Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରରେ ସେପ୍ଟେମ୍ବର ସେସନ ଲାଗି ନାମଲେଖା, ଆବେଦନର ଶେଷ ତାରିଖ ଅଗଷ୍ଟ ୧୫
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରରେ ସେପ୍ଟେମ୍ବର ସେସନ ଲାଗି ନାମଲେଖା, ଆବେଦନର ଶେଷ ତାରିଖ ଅଗଷ୍ଟ ୧୫

August 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ୱାର୍ଲ୍ଡ ସ୍କିଲ ସେଣ୍ଟର ବା ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ତାