Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ରୋଜଗାର ମେଳାରେ ୧୮୧ ଜଣଙ୍କୁ ନିଯୁକ୍ତିପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଭୁବନେଶ୍ୱର ରୋଜଗାର ମେଳାରେ ୧୮୧ ଜଣଙ୍କୁ ନିଯୁକ୍ତିପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ

July 22, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆମ ଦେଶକୁ ଦୁନିଆର ୧ ନମ୍ବର ଅର୍ଥନୀତିର ରାଷ୍ଟ୍ରରେ ପରିଣତ କରିବାକୁ ହେଲେ ଯୁବଶକ୍ତିଙ୍କୁ ବିଲକ୍ଷଣ ପ୍ରତିଭାର ଅଧିକାରୀ ହେବାକୁ ପଡିବ। ଏଥିପାଇଁ ସଫ୍ଟଓୟାର ଭଳି ଦୁଇଟି କୋଡିଂକୁ ନିଜ ମନ ଭିତରେ ରଖିବା ପାଇଁ ପଡିବ। ତାହା ହେଲା “ମୁଁ ଯାହା କରୁଛି, ସମାଜ, ଦେଶ ଏବଂ ମାନବତା ପାଇଁ କରୁଛି” ଏବଂ ଅନ୍ୟଟି ହେଲା “ଆମକୁ ଖୋଲା ମନରେ ନିଷ୍ପତି ନେବାକୁ ହେବ”। ଏହି ଦୁଇଟି ମନୋଭାବ ରଖିଲେ ହିଁ ଆଗାମୀ ଦିନରେ ବିକଶିତ ଭାରତର ସଂକଳ୍ପ ପୂରଣ ହୋଇପାରିବ ବୋଲି ନବନିଯୁକ୍ତ ରୋଜଗାର ପାଇଥିବା ଯୁବପିଢିଙ୍କୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶନିବାର ଭୁବନେଶ୍ୱର ସ୍ଥିତ ରେଳ ଅଡିଟୋରିୟମ ଠାରେ ‘ରାଷ୍ଟ୍ରୀୟ ରୋଜଗାର ମେଳା’ର ସପ୍ତମ ପର୍ଯ୍ୟାୟ ଶୁଭାରମ୍ଭ କରିବା ଅବସରରେ ଶ୍ରୀ ପ୍ରଧାନ ଏହା କହିଛନ୍ତି। ଏହି ଅବସରରେ ଭାରତ ସରକାରଙ୍କ ସିବିଆଇସି, ନାଲକୋ, ସେଲ୍, ଡାକ ବିଭାଗ, ଆଇଆଇଟି ଭୁବନେଶ୍ୱର, ବ୍ୟାଙ୍କ ସମୂହ, ଭାରତୀୟ ରେଳ, ଭାରତୀୟ ଖାଦ୍ୟ ନିଗମ ତଥା ବିଭିନ୍ନ ବିଭାଗରେ ୧୮୧ ଜଣ ନବ ନିଯୁକ୍ତ ଯୁବକ ଯୁବତୀଙ୍କୁ ସ୍ଥାୟୀ ନିଯୁକ୍ତି ପତ୍ର ବିତରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଜୀବନର ନୂତନ ଅଧ୍ୟାୟ ଆରମ୍ଭ କରିଥିବା ସମସ୍ତ ଯୁବସାଥୀ ଓ ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶର ଅଭିବୃଦ୍ଧି ଦ୍ରୁତ ଗତିରେ ଆଗକୁ ବଢୁଛି। ଭାରତ ବିଶ୍ୱର ତୃତୀୟ ଉର୍ଜା ଉପଭୋକ୍ତାର ରାଷ୍ଟ୍ର ହୋଇଛି। ଭାରତ ୩ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହୋଇଛି। ବିଶ୍ୱର ପଞ୍ଚମ ଅର୍ଥନୀତିର ରାଷ୍ଟ୍ର ଭାବେ ପରିଚିତ ହୋଇଛି। ଦେଶରେ ବିଗତ ବର୍ଷ ମାନଙ୍କରେ ଡିଜିଟାଲ ଅର୍ଥ କାରବାର, ଟେଲି ଯୋଗାଯୋଗ, ବ୍ୟାଙ୍କ୍, ଡାକ ବିଭାଗ, ଭାରତୀୟ ରେଳ ବିଭାଗ, ଷ୍ଟାର୍ଟଅପ୍ ଭଳି ବିଭିନ୍ନ କ୍ଷେତ୍ରରେ ନୂଆ ଉଚ୍ଚତାକୁ ଯାଉଛି।

ଆଗାମୀ ୨୫ ବର୍ଷର କଳ୍ପନା ଆମ ପାଖରେ ଅଛି । ପ୍ରଧାନମନ୍ତ୍ରୀ ମୋଦି ନବନିଯୁକ୍ତ ରୋଜଗାର ପାଉଥିବା ଯୁବପିଢିଙ୍କୁ ଅମୃତ ପିଢିର ବିକଶିତ ଭାରତର ଜଣେ ଜଣେ ଯୋଦ୍ଧା ବୋଲି ଅଭିହିତ କରିଛନ୍ତି। ଆଧୁନିକ ଦୁନିଆରୁ ସମସ୍ତଙ୍କୁ ଇଜ୍ ଅଫ୍ ଲିଭିଂରେ ଅଭ୍ୟସ୍ତ ହେବା ପାଇଁ ସେ ପରାମର୍ଶ ଦେଇଛନ୍ତି। ତେଣୁ ଭାରତକୁ ଆଗକୁ ନେବାକୁ ହେଲେ ଯୋଜନା ବନାଇବାକୁ ପଡିବ। ଗବେଷଣା ସହ ନବସୃଜନ କରିବାକୁ ପଡିବ। ବର୍ତ୍ତମାନ ସମୟରେ ଆର୍ଟିଫିସିଆଲ ବା ଏଆଇ ଏବଂ ହ୍ୟୁମାନ ଇଣ୍ଟେଲିଜେନ୍ସ ମଧ୍ୟରେ ପ୍ରତିଯୋଗିତା ଚାଲିଛି। ଏହାକୁ ଦୃଷ୍ଟିରେ ରଖି ନୂତନ ପୃଥିବୀରେ ଭାରତକୁ ନୂଆ ଶିଖରରୁ ନେବା ପାଇଁ ନୂଆ ଆଇଡିଆ ମାଧ୍ୟମରେ ଗବେଷଣା ଓ ନବସୃଜନକୁ ପ୍ରୋତ୍ସାହନ ଦେବାକୁ ପଡିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ନିଯୁକ୍ତିପତ୍ର ବିତରଣ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026
Latest News

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ରାଶିଫଳ: ସେପ୍ଟେମ୍ବର ୧୬ ତାରିଖ ବୁଧବାରରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.