Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ଟ୍ରେଡ୍‌ରେ ସେପ୍ଟେମ୍ବର ସେସନ ପାଇଁ ନାମଲେଖା
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ଟ୍ରେଡ୍‌ରେ ସେପ୍ଟେମ୍ବର ସେସନ ପାଇଁ ନାମଲେଖା

August 5, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଧୁନିକ ଟେକ୍ନୋଲୋଜିର ପ୍ରୟୋଗ ଫଳରେ ଉଭୟ ଶିଳ୍ପ ଉତ୍ପାଦନ ଏବଂ ସେବା କ୍ଷେତ୍ରରେ ସାରା ବିଶ୍ୱରେ ଆଜି ବ୍ୟାପକ ପରିବର୍ତ୍ତନ ଆସିଛି। ତେଣୁ ବର୍ତ୍ତମାନର ଚାହିଦା ଅନୁଯାୟୀ ଯୁବପିଢ଼ିଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ନୂଆ ରୂପ ଦେବା ଜରୁରୀ ହୋଇପଡ଼ିଛି। ଏହି ଆବଶ୍ୟକତାକୁ ପୂରଣ କରିବା ପାଇଁ ଭୁବନେଶ୍ୱରରେ ଥିବା ୱାର୍ଲ୍ଡ ସ୍କିଲ୍ ସେଣ୍ଟର ବା ବିଶ୍ୱ ଦକ୍ଷତା କେନ୍ଦ୍ର ଆଣିଛନ୍ତି ବିଭିନ୍ନ ଅତ୍ୟାଧୁନିକ ବିଷୟରେ ବର୍ଷିକିଆ ଆଡଭାନ୍ସଡ୍ ଡିପ୍ଲୋମା ତାଲିମ ପାଠ୍ୟକ୍ରମ।

ଏହି କେନ୍ଦ୍ରରେ ସେପ୍ଟେମ୍ବର ସେସନ ପାଇଁ ଅନଲାଇନ ମାଧ୍ୟମରେ ନାମଲେଖା ଲାଗି ଆବେଦନ ପ୍ରକ୍ରିୟା ଜାରି ରହିଛି। ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଚଳିତ ମାସ ୧୫ ହେଉଛି ଆବେଦନ ଗ୍ରହଣର ଶେଷ ତାରିଖ। ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ଅନଲାଇନ ମାଧ୍ୟମରେ ଏକ ସ୍ୱତନ୍ତ୍ର ପ୍ରବେଶିକା ପରୀକ୍ଷା କରାଯାଇ ଯୋଗ୍ୟ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପାଇଁ ଚୟନ କରାଯିବ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ସ୍କୁଲ ଅଫ୍ ଇଞ୍ଜିନିୟରିଂ ଏବଂ ସ୍କୁଲ୍ ଅଫ୍ ସର୍ଭିସେସ୍ ଦୁଇଟି ବିଭାଗ ରହିଛି। ଏଠାରେ ମୋଟ ୭ଟି ଅତ୍ୟାଧୁନିକ ବିଷୟରେ ପ୍ରାର୍ଥୀମାନଙ୍କୁ ତାଲିମ ଦିଆଯାଉଛି। ଏଠାରେ ଦିଆଯାଉଥିବା ବିଭିନ୍ନ ତାଲିମ ପାଠ୍ୟକ୍ରମର ସୁଯୋଗ ନେଇ ଓଡ଼ିଶାର ଯୁବପିଢ଼ି ନିଜର ଭବିଷ୍ୟତ ଗଠନ ଲାଗି ଆଗେଇ ଆସିବାକୁ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଅନୁରୋଧ କରିଛନ୍ତି।

