Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ ୧ ତାରିଖରେ ପୁଣେ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଅଗଷ୍ଟ ୧ ତାରିଖରେ ପୁଣେ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

July 30, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୧ ତାରିଖରେ ମହାରାଷ୍ଟ୍ରର ପୁଣେ ଗସ୍ତ କରିବେ। ପୂର୍ବାହ୍ନ ପ୍ରାୟ ୧୧ ଟା ସମୟରେ ପ୍ରଧାନମନ୍ତ୍ରୀ ଦାଗଦୁଶେଠ ମନ୍ଦିରରେ ଦର୍ଶନ ଏବଂ ପୂଜାର୍ଚ୍ଚନା କରିବେ। ପୂର୍ବାହ୍ନ ୧୧: ୪୫ ରେ ତାଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର ପ୍ରଦାନ କରାଯିବ। ଏହା ପରେ, ପୂର୍ବାହ୍ନ ୧୨: ୪୫ ରେ ପ୍ରଧାନମନ୍ତ୍ରୀ ମେଟ୍ରୋ ଟ୍ରେନ୍ ଗୁଡିକୁ ପତାକା ଦେଖାଇ ଚଳାଚଳ ଆରମ୍ଭ କରିବେ ଏବଂ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ପୁଣେ ମେଟ୍ରୋର ପ୍ରଥମ ପର୍ଯ୍ୟାୟର ଦୁଇଟି କରିଡରର କାର୍ଯ୍ୟ ସଂପୂର୍ଣ୍ଣ ହେବା ଅବସରରେ ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀ ମେଟ୍ରୋ ଟ୍ରେନଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୨୦୧୬ ରେ ହୋଇଥିଲା। ନୂତନ ସେକ୍ସନଗୁଡିକ ପୁଣେ ସହରର ଶିବାଜୀ ନଗର, ସିଭିଲ୍ କୋର୍ଟ, ପୁଣେ ମ୍ୟୁନିସିପାଲିଟି କର୍ପୋରେସନ୍ କାର୍ଯ୍ୟାଳୟ, ପୁଣେ ଆରଟିଓ ଏବଂ ପୁଣେ ରେଳ ଷ୍ଟେସନ୍ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକୁ ସଂଯୋଗ କରିବ। ନାଗରିକମାନଙ୍କୁ ସମଗ୍ର ଦେଶରେ ସହରାଞ୍ଚଳ ପରିବହନ ବ୍ୟବସ୍ଥାରେ ଆଧୁନିକ ଏବଂ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ହାସଲ କରିବା ଦିଗରେ ଏହି ଉଦଘାଟନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ଏହି ମାର୍ଗରେ ଥିବା କେତେକ ମେଟ୍ରୋ ଷ୍ଟେସନର ଡିଜାଇନ୍ ଛତ୍ରପତି ଶିବାଜୀ ମହାରାଜଙ୍କଠାରୁ ପ୍ରେରଣା ପାଇଛି। ଛତ୍ରପତି ସାମ୍ୱାଜୀ ଉଦୟନ୍ ମେଟ୍ରୋ ଷ୍ଟେସନ୍ ଏବଂ ଡେକାନ୍ ଜିମଖାନା ମେଟ୍ରୋ ଷ୍ଟେସନରେ ଛତ୍ରପତି ଶିବାଜୀ ମହାରାଜଙ୍କ ସୈନିକମାନେ ପିନ୍ଧିଥିବା ଟୋପି ସଦୃଶ ଏକ ନିଆରା ଡିଜାଇନ୍ ରହିଛି – ଯାହାକି “ମାଭାଲା ପଗଡି” ଭାବରେ ମଧ୍ୟ ଜଣାଶୁଣା। ଶିବାଜୀ ନଗର ଭୂତଳ ମେଟ୍ରୋ ଷ୍ଟେସନରେ ଏକ ସ୍ୱତନ୍ତ୍ର ଡିଜାଇନ୍ ରହିଛି ଯାହା ଛତ୍ରପତି ଶିବାଜୀ ମହାରାଜଙ୍କ ଦ୍ୱାରା ର୍ନିମିତ ଦୁର୍ଗକୁ ମନେ ପକାଇଥାଏ।

ଅନ୍ୟ ଏକ ଅନନ୍ୟ ବୈଶିଷ୍ଟ୍ୟ ହେଉଛି ସିଭିଲ୍ କୋର୍ଟ ମେଟ୍ରୋ ଷ୍ଟେସନ୍ ଦେଶର ସବୁଠାରୁ ଗଭୀର ମେଟ୍ରୋ ଷ୍ଟେସନ୍ ମଧ୍ୟରୁ ଅନ୍ୟତମ; ୩୩.୧ ମିଟରରେ ଗଭୀରତମ ସ୍ଥାନ। ଷ୍ଟେସନ ଛାତ ଏପରି ଭାବରେ ନିର୍ମାଣ ହୋଇଛି ଯେ ପ୍ଲାଟଫର୍ମରେ ସିଧାସଳଖ ସୂର୍ଯ୍ୟକିରଣ ପଡିଥାଏ।

