Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିନିକିଆ ସିରିଜ୍ ଆରମ୍ଭ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ବାଦ ପଡିଲେ ମହମ୍ମଦ ସିରାଜ
ଆଜିର ଖବର

ଦିନିକିଆ ସିରିଜ୍ ଆରମ୍ଭ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ବାଦ ପଡିଲେ ମହମ୍ମଦ ସିରାଜ

July 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜିଠାରୁ ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଏକ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଖେଳାଯିବ। ପ୍ରଥମ ମ୍ୟାଚ୍ ପୂର୍ବରୁ ଖବର ଆସିଛି ​​ଯେ, ମହମ୍ମଦ ସିରାଜ ଏକଦିବସୀୟ ସିରିଜରେ ଖେଳିବେ ନାହିଁ। ସେ ଭାରତ ଫେରିଛନ୍ତି। ରିପୋର୍ଟରେ କୁହାଯାଇଛି ଯେ, କାର୍ଯ୍ୟ ଭାର କାରଣରୁ ସିରାଜଙ୍କୁ ଦିନିକିଆ ସିରିଜରେ ବିଶ୍ରାମ ଦିଆଯାଇଛି। ତେବେ ଏବେ ବିସିସିଆଇ ନିଜେ ସିରାଜଙ୍କୁ ଦିନିକିଆ ସିରିଜରୁ ବାଦ ଦେବାର କାରଣ କହିଛି।

ବିସିସିଆଇ ଅନୁଯାୟୀ ମହମ୍ମଦ ସିରାଜ ପ୍ରଥମ ଦିନିକିଆ ପୂର୍ବରୁ ଗୋଡରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ଦିନିକିଆ ସିରିଜରୁ ବାଦ ଦିଆଯାଇଛି। ତେବେ ତାଙ୍କ ବଦଳି ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ।

ବିସିସିଆଇର ପ୍ରେସ ବିଜ୍ଞପ୍ତି ଅନୁଯାୟୀ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପୂର୍ବରୁ ଫାଷ୍ଟ ବୋଲର ମହମ୍ମଦ ସିରାଜଙ୍କୁ ମୁକ୍ତ କରାଯାଇଛି। ସିରାଜଙ୍କ ଗୋଡରେ ଯନ୍ତ୍ରଣା ହେଉଛି ଏବଂ ସତର୍କତା ଅନୁଯାୟୀ ବିସିସିଆଇ ଡାକ୍ତରୀ ଦଳ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି।

ସିରାଜଙ୍କ ବାଦ ପରେ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ରିତୁରାଜ ଗାଇକ୍ଵାଡ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ସଞ୍ଜୁ ସାମସନ (ୱିକେଟ୍ କିପର), ଇଶାନ କିଶନ (ୱିକେଟ୍ କିପର), ହାର୍ଦ୍ଦିକ ପାଣ୍ଡ୍ୟା (ଉପ-ଅଧିନାୟକ), ଶାର୍ଦ୍ଦୁଲ ଠାକୁର, ଜୟଦେବ ଉନାଦକଟ, ଉମ୍ରାନ ମଲିକ ଏବଂ ମୁକେଶ କୁମାର।

ଦିନିକିଆ ସିରିଜ୍ କାର୍ଯ୍ୟସୂଚୀ-

ପ୍ରଥମ ଦିନିକିଆ- ଜୁଲାଇ ୨୭ ତାରିଖ- କେନ୍ସିଙ୍ଗଟନ୍ ଓଭଲ୍, ବାରବାଡୋସ୍

ଦ୍ୱିତୀୟ ଦିନିକିଆ- ଜୁଲାଇ ୨୯ ତାରିଖ- କେନ୍ସିଙ୍ଗଟନ୍ ଓଭଲ୍, ବାରବାଡୋସ୍

ତୃତୀୟ ଦିନିକିଆ- ଅଗଷ୍ଟ ୧ ତାରିଖ- ବ୍ରାଏନ୍ ଲାରା କ୍ରିକେଟ୍ ଏକାଡେମୀ, ତ୍ରିନିଦାଦ।

ଟିମ୍ ଇଣ୍ଡିଆ ଦିନିକିଆ ସିରିଜ୍ ଭାରତ ମହମ୍ମଦ ସିରାଜ ୱେଷ୍ଟଇଣ୍ଡିଜ୍
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.