ଓଏଏସ୍‌ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସମ୍ବର୍ଦ୍ଧିିତ

Published: Aug 12, 2023, 7:33 pm IST

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ର ତିନି ଜଣ ଛାତ୍ରଛାତ୍ରୀ ଚଳିତ ବର୍ଷ ଓଡିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ବେଳେ ଶନିବାର ସେମାନଙ୍କୁ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକ ସମ୍ବର୍ଦ୍ଧିତ କରିଛନ୍ତି।

ଚଳିତ ବର୍ଷ ଓଏଏସ୍ ପରୀକ୍ଷାରେ ୩୦ତମ ର‌୍ୟାଙ୍କ୍ ଅଧିକାର କରିଥିବା ଶ୍ୱେତଲିନା ସାହୁ ସୋଆ କୃଷି ମହାବିଦ୍ୟାଳୟର ୨୦୧୪ -୨୦୧୭ ବ୍ୟାଚ୍ ବି.ଏସ.ସି (କୃଷି) ଛାତ୍ରୀ ଅଟନ୍ତି। ସେହିପରି ଏହି ପରୀକ୍ଷାରେ ୬୭ତମ ସ୍ଥାନ ହାସଲ କରିଥିବା ଡେସାଲିନ୍ ସେଠୀ ୨୦୧୫ – ୨୦୧୮ ବ୍ୟାଚ୍‌ର ଛାତ୍ରୀ ଏବଂ ୨୨୯ତମ ସ୍ଥାନ ଅଧିକାର କରିଥିବା ଏସ୍‌.ଡି. କିରଣ କୁମାର ୨୦୧୪ -୨୦୧୮ ବ୍ୟାଚ୍ ର ଛାତ୍ର ଅଟନ୍ତି। ଏହି ତିନି ଜଣ ଛାତ୍ରଛାତ୍ରୀଙ୍କୁ ପ୍ରଫେସର ନାୟକ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

ଏହି ତିନିଜଣ ଛାତ୍ରଛାତ୍ରୀ ସମ୍ବର୍ଦ୍ଧିତ ହେବା ଅବସରରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ଉତମ ର‌୍ୟାଙ୍କ୍ ରଖିଥିବାରୁ ନିଜର ଖୁସି ବ୍ୟକ୍ତ କରିବା ସହ ଏହାର ସମସ୍ତ ଶ୍ରେୟ ସୋଆ ଏବଂ କୃଷି ମହାବିଦ୍ୟାଳୟର ଡିନ୍‌ଙ୍କ ସମେତ ଅଧ୍ୟାପକ ଓ ଅଧ୍ୟାପିକାଙ୍କୁ ଦେଇଛନ୍ତି। ପରୀକ୍ଷାରେ ପ୍ରସ୍ତୁତି ନିମନ୍ତେ ସେମାନେ କୃଷି ମହାବିଦ୍ୟାଳୟର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ଓ ଅନ୍ୟାନ୍ୟ ବରିଷ୍ଠ ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କୁ ମଧ୍ୟ ସେମାନଙ୍କର ସହଯୋଗ ନିମନ୍ତେଧନ୍ୟବାଦ ଜଣାଇଛନ୍ତି।

ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ତିନିଜଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

କୃଷି ମହାବିଦ୍ୟାଳୟର ଡିନ୍ ପ୍ରଫେସର ରାଉତ, ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ ଛାତ୍ରଛାତ୍ରୀ ମାନଙ୍କର ସଫଳତାରେ ସେମାନଙ୍କୁ ଶୁଭେଚ୍ଛା ଜଣାଇ ସେମାନଙ୍କର ଏହି ସଫଳତା ବିଶ୍ୱବିଦ୍ୟାଳୟ ପାଇଁ ଏକ ଗୌରବର ବିଷୟ ବୋଲି କହିଛନ୍ତି।

Related posts