Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ପଦକ ପାଇବେ ପୁରୀ ସିଟି ଡ଼ିଏସପି ପ୍ରଶାନ୍ତ ସାହୁ
ଆଜିର ଖବର

ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ପଦକ ପାଇବେ ପୁରୀ ସିଟି ଡ଼ିଏସପି ପ୍ରଶାନ୍ତ ସାହୁ

August 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ୨୦୨୩ରେ ତଦନ୍ତରେ ଉତ୍କର୍ଷତା ପାଇଁ ଦେଶବ୍ୟାପୀ ୧୪୦ ଜଣ ପୋଲିସ କର୍ମଚାରୀ କେନ୍ଦ୍ର ଗୃହମନ୍ତ୍ରୀଙ୍କ ପଦକ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଓଡ଼ିଶାର ୪ ଜଣ ପୋଲିସ କର୍ମଚାରୀ ରହିଛନ୍ତି। ତନ୍ମଧ୍ୟରୁ ତତ୍କାଳୀନ ଆସ୍କା ଆଇଆଇସି ତଥା ବର୍ତ୍ତମାନ ପୁରୀ ସିଟି ଡ଼ିଏସପି ପ୍ରଶାନ୍ତ କୁମାର ସାହୁ ଅନ୍ୟତମ।

ଶ୍ରୀ ସାହୁ ଓଡ଼ିଶା ପୋଲିସର ଜଣେ ଦକ୍ଷ ଅଧିକାରୀ ଭାବେ ବେଶ ଜଣାଶୁଣା। ଆସ୍କା ଆଇଆଇସି ଥିବା ସମୟରେ ସେ ରାଜ୍ୟ ପାଇଁ ଅନେକ ଗୌରବ ଆଣିଦେଇଥିଲେ।

ଗତବର୍ଷ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ନିକଟରୁ ଦେଶର ଶ୍ରେଷ୍ଠ ଥାନା ଭାବେ ଆସ୍କା ଥାନା ପୁରସ୍କୃତ ହୋଇଥିଲା। ତାହା କେବଳ ଶ୍ରୀ ସାହୁଙ୍କ ଲାଗି ସମ୍ଭବ ହୋଇପାରିଥିଲା।

ଅନୁରୂପ ଭାବେ ଶ୍ରୀ ସାହୁ ଓଡ଼ିଶା ରାଜ୍ୟପାଳଙ୍କ ଠାରୁ ମଧ୍ୟ ପୁରସ୍କୃତ ହୋଇଛନ୍ତି।  ନିଜର କାର୍ଯ୍ୟ ଦକ୍ଷତା ଲାଗି ସେ ପୋଲିସ ବିଭାଗର ଟେକ ରଖିପାରିଛନ୍ତି।

ତଦନ୍ତରେ ଉତ୍କର୍ଷତା ପାଇଁ ଚଳିତ ବର୍ଷ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଠାରୁ ପଦକ ପାଇବାପାଇଁ ଯୋଗ୍ୟ ବିବେଚିତ ହେବାପରେ ଚାରିଆଡୁ ତାଙ୍କ ନିକଟକୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି।

ଉଲ୍ଲେଖ ଥାଉ କି ପୁରୀ ସିଟି ଡ଼ିଏସପି ପ୍ରଶାନ୍ତ କୁମାର ସାହୁଙ୍କ ସମେତ ଇନ୍ସପେକ୍ଟର ଦୁର୍ଗେଶ ନନ୍ଦିନୀ ମହାନ୍ତି, ଡିଏସପି ମାନସ ରଞ୍ଜନ ପ୍ରଧାନ, ଡିଏସପି ପ୍ରଭାତ କୁମାର ବିଶ୍ୱାଳ ଏହି ପଦକ ପାଇବା ପାଇଁ ମନୋନୀତ ହୋଇଛନ୍ତି।

ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Latest News

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.