ଏହି କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କ ଲାଗି ହଷ୍ଟେଲ ସୁବିଧା, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣାରେ ଯୋଗାଇ ଦିଆଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ରର ସ୍କୁଲ ଅଫ୍ ଇଞ୍ଜିନିୟରିଂ ବିଭାଗ ଅଧୀନରେ ମେକାଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ମେକାନିକାଲ ଆଣ୍ଡ୍ ଇଲେକ୍ଟ୍ରିକାଲ ସର୍ଭିସେସ, ଏୟାର କଣ୍ଡିସନିଂ ଆଣ୍ଡ୍ ରେଫ୍ରିଜରେସନ ଏବଂ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ ଭଳି ୫ଟି ଆଧୁନିକ ବିଷୟ ବା ଟ୍ରେଡ୍ ରହିଛି। ରାଜ୍ୟର ଯେ କୌଣସି ସରକାରୀ ବା ଘରୋଇ ଶିଳ୍ପ ତାଲିମ ଅନୁଷ୍ଠାନରୁ ୨ ବର୍ଷିଆ ଆଇଟିଆଇ ବା ୩ ବର୍ଷିଆ ଡିପ୍ଲୋମା ପାସ୍ କରିଥିବା ଛାତ୍ରଛାତ୍ରୀମାନେ ଏଠାରେ ନାମ ଲେଖାଇବା ପାଇଁ ଆବେଦନ କରିପାରିବେ।

ସେହିପରି ସ୍କୁଲ ଅଫ୍ ସର୍ଭିସେସ ବିଭାଗ ଅଧୀନରେ “ହେୟାର ଫ୍ୟାସନ ଆଣ୍ଡ ଡିଜାଇନ୍‌” ଏବଂ “ବ୍ୟୁଟି ୱେଲେନେସ୍ ଆଣ୍ଡ ସ୍ପା” ଭଳି ୨ଟି ଆକର୍ଷଣୀୟ ପାଠ୍ୟକ୍ରମ ରହିଛି। ଏହି ତାଲିମ କାର୍ଯ୍ୟକ୍ରମ ପାଇଁ ଶିକ୍ଷାଗତ ଯୋଗ୍ୟତା ରହିଛି ଯୁକ୍ତ ୨ କିମ୍ବା ଯେ କୌଣସି ବିଷୟରେ ଡିପ୍ଲୋମା।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି, ଅତ୍ୟାଧୁନିକ ଲାବୋରେଟୋରି ଓ ବିଶ୍ୱସ୍ତରୀୟ ବିଭିନ୍ନ ଯନ୍ତ୍ରପାତି ଓ ତାଲିମ ଉପକରଣ ରହିଛି। ବୈଷୟିକ ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ପରିଚିତ ସିଙ୍ଗାପୁରର ଆଇଟିଇଇଏସ୍ ସଂସ୍ଥାର ସହଯୋଗକ୍ରମେ ବିଶ୍ୱ ଦକ୍ଷତା କେନ୍ଦ୍ରର ପାଠ୍ୟକ୍ରମ ଓ ତାଲିମ କାର୍ଯ୍ୟକ୍ରମ ପରିଚାଳନା କରାଯାଉଛି। ଫଳରେ ଏଠାରୁ ଦକ୍ଷ ତଥା ବିଶ୍ୱସ୍ତରୀୟ ଯୁବ ମାନବ ସମ୍ବଳ ସୃଷ୍ଟି ପାଇଁ ଲକ୍ଷ୍ୟ ରଖାଯାଇଛି।

