରତିଭାର ଏହି ମଞ୍ଚରେ ବିଭିନ୍ନ ପ୍ରାନ୍ତରୁ ଆସୁଥିବା କଳାକାରମାନଙ୍କୁ ଭରପର ସୁଯୋଗ ମିଳୁଛି। ପୂର୍ବରୁ ଏହି ‘ସାରେଗାମାପା– ସ୍ୱରର ମହାମଞ୍ଚ’ ମାଧ୍ୟମରେ ଅନେକ ଯୁବ କଣ୍ଠଶିଳ୍ପୀ ଓ ‘ସାରେଗାମାପା ଲିଟିଲ ଚାମ୍ପସ ’ରେ ବହୁ କୁନି କଣ୍ଠଶିଳ୍ପୀ ନିଜକୁ ପ୍ରମାଣିତ କରିସାରିଛନ୍ତି।

ଓଡ଼ିଶାର କିଛି ପ୍ରମୁଖ ସହରରେ ‘ସାରେଗାମାପା ଲିଟିଲ ଚାମ୍ପସ – ଆଜି ଛୋଟ କାଲି ଉସ୍ତାଦ’ ପାଇଁ ଅଡିସନ୍ ସରିଛି। ଏଥର ଆଗ ଅପେକ୍ଷା ସମ୍ପୂର୍ଣ୍ଣ ନୂଆ ଓ ବଡ଼ ଧରଣର ମଞ୍ଚ ପ୍ରସ୍ତୁତ ହୋଇଛି ଓ ନୂଆ ରୂପ ପାଇଛି ଜୀ-ସାର୍ଥକର ଏହି ଲୋକପ୍ରିୟ ରିୟାଲିଟି ସୋ। ଏଥର ଲୋକପ୍ରିୟ ଗାୟକ ଓ ଗାୟିକା ଓ ସଙ୍ଗୀତ ନିର୍ଦ୍ଦେଶକ ଜୁରୀ ବା ବିଚାରକ ଆସନ ଅଳଙ୍କୃତ କରିବେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି ସାରା ଭାରତର ଲୋକପ୍ରିୟ ଗାୟକ କ୍ରୀଷ୍ଣା ବେଉରା। ତାଙ୍କ ସହ ଅଛନ୍ତି ଓଡ଼ିଶାର ସୁନାମଧନ୍ୟ ପ୍ରଚ୍ଛଦପଟ କଣ୍ଠଶିଳ୍ପୀ ଅସୀମା ପଣ୍ଡା ଯିଏ ନିଜ ସଙ୍ଗୀତ ମାଧ୍ୟମରେ ଓଡ଼ିଶା ସମସ୍ତ ଯୁବବର୍ଗଙ୍କୁ ନିଜ ଗୀତର ତାଳେ ତାଳେ ନଚାଇବାରେ ସକ୍ଷମ ହୋଇଛନ୍ତି ପୁଣି ତାଙ୍କ ସାଙ୍ଗରେ ଅଛନ୍ତି ଓଡ଼ିଆ ଦର୍ଶକଙ୍କ ହୃଦୟ ଜିତିଥିବା ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଗୁଡଲି ରଥ।

‘ସାରେଗାମାପା’ ହେଉଛି ଓଡ଼ିଶା ଟିଭି ଦୁନିଆରେ ସବୁଠାରୁ ବଡ ମ୍ୟୁଜିକ ରିୟାଲିଟି ଶୋ। ଏହି ରିୟଲିଟି ଶୋ ରୁ ଅନେକ ନାମୀ କଣ୍ଠଶିଳ୍ପୀ ଏବେ ଓଡିଶା ସଂଗୀତ ଦୁନିଆରେ ପ୍ରତିଷ୍ଠିତ ହୋଇଛନ୍ତି। ସେମାନଙ୍କ ଭଳି ନୂଆ ପିଢ଼ୀର କଣ୍ଠଶିଳ୍ପୀମାନେ ଏହି ବଡ ପ୍ଲାଟଫର୍ମରେ ନିଜକୁ ପ୍ରମାଣିତ କରିପାରିବେ। ଏଥର ଆହୁରି ବଡ ଧରଣର ହେବାକୁ ଯାଉଛି ‘ସାରେଗାମାପା ଲିଟିଲ ଚାମ୍ପସ – ଆଜି ଛୋଟ କାଲି ଉସ୍ତାଦ’। ଏହି ରିଏଲିଟି ଶୋ ର ବିଜେତା ନିଶ୍ଚୟ ଭାବରେ ଓଡିଆ ମନୋରଂଜନ ଦୁନିଆରେ ବହୁ ସୁଯୋଗର ହକଦାର ହେବେ।

ଏହି ରିଏଲିଟି ଶୋ’ ର ପ୍ରମୁଖ ଆକର୍ଷଣ ସାଜିଥିବା ସଙ୍ଗୀତ ଜଗତର ତିନି ଲୋକପ୍ରିୟ କଳାକାର କ୍ରୀଷ୍ଣା ବେଉରିଆ, ଅସୀମା ପଣ୍ଡା ଓ ଗୁଡଲି ରଥଙ୍କ ପରି ଜଜ୍ ମାନେ କୁନି ପ୍ରତିଯୋଗୀଙ୍କୁ ତାଙ୍କ ସଙ୍ଗୀତରେ ଦକ୍ଷତା ଅନୁଯାୟୀ ପରଖିବେ, ତେଣୁ ଏହି ପ୍ରତିଯୋଗିତାର ପ୍ରତ୍ୟେକ ଏପିସୋଡ୍ ବହୁତ ଦର୍ଶନୀୟ ହେବ। ତେଣୁ ଯୋଡି ହୋଇ ରୁହନ୍ତୁ ଜୀ ସାର୍ଥକ ସହ,” କହିଛନ୍ତି ଜୀ-ସାର୍ଥକର ଚିଫ କ୍ଲଷ୍ଟର ହେଡ୍ ସମ୍ରାଟ ଘୋଷ ଏବଂ ଚ୍ୟାନେଲ ହେଡ୍ ପ୍ରତୀକ ସିଲ।

ଆଜି ଛୋଟ କାଲି ଉସ୍ତାଦ ଜୀ ସାର୍ଥକ ଜୁଲାଇ ୨୨ ଭୁବନେଶ୍ଵର ସାରେଗାମାପା ଲିଟିଲ ଚାମ୍ପସ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.