Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିସ୍‌ ରେ ଆୟୋଜିତ ହେଲା ‘ବିକାଶରେ ଯୁବ ବର୍ଗର ଭୂମିକା’ ଆଲୋଚନା‌ ଚକ୍ର
ଆଜିର ଖବର

ନିସ୍‌ ରେ ଆୟୋଜିତ ହେଲା ‘ବିକାଶରେ ଯୁବ ବର୍ଗର ଭୂମିକା’ ଆଲୋଚନା‌ ଚକ୍ର

August 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁନେଶ୍ବର: ସୁମାକର କେନ୍ଦ୍ର, ଆଡ୍‌ସ ଆଣ୍ଡ ଏଫ୍‌ଇଏସ୍‌ ଓ ନିସ୍‌ର ମିଳିତ ସହ‌ଯୋଗରେ ଆୟୋଜିତ ହୋଇଛି ‘ବିକାଶରେ ଯୁବ ବର୍ଗର ଭୂମିକା’। ଏହି ଅବସରରେ ରାଜ୍ୟର ବହୁ ମନ୍ୟ ଗଣ୍ୟ ବ୍ୟକ୍ତି ଯୋଗ ଦେଇ ରାଜ୍ୟର ଯୁବବର୍ଗଙ୍କୁ ଏକ ନୂତନ ଦିଗ୍ଦର୍ଷନ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ‘ସମ୍ବାଦ’ର ସମ୍ପାଦକ ‌ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ କହିଛନ୍ତି ଯେ, ସମାଜରେ ଘଟିଥିବା ସବୁ ବିପ୍ଳବ, ପରିବର୍ତ୍ତନ ଓ ନୂଆ କଥା ଯୁବ ବନ୍ଧୁଙ୍କ ଉଦ୍ୟମରେ ହୋଇଛି। ‌ତେଣୁ ପରମ୍ପରା‌ ଭାରତୀୟ ସଂସ୍କୃତିରେ ଅଛି ତାକୁ ଅଗ୍ରାଧିକାର ଦେଇ ଯଦି ସମାଜିକ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା‌ କରାଯାନ୍ତା ତାହାଲେ ଆମେ ସମସ୍ତେ ସମ୍ମାନର ସହ ବଞ୍ଚିବାର ରାସ୍ତା ସହଜରେ ପାଇବେ।

କାର୍ଯ୍ୟକ୍ରମରେ ଆସୋସିଏସନ୍‌ ଫର୍‌ ଡେମୋକ୍ରାଟିକ୍‌ ସୋସିଆଲିଜିମ୍‌ର ସେକ୍ରେଟେରି ଜେନେରାଲ ଡିକେ ଗିରି, ସୁମାକର ସୋସାଇଟି ଦିଲ୍ଲୀର ନିର୍ଦ୍ଦେଶିକା ସୁଶାନ ଚେରିଆନ୍‌, ଫେଡ୍ରିକ୍‌ ଏବର୍ଟ ଷ୍ଟିଫଙ୍ଗ୍‌ର କଣ୍ଟ୍ରି ନିର୍ଦ୍ଦେଶକ ଖ୍ରୀଷ୍ଟଫ ପି ମୋହର, ପ୍ର‌ୋଗ୍ରାମ ମ୍ୟାନେଜର ଅନୁରାଗ ଶଙ୍କର, ପୂର୍ବତନ ପ୍ରଶାସକ କରୁଣାକର ପଟ୍ଟନାୟକ ପ୍ରମୁଖ ଯୋଗଦେଇ ‘ବିକାଶରେ ଯୁବ ବର୍ଗର ଭୂମିକା’ ସମ୍ପର୍କରେ ମତ ରଖିଥିଲେ।

ଏହି ଅବସରରେ ୨ଟି ଅଧିବେଶନ ଆୟୋଜିତ ହୋଇଥିଲା ଯେଉଁଥିରେ ପ୍ରଥମ ଅଧିବେଶନରେ ପରିବେଶବିତ୍‌ ଦିଲ୍ଲିପ ଶ୍ରୀଚନ୍ଦନ, ବିର୍ଲା ଗ୍ଲୋବାଲ ୟୁନିଭର୍ସିଟିର ପୂର୍ବତନ କୁଳପତି ସୁଧାକର ପଣ୍ଡା, ସେଣ୍ଟର ଫର୍‌ ପବ୍ଲିକ୍‌ ‌ପଲିସି ଅଲ୍ଟରନେଟିଭର ନି‌‌ର୍ଦ୍ଦେଶକ ସନ୍ଦୀପ ପଟ୍ଟନାୟକ ଏବଂ ଦ୍ବିତୀୟ ଅଧିବେଶନରେ ସୁଶାନ ଚେରିଆନ୍‌, ସମାଜସେବୀ ବିଶାଖା ଭଞ୍ଜ, ଟ୍ରାଇବାଲ୍‌ ଏକାଡେମିର ଭାନୁମତି ସିଂହ ଯୋଗ‌ଦେଇ ଚର୍ଚ୍ଚା କରିଥି‌ଲେ। ସେହିପରି ଆୟୋଜିତି ଏକ ଗୋଷ୍ଠୀ ଚର୍ଚ୍ଚାରେ ବରିଷ୍ଠ ସାମ୍ବାଦିକ ନାଗେଶ୍ବର ପଟ୍ଟନାୟକ, ଏଫ୍ଇଏସ୍‌ର ପ୍ରୋଗ୍ରାମ ମ୍ୟାନେଜର ଅନୁରାଗ ଶଙ୍କର, ଆସୋସିଏସନ୍‌ ଫର୍‌ ଡେମୋକ୍ରାଟିକ୍‌ ସୋସିଆଲିଜିମ୍‌ର ଜେନେରାଲ ଶ୍ରୀ ଗିରି ଭାଗ ନେଇଥିଲେ।

କାର୍ଯ୍ୟକ୍ରମକୁ ଦୁଷ୍ମନ୍ତ କୁମାର ପଟ୍ଟନାୟକ ପରିଚାଳନା କରିଥିବ‌ା ବେ‌ଳେ ଅନୁଷ୍ଠାନର ପ୍ରତିଷ୍ଠାତା ସୁଭାଷ ଚନ୍ଦ୍ର ନାୟକ ଧନ୍ୟବାଦ ଦେଇଥିଲେ। ସିଇଓ ସ୍ମୃତି ସୁଧା ନାୟକଙ୍କ ସମେତ ଅନୁଷ୍ଠାନର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ।

ଆଲୋଚନା ଚକ୍ର ସମ୍ବାଦ ସୌମ୍ୟରଞ୍ଜନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026
Latest News

ତାମିଲନାଡୁରେ କିପରି ସରକାର ଗଠନ କରିବ ଟିଭିକେ?: ଜାଣନ୍ତୁ ୩ ଟି ବିକଳ୍ପ

May 5, 2026

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.