ରାୟଗଡା ଜିଲ୍ଲାରେ କଲର୍ଭଟ ଭାଙ୍ଗି ପାଞ୍ଚ ଜଣ ମୃତ, ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

Published: Jul 31, 2023, 4:06 pm IST

ଭୁବନେଶ୍ବର: ଆଜି ସକାଳେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେ ଏକ ନିର୍ମାଣାଧୀନ କଲର୍ଭଟ ଭାଙ୍ଗି ଯିବା ଫଳରେ ଚାରି ଜଣ ଶିଶୁଙ୍କ ସମେତ 5 ଜଣ ଙ୍କ ମୃତ୍ୟୁ ହୋଇଛି।

ଏହି ଦୁର୍ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି

ଏହି ଦୁର୍ଘଟଣା ପାଇଁ ଦାୟୀ କର୍ମଚାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Related posts