Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିବିଏସଇ ସ୍କୁଲରେ ସମସ୍ତ ଭାରତୀୟ ଭାଷାରେ ପାଠପଢା ବିଜ୍ଞପ୍ତି ନେଇ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା
ଆଜିର ଖବର

ସିବିଏସଇ ସ୍କୁଲରେ ସମସ୍ତ ଭାରତୀୟ ଭାଷାରେ ପାଠପଢା ବିଜ୍ଞପ୍ତି ନେଇ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

July 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସିବିଏସଇ ଅନୁବନ୍ଧିତ ସ୍କୁଲ ଗୁଡିକରେ ଛାତ୍ରଛାତ୍ରୀ ମାନଙ୍କୁ ବିକଳ୍ପ ଭାଷା ଭାବରେ ମାତୃଭାଷାରେ ଶିକ୍ଷାଦାନ ଦିଆଯାଇପାରିବ। ଏଥିପାଇଁ ସିବିଏସଇ ବିଜ୍ଞପ୍ତି ଜାରି କରିସାରିଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ କହିଛନ୍ତି ବିଶ୍ୱର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିପୂର୍ଣ୍ଣ ରାଷ୍ଟ୍ରୀୟ ଶିକ୍ଷା ନୀତି ସମସ୍ତ ଭାରତୀୟ ଭାଷାକୁ ଗୁରୁତ୍ୱ ଦେଉଅଛି। ପୂର୍ବରୁ ସିବିଏସଇ ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦିରେ ପାଠ ପଢ଼ାଯିବାର ବ୍ୟବସ୍ଥା ଥିଲା। ଏଣିକି ସମସ୍ତ ସିବିଏସଇ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ଇଂରାଜି ଓ ହିନ୍ଦି ଭାଷା ବ୍ୟତିତ ପିଲାଙ୍କ ଇଚ୍ଛାନୁସାରେ ଓଡ଼ିଆ ଏବଂ ଅନ୍ୟାନ୍ୟ ଭାରତୀୟ ଭାଷାରେ ଶିକ୍ଷା ଦିଆଯିବ।

ମାତୃଭାଷାରେ ପାଠ ପଢ଼ିଲେ ହିଁ ଛାତ୍ରଛାତ୍ରୀମାନେ ଭଲ ଭାବେ ପାଠକୁ ବୁଝି ପାରିବେ। ମୂଳ ବିଷୟର ସ୍ପଷ୍ଟତା ଆସିବ। ଛାତ୍ରଛାତ୍ରୀଙ୍କର ଚିନ୍ତନ ଶକ୍ତି ବୃଦ୍ଧି ପାଇବ, ଯାହା ଶିକ୍ଷା ନୀତିର ଉଦ୍ଦେଶ୍ୟ ରହିଛି। ତେବେ ପିଲାମାନେ କେଉଁ ଭାଷାରେ ପାଠ ପଢିବେ, ସେଥିପାଇଁ କୌଣସି ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯିବନାହିଁ। ସିବିଏସଇ ସ୍କୁଲ ଗୁଡ଼ିକ ଧୀରେ ଧୀରେ ଏ ବ୍ୟବସ୍ଥାକୁ ଆପଣାଇବେ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ଏହି ପଦକ୍ଷେପ ଭାରତୀୟ ଭାଷା ଆଧାରିତ ଶିକ୍ଷାକୁ ବଢାଇବ। ଶିକ୍ଷାର ଆଉଟକମ ପାଇଁ ଏହା ଏକ ଭଲ ଶୁଭାରମ୍ଭ ବୋଲି ସେ କହିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦି ଭାରତୀୟ ଭାଷା ମାତୃଭାଷା ସିବିଏସଇ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.