Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ବବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ନ ମିଳିବା ପ୍ରସଙ୍ଗ: ବିଜୁ ଛାତ୍ର ଜନତା ଦଳର ଦାବି ପତ୍ର ପ୍ରଦାନ
ଆଜିର ଖବର

ବିଶ୍ବବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ନ ମିଳିବା ପ୍ରସଙ୍ଗ: ବିଜୁ ଛାତ୍ର ଜନତା ଦଳର ଦାବି ପତ୍ର ପ୍ରଦାନ

August 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ ଭବାନୀପାଟଣାରେ ପଢୁଥିବା ସ୍ନାତକ ଏବଂ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ବିଶ୍ବବିଦ୍ୟାଳୟ ପ୍ରମାଣପତ୍ର ଅତ୍ୟନ୍ତ ବିଳମ୍ବ ପର୍ଯ୍ୟନ୍ତ ନ ମିଳିବା ପ୍ରସଙ୍ଗରେ ଆଜି କଳାହାଣ୍ଡି ଜିଲ୍ଲା ବିଜୁ ଛାତ୍ର ଜନତା ଦଳର ଏକ ପ୍ରତିନିଧି ଦଳ କଳାହାଣ୍ଡି ବିଶ୍ବବିଦ୍ୟାଳୟ କୁଳସଚିବ ପିତାମ୍ବର ଭୋଇ ଏବଂ ପିଜି କାଉନସିଲ ଅଧ୍ୟକ୍ଷ ମେଜର ଡ଼ଃ ଜୟଦେବ ସାହୁଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି।

ରାଜ୍ୟ କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁରଙ୍କ ନେତୃତ୍ବରେ ଜିଲ୍ଲା ଛାତ୍ର ବିଜେଡ଼ି ସଭାପତି ଅଜିତ ସାହୁ, ରାଜ୍ୟ ଛାତ୍ର ବିଜେଡ଼ି ଉପ ସଭାପତି ଅଭିଷେକ ମହାପାତ୍ର, ଜିତେନ୍ଦ୍ର ବେହେରା, ନବୀନ ନାୟକ, ରୁଦ୍ର ବେହେରା, ପ୍ରକାଶ ସାହୁ, ପ୍ରେମ ତାଣ୍ଡି, ବରୁଣ ରାଉତ ପ୍ରମୁଖ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ଅନୁପସ୍ଥିତିରେ କୁଳସଚିବଙ୍କୁ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଅଧିନରେ ପାଠ ପଢିଥିବା ସ୍ନାତକ ଏବଂ ସ୍ନାତକୋତ୍ତର ଛାତ୍ର ଛାତ୍ରୀଙ୍କ ପ୍ରମାଣ ପତ୍ର ଶିଘ୍ର ପ୍ରଦାନ ପାଇଁ ପଦକ୍ଷେପ ନେବାକୁ ଦାବି ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ, ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ ଭବାନୀପାଟଣାକୁ ରାଜ୍ୟ ସରକାର କଳାହାଣ୍ଡି ଜିଲ୍ଲାର ଉଚ୍ଚ ଶିକ୍ଷା ବିକାଶରେ ଆଉ ଏକ ଫର୍ଦ ଯୋଡ଼ି ୨୦୧୯ ମସିହାରେ ଅନୁବନ୍ଧିତ ବିଶ୍ବବିଦ୍ୟାଳୟ ମାନ୍ୟତା ଦେଇଥିଲେ।

କଳାହାଣ୍ଡି ବିଶ୍ବବିଦ୍ୟାଳୟରେ କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାର ୫୦ ଟି କଲେଜ ଅନୁବନ୍ଧିତ ହେବାସହ ୨୦୨୦ ମସିହା ଠାରୁ ନୂତନ ପାଠପଢ଼ା ଆରମ୍ଭ ହୋଇଥିଲା। ପୂର୍ବରୁ ୨୦୧୭ରୁ ୨୦୨୦ ମସିହା ମଧ୍ୟରେ ଯେଉଁ ମାନେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ନାମ ଲେଖାଇ ୨୦୨୦,୨୦୨୧ ଏବଂ ୨୦୨୨ ମସିହାରେ ସ୍ନାତକ ପାସ୍ କରିଥିଲେ ସେମାନେ ଏ ପର୍ଯ୍ୟନ୍ତ ବିଶ୍ବବିଦ୍ୟାଳୟ ପ୍ରମାଣପତ୍ର ପାଇନାହାନ୍ତି। ସେହିପରି ୨୦୧୯-୨୧ ବ୍ୟାଚ୍ ର ସ୍ନାତକୋତ୍ତର ଛାତ୍ର ଛାତ୍ରୀ ମଧ୍ୟ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପ୍ରମାଣ ପତ୍ର ପାଇବାରେ ବଞ୍ଚିତ ହୋଇଛନ୍ତି। ପ୍ରମାଣପତ୍ର ନଥିବା ଯୋଗୁଁ ଅନେକ ଛାତ୍ର ଛାତ୍ରୀ ରାଜ୍ୟ ବାହାରେ ଥିବା ବିଭିନ୍ନ ବିଶ୍ବବିଦ୍ୟାଳୟରେ ପିଏଚଡ଼ି ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ପଡ଼ିବାରୁ ବଞ୍ଚିତ ହେଉଥିବା ଅଭିଯୋଗ କରିଛନ୍ତି। ଟୁଇଟର ମାଧ୍ୟମରେ ଛାତ୍ର ମାନେ ଖୋଲାଖୋଲି କଳାହାଣ୍ଡି ବିଶ୍ବବିଦ୍ୟାଳୟ କତୃପକ୍ଷଙ୍କ ବିରୁଦ୍ଧରେ ନିଜର ଅସନ୍ତୋଷ ଜାହିର କରିଛନ୍ତି।

