Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମ୍ସ ଭୁବନେଶ୍ୱରରେ ଅଙ୍ଗଦାନ ନିମନ୍ତେ ଶପଥ ନେଲେ ଚିକିତ୍ସକ, ଛାତ୍ରଛାତ୍ରୀ, କର୍ମଚାରୀ ଏବଂ ଜନସାଧାରଣ
ଆଜିର ଖବର

ଏମ୍ସ ଭୁବନେଶ୍ୱରରେ ଅଙ୍ଗଦାନ ନିମନ୍ତେ ଶପଥ ନେଲେ ଚିକିତ୍ସକ, ଛାତ୍ରଛାତ୍ରୀ, କର୍ମଚାରୀ ଏବଂ ଜନସାଧାରଣ

August 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
AIIMS Director on Antibiotics uses
AIIMS Director on Antibiotics uses

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଗୁରୁବାର ଦିନ ଉତ୍ସାହ ଏବଂ ପ୍ରତିବଦ୍ଧତାର ସହିତ ୧୩ତମ ଭାରତୀୟ ଅଙ୍ଗଦାନ ଦିବସ (ଆଇଓଡିଡି) ପାଳିତ ହୋଇଯାଇଛି। ଅଙ୍ଗଦାନ ଏବଂ ଅଙ୍ଗ ପ୍ରତିରୋପଣର ଆବଶ୍ୟକତା ଥିବା ରୋଗୀଙ୍କ ନିମନ୍ତେ ଏହି ଜୀବନ ପ୍ରଦାନକାରୀ ମହତ ଦିବସ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଲକ୍ଷ୍ୟରେ ଏମ୍ସ ପକ୍ଷରୁ ଏକାଧିକ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏମ୍ସ ଓପିଡି ପରିସରରେ ଅନୁଷ୍ଠିତ କାର‌୍ୟ୍ୟକ୍ରମରେ ଚିକିତ୍ସକ, ଛାତ୍ରଛାତ୍ରୀ, କର୍ମଚାରୀ ଏବଂ ଜନସାଧାରଣ ଅଙ୍ଗଦାନ କରିବାକୁ ଶପଥ ନେଇଥିଲେ। ସେହିପରି ଏମ୍ସ ନର୍ସିଂ କଲେଜ ଛାତ୍ରଛାତ୍ରୀଙ୍କ ପକ୍ଷରୁ ପ୍ରଦର୍ଶିତ ଚମତ୍କାର ନାଟ୍ୟାଅଭିନୟ କାର‌୍ୟ୍ୟକ୍ରମ ଅଙ୍ଗଦାନର ମହତ୍ତ୍ବ ବିଷୟରେ ଉପସ୍ଥିତ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ଏଥିସହିତ ଆକର୍ଷଣୀୟ କଳାଚାତୁରୀ ପ୍ରଦର୍ଶନ କରି ଅଙ୍ଗଦାନ ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ଥିବା ଅନ୍ଧବିଶ୍ବାସ, ଭ୍ରାନ୍ତଧାରଣା ଏବଂ ଅଜ୍ଞତାକୁ ଦୂର କରିବାରେ ସହାୟକ ହୋଇଥିଲା।

ଡିନ୍ ତଥା ଭାରପ୍ରାପ୍ତ କାର‌୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ପି ଆର୍ ମହାପାତ୍ର, ମେଡିକାଲ୍ ଅଧୀକ୍ଷକ ଡ. ଡି କେ ପରିଡ଼ାଙ୍କ ଉପସ୍ଥିତିରେ ଅନୁଷ୍ଠିତ କାର‌୍ୟ୍ୟକ୍ରମରେ ଜଣେ ବ୍ୟକ୍ତିଙ୍କ ଅଙ୍ଗଦାନ କିପରି ଏକାଧିକଙ୍କୁ ଜୀବନଦାନ ଦେଇଥାଏ ସେ ସମ୍ପର୍କରେ ଆଲୋକପାତ କରିଥିଲେ ଉପସ୍ଥିତ ଅତିଥିବୃନ୍ଦ।

