Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଦିଲ୍ଲୀରେ ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବେ ଓଡ଼ିଶାରୁ ଦୁଇ ମତ୍ସ୍ୟଜୀବୀ
ଆଜିର ଖବର

ନୂଆଦିଲ୍ଲୀରେ ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବେ ଓଡ଼ିଶାରୁ ଦୁଇ ମତ୍ସ୍ୟଜୀବୀ

August 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବା ଲାଗି ଦେଶର କୋଣଅନୁକୋଣରୁ ପ୍ରାୟ ୧,୮୦୦ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି। ଆସନ୍ତା ୧୫ ତାରିଖରେ ନୂଆଦିଲ୍ଲୀର ଲାଲକିଲ୍ଲା ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉଦବୋଧନ ସମାରୋହରେ ଏସବୁ ସ୍ୱତନ୍ତ୍ର ଅତିଥିମାନଙ୍କୁ ଦେଖିବାକୁ ମିଳିବ।

ଚଳିତ ବର୍ଷ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ହେଉଛି। ତେଣୁ ଏଥରର ସ୍ୱାଧୀନତା ଦିବସ ସମାରୋହକୁ ସ୍ମରଣୀୟ କରିବା ଲାଗି ଭାଇବ୍ରେଣ୍ଟ ଗ୍ରାମ ଯୋଜନାର ସରପଞ୍ଚ, ଶିକ୍ଷକ, ନର୍ସ, ମତ୍ସ୍ୟଜୀବୀ, ଚାଷୀ, ନୂଆଦିଲ୍ଲୀର ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପରେ କାମ କରିଥିବା ଶ୍ରମଯୋଗୀ, ଖଦୀ ଶ୍ରମିକ, ଜାତୀୟ ପୁରସ୍କାର ବିଜେତା ଶିକ୍ଷକ, ସୀମା ସଡ଼କ ସଂଗଠନର ଶ୍ରମିକ, ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀ, ତଥା ଅମୃତ ସରୋବର ପ୍ରକଳ୍ପ ଏବଂ ହର ଘର ଜଲ ପ୍ରକଳ୍ପରେ ସହାୟତା କରିଥିବା ଲୋକମାନଙ୍କୁ ନିମନ୍ତ୍ରଣ କରାଯାଇଛି। ନିମନ୍ତ୍ରିତ ଅତିଥିମାନେ ସେମାନଙ୍କ ଜୀବନସାଥୀଙ୍କ ସହ ଚଳିତ ବର୍ଷ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ସ୍ୱାଧୀନତା ଦିବସ ସମାରୋହରେ ଉପସ୍ଥିତ ରହିବେ।

ଓଡ଼ିଶାର ଦୁଇ ଜଣ ମତ୍ସ୍ୟଜୀବୀଙ୍କୁ ଚଳିତ ବର୍ଷ ସ୍ୱାଧୀନତା ଦିବସ ସମାରୋହରେ ଅଂଶଗ୍ରହଣ କରିବା ଲାଗି ନିମନ୍ତ୍ରଣ ମିଳିଛି। ସେମାନେ ହେଲେ ଗଞ୍ଜାମ ଜିଲ୍ଲା ଛତ୍ରପୁରର କାଣ୍ଡା ଆଲାୟା ଏବଂ କେ ସରସ୍ୱତୀ। ଏହାବ୍ୟତୀତ ଅମୃତ ସରୋବର ଯୋଜନାରେ ସହଯୋଗ କରିଥିବା ହିତାଧିକାରୀ ବଲାଙ୍ଗିର ଜିଲ୍ଲାର ଯାଜ୍ଞସେନୀ ପଟେଲ, ଗଞ୍ଜାମର ସାବିତ୍ରୀ ଦାସ, କୋରାପୁଟର ଅକ୍ଷୟ କୁମାର ଜୟଫୁଲାଙ୍କୁ ମଧ୍ୟ ନୂଆଦିଲ୍ଲୀ ଆସିବା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ନିମନ୍ତ୍ରଣ ମିଳିଛି।

ଓଡ଼ିଶାରୁ ନିମନ୍ତ୍ରିତ ହୋଇଥିବା ଆଉ ଜଣେ ସ୍ୱତନ୍ତ୍ର ଅତିଥି ହେଲେ ନୂଆପଡ଼ା ଜିଲ୍ଲା କୋମନା ବ୍ଲକ୍ ସୁନାବେଡ଼ାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ହିତାଧିକାରୀ ତଥା ଚାଷୀ ଯୁବରାଜ ଛତ୍ରିଆ। କେନ୍ଦ୍ର ସରକାରଙ୍କ ଠାରୁ ନିମନ୍ତ୍ରଣ ପାଇ ଜାତୀୟସ୍ତରର ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ମିଳିଥିବାରୁ ହିତାଧିକାରୀମାନେ ଖୁସି ବ୍ୟକ୍ତ କରିଛନ୍ତି।

ଓଡିଶା ନୂଆଦିଲ୍ଲୀ ମତ୍ସ୍ୟଜୀବୀ ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026
Latest News

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.