କଳାହାଣ୍ଡି ବିଶ୍ବବିଦ୍ୟାଳୟ ତରଫରୁ ଛାତ୍ର ଛାତ୍ରୀଙ୍କ ପ୍ରମାଣ ପତ୍ର କିଭଳି ମିଳିପାରିବ ସେ ନେଇ କୌଣସି ପ୍ରକାର ତ୍ୱରିତ ଏବଂ ଠୋସ ପଦକ୍ଷେପ ନେଉନଥିବାରୁ ପୁରାତନ ଛାତ୍ର ମାନଙ୍କ ମଧ୍ୟରେ ଅସନ୍ତୋଷର ଦାନା ବାନ୍ଧୁଛି। ଏପରି କି କଳାହାଣ୍ଡି ବିଶ୍ବବିଦ୍ୟାଳୟ ଅଧିନରେ ସ୍ନାତକୋତ୍ତର ପଢିଥିବା ପ୍ରଥମ ବ୍ୟାଚ୍ ଛାତ୍ର ଛାତ୍ରୀ ମଧ୍ୟ କେବଳ ପ୍ରୋଭିଜିନାଲ ସାର୍ଟିଫିକେଟ ପାଇଛନ୍ତି। ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ପାସ୍ କରିଥିବା ଛାତ୍ର ଛାତ୍ରୀଙ୍କ ପ୍ରମାଣ ପତ୍ର ପ୍ରସଙ୍ଗରେ କୁଳସଚିବ ଡ଼ଃ ନୃପରାଜ ସାହୁଙ୍କୁ ପଚରାଯିବାରୁ ସେ କଳାହାଣ୍ଡି ବିଶ୍ବବିଦ୍ୟାଳୟ ତରଫରୁ କୌଣସି ଚିଠି ପାଇନଥିବା ଏବଂ ଭବାନୀପାଟଣା ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ ପରୀକ୍ଷା ଫଳ ବାହାର ପରେ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ସବିଶେଷ ତଥ୍ୟ ନଦେବା ଆଦି ପାଲଟା ପ୍ରଶ୍ନ କରିଛନ୍ତି।

ଏହି ପ୍ରସଙ୍ଗରେ ଉଭୟ ବିଶ୍ବବିଦ୍ୟାଳୟ କୁଳସଚିବ ସମସ୍ତ ପ୍ରକାରର ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ସେ ଯାହାହେଉ କଳାହାଣ୍ଡି ବିଶ୍ବବିଦ୍ୟାଳୟ କତୃପକ୍ଷ ଏହାର ସମାଧାନ ପାଇଁ ଶିଘ୍ର ପଦକ୍ଷେପ ନେବା ଦରକାର ବୋଲି ବିଜୁ ଛାତ୍ର ଜନତା ଦଳ, ଅଭିଭାବକ ସଂଘ, ପୁରାତନ ଛାତ୍ର ସଂଘ ପକ୍ଷରୁ ଦାବି ହେଉଛି।

ଏହି ସମସ୍ୟାର ସମାଧାନ ୧୫ ଦିନ ମଧ୍ୟରେ ନହେଲେ ଛାତ୍ର ଛାତ୍ରୀ ଧାରଣା ଦେବାସହ ଅନ୍ୟାନ୍ୟ ପନ୍ଥା ଗ୍ରହଣ କରିବେ ବୋଲି ଲିଖିତ ଭାବେ କଳାହାଣ୍ଡି ବିଶ୍ବବିଦ୍ୟାଳୟ କୁଳପତିଙ୍କ ଉଦ୍ଦେଶ୍ୟରେ କୁଳସଚିବଙ୍କୁ ଜଣାଇବା ସହ ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟ କୁଳାଧିପତି, ଉଚ୍ଚ ଶିକ୍ଷା ମନ୍ତ୍ରୀ, ଉଚ୍ଚ ଶିକ୍ଷା ସଚିବ ପ୍ରମୁଖଙ୍କୁ ଦାବୀପତ୍ର ର ଏକ ନକଲ ପ୍ରଦାନ କରାଯାଇଛି।

ବିଜୁ ଛାତ୍ର ଜନତା ଦଳ ଭବାନୀପାଟଣା ସ୍ନାତକ ସ୍ନାତକୋତ୍ତର
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.