ଛାତ୍ରଛାତ୍ରୀମାନଙ୍କୁ ଶିଳ୍ପ ଦୁନିଆ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାକୁ ଏଠାରେ ବିଷୟଭିତ୍ତିକ ବୈଷୟିକ ତାଲିମ ଏବଂ ହ୍ୟାଣ୍ଡସ୍ ଅନ ପ୍ରାକ୍ଟିସ୍ ଛଡ଼ା ପ୍ରୋଜେକ୍ଟ ଉପରେ ଗୁରୁତ୍ୱ ଦିଆଯାଉଛି। ସେହିପରି ସେମାନଙ୍କ ଦକ୍ଷତାକୁ ବ୍ୟାପକ କରିବା ପାଇଁ “ଜୀବନ କୌଶଳ” କାର୍ଯ୍ୟକ୍ରମ ଅଧୀନରେ ସେମାନଙ୍କୁ ଯୋଗାଯୋଗ ଦକ୍ଷତା, କମ୍ପ୍ୟୁଟର ଓ ଡିଜିଟାଲ ପ୍ରୟୋଗ, ବ୍ୟକ୍ତିତ୍ୱ ବିକାଶ ଏବଂ ଉଦ୍ୟୋଗ ବିକାଶ ଭଳି ବିଷୟରେ ପ୍ରସ୍ତୁତ କରାଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀମାନଙ୍କୁ ବିଦେଶରେ ଯାଇ ବିଶେଷ ଅନୁଭୂତି ହାସଲ କରିବା ପାଇଁ ସୁଯୋଗ ଦିଆଯାଉଛି। ଏହି ପାଠ୍ୟକ୍ରମ ଅଧୀନରେ କେନ୍ଦ୍ରର ୪୦ ଜଣ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ୧୫ ଦିନ ଲାଗି “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି। ସେହିପରି ପ୍ରତି ବର୍ଷ ୨୪ ଜଣଙ୍କୁ ବାଛି ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ପେଡ୍‌-ଇଣ୍ଟର୍ଣ୍ଣସିପ୍ କରିବାର ସୁଯୋଗ ଦିଆଯାଉଛି।

ରାଜ୍ୟର ବିଭିନ୍ନ ଶିଳ୍ପ ତାଲିମ ଅନୁଷ୍ଠାନରୁ ଛାତ୍ରଛାତ୍ରୀମାନେ ଆସି ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମ ଲେଖାଉଛନ୍ତି। ଫିନିସିଂ ସ୍କୁଲ ଢାଞ୍ଚାରେ ପରିଚାଳିତ ଏହି ଅନ୍ତର୍ଜାତୀୟ ସ୍ତରର ଦକ୍ଷତା ବିକାଶ କେନ୍ଦ୍ରରେ ସେମାନଙ୍କ ଦକ୍ଷତାକୁ ଅଧିକ ଶାଣିତ ଓ ଶିଳ୍ପ-ଉପଯୋଗୀ କରାଯାଉଛି । ଏହା ସହିତ କେନ୍ଦ୍ରରୁ ଉତ୍ତୀର୍ଣ୍ଣ ହେଉଥିବା ପ୍ରାର୍ଥୀମାନେ କିପରି ଦେଶ ବିଦେଶରେ ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ ସେମାନଙ୍କ “ପ୍ଲେସମେଣ୍ଟ” ଉପରେ ମଧ୍ୟ ଗୁରୁତ୍ୱ ଦେଉଛି ବିଶ୍ୱ ଦକ୍ଷତା କେନ୍ଦ୍ର।

ରାଜ୍ୟ ସରକାରଙ୍କ “ସ୍କିଲ୍ଡ ଇନ ଓଡ଼ିଶା” କାର୍ଯ୍ୟକ୍ରମ ତଥା ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧୀନରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳଠାରେ ସ୍ଥାପନ କରାଯାଇଛି ଏହି ଅତ୍ୟାଧୁନିକ ଦକ୍ଷତା ବିକାଶ କେନ୍ଦ୍ର।

ନାମଲେଖା ପ୍ରକ୍ରିୟା ସମ୍ପର୍କରେ ଅଧିକ ଜାଣିବା ପାଇଁ ଆଗ୍ରହୀ ପ୍ରାର୍ଥୀମାନେ ୧୮୦୦ ୨୬୬ ୬୦୦୨ ଟୋଲ ଫ୍ରି ନମ୍ବରରେ ଯୋଗାଯୋଗ କରିପାରିବେ। ତା’ଛଡ଼ା ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟ www.worldskillcenter.org ମାଧ୍ୟମରେ ସିଧାସଳଖ ନାମଲେଖା ପାଇଁ ଆବେଦନ କରିପାରିବେ ବୋଲି ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ବିଶ୍ୱ ଦକ୍ଷତା କେନ୍ଦ୍ର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.