ପ୍ରଧାନମନ୍ତ୍ରୀ ପିମ୍ପ୍ରି ଚିଞ୍ଚାୱାଡ ମ୍ୟୁନିସିପାଲିଟି କର୍ପୋରେସନ (ପିସିଏମସି) ଅଧୀନରେ ଥିବା ବର୍ଜ୍ୟରୁ ଶକ୍ତି କାରଖାନାର ଉଦଘାଟନ କରିବେ। ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟରେ ବିକଶିତ ହୋଇଥିବା ଏହି କାରଖାନା ବାର୍ଷିକ ପ୍ରାୟ ୨.୫ ଲକ୍ଷ ଟନ୍‍ ବର୍ଜ୍ୟବସ୍ତୁ ବ୍ୟବହାର କରି ବିଦ୍ୟୁତ ଉତ୍ପାଦନ କରିବ।

ସମସ୍ତଙ୍କ ପାଇଁ ଗୃହ ର୍ନିମାଣ ଲକ୍ଷ୍ୟକୁ ଆଗକୁ ନେଇ ପ୍ରଧାନମନ୍ତ୍ରୀ ପିସିଏମସି ଦ୍ୱାରା ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ଅଧୀନରେ ର୍ନିମିତ ୧୨୮୦ ରୁ ଅଧିକ ଘର ହସ୍ତାନ୍ତର କରିବେ। ସେ ପୁଣେ ମ୍ୟୁନିସିପାଲିଟି କର୍ପୋରେସନ୍ ଦ୍ୱାରା ର୍ନିମିତ ୨୬୫୦ ରୁ ଅଧିକ ପିଏମଏୱାଇ ଘର ମଧ୍ୟ ହସ୍ତାନ୍ତର କରିବେ। ଆହୁରି ମଧ୍ୟ, ପ୍ରଧାନମନ୍ତ୍ରୀ ପିସିଏମସି ଦ୍ୱାରା ର୍ନିମିତ ହେବାକୁ ଥିବା ପ୍ରାୟ ୧୧୯୦ ପିଏମଏୱାଇ ଘର ଏବଂ ପୁଣେ ମେଟ୍ରୋପଲିଟାନ ରିଜିଅନ ଡେଭଲପମେଣ୍ଟ ଅଥରିଟୀ ଦ୍ୱାରା ର୍ନିମିତ ୬୪୦୦ ରୁ ଅଧିକ ଘରରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ପ୍ରଧାନମନ୍ତ୍ରୀଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର ପ୍ରଦାନ କରାଯିବ। ଲୋକମାନ୍ୟ ତିଲକଙ୍କ ଉତ୍ତରାଧିକାରୀଙ୍କୁ ସମ୍ମାନ ଜଣାଇବା ପାଇଁ ୧୯୮୩ ମସିହାରେ ତିଲକ ସ୍ମାରକ ମନ୍ଦିର ଟ୍ରଷ୍ଟ ଦ୍ୱାରା ଏହି ପୁରସ୍କାର ଗଠନ କରାଯାଇଥିଲା । ଜାତିର ପ୍ରଗତି ଏବଂ ବିକାଶ ପାଇଁ ଉଲ୍ଲେଖନୀୟ ଏବଂ ଅସାଧାରଣ ଭାବରେ କାର୍ଯ୍ୟ କରିଥିବା ଏବଂ ଅବଦାନ ରଖିଥିବା ଲୋକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ଏହା ପ୍ରତିବର୍ଷ ଅଗଷ୍ଟ ୧ – ଲୋକମାନ୍ୟ ତିଲକଙ୍କ ମୃତ୍ୟୁ ବାର୍ଷିକୀରେ ପ୍ରଦାନ କରାଯାଏ।

ପ୍ରଧାନମନ୍ତ୍ରୀ ପୁରସ୍କାରର ୪୧ ତମ ଗ୍ରହଣକାରୀ ହେବେ। ଏହା ପୂର୍ବରୁ ଅନ୍ୟମାନଙ୍କ ମଧ୍ୟରେ ଡକ୍ଟର ଶଙ୍କର ଦୟାଲ ଶର୍ମା, ପ୍ରଣବ ମୁଖାର୍ଜୀ, ଅଟଳ ବିହାରୀ ବାଜପେୟୀ, ଇନ୍ଦିରା ଗାନ୍ଧୀ, ଡକ୍ଟର ମନମୋହନ ସିଂହ, ଏନ ଆର ନାରାୟଣ ମୁର୍ତ୍ତୀ, ଡକ୍ଟର ଇ ଶ୍ରୀଧରନ୍‌ଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।

ଅଗଷ୍ଟ ୧ ତାରିଖ ନରେନ୍ଦ୍ର ମୋଦୀ ପୁଣେ ଗସ୍ତ ଲୋକମାନ୍ୟ ତିଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବେଟିଂ ଆପ୍ସ ମାମଲା: ଇଡିରେ ହାଜର ହେବା ପାଇଁ ସମୟ ମାଗିଲେ ରାଣା ଦଗ୍ଗୁବତୀ

July 23, 2025

ପରିବର୍ତ୍ତିତ ଘଟଣାକ୍ରମରେ ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହ ସମ୍ପର୍କକୁ ସୁଦୃଢ଼ ରଖିପାରିଛି ଭାରତ

July 23, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025
Latest News

ବେଟିଂ ଆପ୍ସ ମାମଲା: ଇଡିରେ ହାଜର ହେବା ପାଇଁ ସମୟ ମାଗିଲେ ରାଣା ଦଗ୍ଗୁବତୀ

July 23, 2025

ପରିବର୍ତ୍ତିତ ଘଟଣାକ୍ରମରେ ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହ ସମ୍ପର୍କକୁ ସୁଦୃଢ଼ ରଖିପାରିଛି ଭାରତ

July 23, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.