ଡ. ସଞ୍ଜୀବ ଭୋଇ (ନ୍ୟୁରୋଲୋଜି), ଡ. ଆଶିଷ ପଟ୍ଟନାୟକ (ନ୍ୟୁରୋ ସର୍ଜରୀ), ଡ. ସଙ୍ଗୀତା ସାହୁ (ଟ୍ରମା ଏବଂ ଜରୁରୀକାଳୀନ ବିଭାଗ), ଡ. ଭାଗିରଥୀ ଦ୍ୱିବେଦୀ (ଶିଶୁରୋଗ), ଡ. ପ୍ରଭାସ ରଂଜନ ତ୍ରିପାଠୀ (ଆନାଟୋମି) ପ୍ରମୁଖ ବରିଷ୍ଠ ଚିକିତ୍ସକମାନେ ଅଙ୍ଗଦାନର ବର୍ତ୍ତମାନ ସମୟରେ ରହିଥିବା ତାତ୍ପର‌୍ୟ୍ୟପୂର୍ଣ୍ଣ ଆହ୍ବାନ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ସେହିପରି ଡ. ସନ୍ଦୀପ ପଣ୍ଡା (ନେଫ୍ରୋଲୋଜି) ଏବଂ ଡ. ମନୋଜ ଦାସ (ୟୁରୋଲୋଜି) ଏମ୍ସ ଭୁବନେଶ୍ୱରରେ ସଫଳତାରେ ସହିତ ଜାରି ରହିଥିବା କିଡ୍ନୀ ପ୍ରତିରୋପଣ ପ୍ରସଙ୍ଗରେ ସେମାନଙ୍କର ଅଭିଜ୍ଞତା ବାଣ୍ଟିଥିଲେ। କଲେଜ ଅଫ୍ ନର୍ସିଂର ଡ. ଧରିତ୍ରୀ ସ୍ବାଇଁ ଅଙ୍ଗଦାନ କ୍ଷେତ୍ରରେ ନର୍ସିଂ କେୟାରର ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ।

ଡ. ବ୍ରହ୍ମଦତ୍ତ ପଟ୍ଟନାୟକ (ସର୍ଜିକାଲ୍ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି)ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର‌୍ୟ୍ୟକ୍ରମରେ ଅଙ୍ଗ ଦାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ଏକ ଦସ୍ତଖତ ଅଭିଯାନର ଶୁଭାରମ୍ଭ କରିଥିଲେ ଅତିଥିବୃନ୍ଦ।

ଏହି ଅବସରରେ ଏମ୍ସ ଭୁବନେଶ୍ୱର କାର‌୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଏପରି ଏକ ସଫଳ କାର‌୍ୟ୍ୟକ୍ରମ ଆୟୋଜନ କରିଥିବାରୁ ଅଧ୍ୟାପକ/ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ଏଥିସହିତ ଅଙ୍ଗଦାନ ଏବଂ ପ୍ରତିରୋପଣକୁ ଉତ୍ସାହିତ କରିବା ନିମନ୍ତେ ଏମ୍ସ ସଦାସର୍ବଦା ପ୍ରତିବଦ୍ଧ ଥିବା ନେଇ ଡ. ବିଶ୍ବାସ ପ୍ରକାଶ କରିଥିଲେ।

ଉଲ୍ଲେଖଯୋଗ୍ୟ ଯେ, ଏମ୍ସ ଭୁବନେଶ୍ୱର ଏହି କ୍ଷେତ୍ରରେ ବେଶ୍ ଉତ୍ସାହଜନକ କାର‌୍ୟ୍ୟକ୍ରମମାନ ହାତକୁ ନେଇଛି। ଏହି ଜାତୀୟ ଅନୁଷ୍ଠାନରେ ସଫଳତାର ସହିତ ବୃକକ୍ ପ୍ରତିରୋପଣ କାର‌୍ୟ୍ୟକ୍ରମ ଆରମ୍ଭ ହୋଇସାରିଛି। ସୁଲଭ ମୂଲ୍ୟରେ ହେଉଥିବା କିଡ୍ନୀ ପ୍ରତିରୋପଣ ଏହି ରୋଗରେ ପୀଡ଼ିତ ରୋଗୀଙ୍କୁ ନୂତନ ଆଶା ପ୍ରଦାନ କରିଛି। ସେହିପରି ଏମ୍ସ ଭୁବନେଶ୍ୱରରେ ଶୀଘ୍ର କ୍ୟାଡେଭେରିକ୍ ଅଙ୍ଗଦାନ କାର‌୍ୟ୍ୟକ୍ରମ ଏବଂ ଯକୃତ ପ୍ରତିରୋପଣ ଆରମ୍ଭ ହେବାକୁ ଯାଉଛି। ଯାହାକି ରାଜ୍ୟ ତଥା ପଡ଼ୋଶୀ ରାଜ୍ୟବାସୀଙ୍କୁ ଉପକୃତ କରିବା ସହିତ ଅଙ୍ଗଦାତାଙ୍କୁ ଉତ୍ସାହିତ କରିବ।

ଅଙ୍ଗଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.