Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାରା‌ ଓଡିଶାରେ ମୁକ୍ତିଲାଭ କଲା ଓଡିଆ ଫିଲ୍ମ ‘ତୁ ସେଇ ନୀଳ ନୟନା’
ଆଜିର ଖବର

ସାରା‌ ଓଡିଶାରେ ମୁକ୍ତିଲାଭ କଲା ଓଡିଆ ଫିଲ୍ମ ‘ତୁ ସେଇ ନୀଳ ନୟନା’

August 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନୂଆ ଓଡିଆ ଫିଲ୍ମ ‘ତୁ ସେଇ ନୀଳ ନୟନା’ ଚଳଚ୍ଚିତ୍ର ଅଗଷ୍ଟ ୪ ରେ ୩୫ଟି ହଲ୍ ରେ ଶୁଭମୁକ୍ତି ହୋଇଛି। ବିନି ପଟ୍ଟନାୟକ ଫିଲ୍ମସ ନିଵେଦିତ ନୂଆ ଚଳଚ୍ଚିତ୍ର ନୀଳନୟନାର ପ୍ରଯୋଜକ ବିନି ପଟ୍ଟନାୟକ, ନିର୍ଦ୍ଦେଶକ ତ୍ରିପତୀ ସାହୁ, ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍ ଆନନ୍ଦ, ଗୀତିକାର ବସନ୍ତରାଜ ସାମଲ, ସଂଳାପକାର ଡ‍ଃ ରଜନୀ ରଞ୍ଜନ।

ଅଗଷ୍ଟ ୪ରେ ଓଡ଼ିଶାର ବିଭିନ୍ନ ପ୍ରେକ୍ଷାଳୟରେ ରିଲିଜ୍ ହେଲା ଭିନ୍ନ ଏକ ପ୍ରେମ କାହାଣୀ କୁ ନେଇ ଓଡିଆ ଫିଲ୍ମ ‘ତୁ ସେଇ ନୀଳ ନୟନା’। ଜୀବନରେ ପ୍ରେମର ରଙ୍ଗ ସବୁବେଳେ ସତେଜ ହୋଇ ରହିବା ଦରକାର ନହେଲେ ଜୀବନର ଅର୍ଥ ବଦଳି ଯାଏ। ଆଉ ଆପଣଙ୍କ ଜୀବନରେ ସେ ପ୍ରେମର ରଙ୍ଗ ବୋଳିବାକୁ ଆସୁଛି ‘ତୁ ସେଇ ନୀଳ ନୟନା’।

ଫିଲ୍ମରେ ଓଡିଆ ମନୋରଂଜନ ଜଗତର ଅଫେରା କିମ୍ବଦନ୍ତୀ କଳାକାର ପିଣ୍ଟୁ ନନ୍ଦଙ୍କୁ ଦେଖିବେ ଏକ ନୂଆ ଅବତାରରେ। ବିନି ପଟ୍ଟନାୟକ ପ୍ରଯୋଜିତ ଏହି ଫିଲ୍ମର ସହ ପ୍ରଯୋଜକ ହେଉଛନ୍ତି ମୋହିତ ପଟ୍ଟନାୟକ। ଫିଲ୍ମର ମୁଖ୍ୟ ଊପଦେଷ୍ଟା ତ୍ରିନାଥ ପଟ୍ଟନାୟକ ଓ ଆଶାଲତା ପଟ୍ଟନାୟକ ଥିବା ବେଳେ ଊପଦେଷ୍ଟା ଭାବରେ ମନସା ମୟୁରୀ, ବୃନ୍ଦାବନ ମିଶ୍ର, ସଞ୍ଜିତ ନାୟକ ଓ ମନୋଜ ସ୍ବାଇଁ ଅଛନ୍ତି ଓ ଏଥିରେ ବିଶେଷ ସହଯୋଗ କରିଛନ୍ତି ସଚ୍ଚିକାନ୍ତ ଜେନା।

