Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକସ୍ଥିତ ଏସସିବି ମେଡ଼ିକାଲ କଲେଜ୍‌ ଓ ହସ୍ପିଟାଲର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଲେ ରାଷ୍ଟ୍ରପତି
ଆଜିର ଖବର

କଟକସ୍ଥିତ ଏସସିବି ମେଡ଼ିକାଲ କଲେଜ୍‌ ଓ ହସ୍ପିଟାଲର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଲେ ରାଷ୍ଟ୍ରପତି

July 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ଜୁଲାଇ ୨୬, ୨୦୨୩)ରେ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି।

କାର୍ଯ୍ୟକ୍ରମ ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ଡାକ୍ତରୀ ପେସା ହେଉଛି ସେବାର ଏକ ସଂକଳ୍ପ। ସେବା ପ୍ରତି ନିଷ୍ଠା ଏବଂ ସମାଜ ପାଇଁ ପ୍ରତିବଦ୍ଧତା ନଥିଲେ ଜଣେ ଭଲ ଡାକ୍ତର ହୋଇପାରିବେ ନାହିଁ।

ରାଷ୍ଟ୍ରପତି କହିଛନ୍ତି, ଯେକୌଣସି ସମାଜ ପାଇଁ ସ୍ୱାସ୍ଥ୍ୟସେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସେ ଆହୁରି କହିଛନ୍ତି ଯେ, ଚିକିତ୍ସା ବିଜ୍ଞାନର ଅଗ୍ରଗତି ସହିତ, ଆମେ ମୂଲ୍ୟବାନ ଜୀବନରକ୍ଷାରେ ସକ୍ଷମ ହୋଇପାରିଛୁ। ଗବେଷଣା ଉପରେ ଧ୍ୟାନ ଦେବା ପାଇଁ ସେ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କରିଛନ୍ତି। ସେ କହିଛନ୍ତି ଯେ, ପୁରୁଣା ଔଷଧ ପାଇଁ ସୁପାରିସ କରିବା ସହିତ ନୂଆ ଔଷଧ ବିକଶିତ କରିବା ମଧ୍ୟ ଜରୁରୀ। ସେ ଆହୁରି କହିଛନ୍ତି ଯେ, ଗବେଷଣା ଭାରତୀୟ ଚିକିତ୍ସା ବିଜ୍ଞାନୀମାନଙ୍କୁ ଏକ ନୂଆ ପରିଚୟ ଦେବ।

ଛୋଟ ଯାତ୍ରୀ ଡାକ୍ତରଖାନାରୁ ଆରମ୍ଭ ହୋଇ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲ ଏକ ଅଗ୍ରଣୀ ସ୍ୱାସ୍ଥ୍ୟସେବା ଓ ଡାକ୍ତରୀ ଶିକ୍ଷାନୁଷ୍ଠାନରେ ପରିଣତ ହେବା ନେଇ ରାଷ୍ଟ୍ରପତି ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଏହି ଡାକ୍ତରଖାନା କେବଳ ଓଡ଼ିଶାବାସୀଙ୍କୁ ନୁହେଁ ବରଂ ପୂର୍ବ ଭାରତର ଅନ୍ୟ ରାଜ୍ୟରୁ ଆସୁଥିବା ରୋଗୀଙ୍କୁ ମଧ୍ୟ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛି। ସେ କହିଛନ୍ତି ଯେ, ଏହି ଡାକ୍ତରୀ ଶିକ୍ଷାନୁଷ୍ଠାନର ପୂର୍ବତନ ଛାତ୍ରଛାତ୍ରୀ ସେମାନଙ୍କ କ୍ଷେତ୍ରରେ ଶୀର୍ଷସ୍ତରୀୟ ସଫଳତା ହାସଲ କରିବା ସହିତ କେବଳ ଭାରତରେ ନୁହେଁ ବରଂ ବିଶ୍ୱର ବିଭିନ୍ନ ଭାଗରେ ସ୍ୱାସ୍ଥ୍ୟସେବା ଯୋଗାଇ ଦେଇ ଦେଶ ପାଇଁ ଗୌରବ ଆଣିପାରିଛନ୍ତି। ଏହି ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଆଗକୁ ମଧ୍ୟ ମାନବତାର ସେବା ଜାରି ରଖିବା ସହିତ ରାଷ୍ଟ୍ରର ଗୌରବ ବଢ଼ାଇବାରେ ସକ୍ଷମ ହୋଇପାରିବେ ବୋଲି ରାଷ୍ଟ୍ରପତି ଆଶା ବ୍ୟକ୍ତ କରିଥିଲେ।

ଏସସିବି ମେଡିକାଲ କଲେଜ ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଢେଙ୍କାନାଳରେ ପ୍ରତିରକ୍ଷା ଉପକରଣ ଉତ୍ପାଦନ କଂପ୍ଲେକ୍ସ ପ୍ରତିଷ୍ଠା ପାଇଁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026
Latest News

ବଜେଟ୍ ପୂର୍ବରୁ ବଡ଼ ଝଟକା: ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ

February 1, 2026

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଢେଙ୍କାନାଳରେ ପ୍ରତିରକ୍ଷା ଉପକରଣ ଉତ୍ପାଦନ କଂପ୍ଲେକ୍ସ ପ୍ରତିଷ୍ଠା ପାଇଁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.