Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱାଧୀନତା ଦିବସ-୨୦୨୩ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ
ଆଜିର ଖବର

ସ୍ୱାଧୀନତା ଦିବସ-୨୦୨୩ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

August 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚଳିତ ବର୍ଷ ୭୭ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୩ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ସକାଳ ୯ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ।

ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପ୍ୟାରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥିଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ। ଏଥି ସହ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପରାମର୍ଶ ଦେଇଥିଲେ।

ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ।

ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ନିର୍ଦ୍ଦେଶକ (ବୈଷୟିକ ସୁରେନ୍ଦ୍ର କୁମାର ପରିଡ଼ା, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପି୍ରୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ସୂଚନା ଓ ଲୋକସଂପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.