ଦର୍ଶକଙ୍କୁ ନୂଆ ତଥା ଓଡିଆ ଛୁଙ୍କରେ ତିଆରି ପାରିବାରିକ ଫିଲ୍ମ ଦେବା ପାଇଁ ଆମେ ସମସ୍ତେ ଚେଷ୍ଟା କରିଛୁ। ଏକ ନିଆରା ଓ ଅଦ୍ଭୁତ କାହାଣୀ ଯାହାକୁ ନେଇ ନିର୍ମାଣ ହୋଇଛି ଫିଲ୍ମ “ତୁ ସେଇ ନୀଳନୟନା” ନିଶ୍ଚିତ ଭାବରେ ଓଡିଆ ଦର୍ଶକଙ୍କ ମନକୁ ଛୁଇଁବ ବୋଲି ଯୋର ଦେଇ କହିଛନ୍ତି ଫିଲ୍ମର ନିର୍ଦ୍ଦେଶକ ତ୍ରିପତୀ ସାହୁ। ଫିଲ୍ମର ଗୀତ ଲେଖିଛନ୍ତି ବସନ୍ତରାଜ ସାମଲ ଓ ଏହାକୁ ସଙ୍ଗୀତରେ ସଜାଇଛନ୍ତି ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍ ଆନନ୍ଦ ଏବଂ ସ୍ବର ଦେଇଛନ୍ତି ହ୍ୟୁମାନ ସାଗର, ଦୀପ୍ତିରେଖା ପାଢୀ, ସ୍ୱୟଂ ପାଢୀ, ସୋହିନୀ ମିଶ୍ର, ଆଶୁତୋଷ ଓ ଅମ୍ରିତା ନାୟକ।

ପ୍ରେମ, ପ୍ରଣୟ ଓ ଭଲପାଇବାର ସ୍ପର୍ଶରେ ପଥର କିପରି କୋମଳ ଫୁଲରେ ପରିବର୍ତ୍ତନ ହୁଏ ତାହା ଏହି ଫିଲ୍ମରେ ଦର୍ଶକ ଦେଖିବେ ବୋଲି କହିଛନ୍ତି ଫିଲ୍ମର ପୁରା ଟିମ୍। ସ୍ବର୍ଗତଃ ପିଣ୍ଟୁ ନନ୍ଦଙ୍କ ବ୍ୟତୀତ ସମ୍ବିତ୍ ଆଚାର୍ଯ୍ୟ, ଲିପିକା ସେନାପତି, ପୃଥ୍ବୀରାଜ ନାୟକ, ପ୍ରତିଭା ପଣ୍ଡା, ଚୌଧୁରୀ ଜୟ ପ୍ରକାଶ ଦାସ, ବରଦା ତ୍ରିପାଠୀ, ନନସେନ୍ସ ମଣି, ଅମର ମହାପାତ୍ର, ଆଲିଶା, ଜ୍ୟୋତି ତ୍ରିପାଠୀ,ଜୀବନ ପଣ୍ଡା ଓ ଦେବଶ୍ରୀ ଏହି ଫିଲ୍ମରେ ଅଭିନୟ କରିଛନ୍ତି।

ଓଡ଼ିଶାର ଅଗଣିତ ଚଳଚ୍ଚିତ୍ର ପ୍ରେମୀ ମାନଙ୍କ ଚାହିଦା ପୂରଣ କରିବ ଫିଲ୍ମ ‘ତୁ ସେଇ ନୀଳ ନୟନା’ ବୋଲି ଚଳଚ୍ଚିତ୍ର ର ପ୍ରଚାର ଓ ପ୍ରସାର ଦାୟିତ୍ବ ରେ ଥିବା ମିଡ଼ିଆ ପ୍ଲାନର କ୍ରିଏଟିଭ ହେଡ୍ ପ୍ରଣୟ ଜେଠୀ ସୂଚନା‌ ଦେଇଛନ୍ତି।

ଓଡ଼ିଆ ଫିଲ୍ମ ଓଡିଶା ବିନି ପଟ୍ଟନାୟକ ମୁକ୍ତିଲାଭ
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026

ଶଶୁର ଉପରକୁ ଗରମ ତେଲ ଫିଙ୍ଗିଲା ବୋହୁ

May 18, 2026

ରାସ୍ତା ମଝିରେ ମରଣାନ୍ତକ ଆକ୍ରମଣ

May 18, 2026
Latest News

ରାଶିଫଳ: ମେ ୧୯ ତାରିଖ ମଙ୍ଗଳବାର ଦିନ ଏହି ରାଶିର ଲୋକ ପାଇବେ ଖୁସି ଖବର

May 19, 2026

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.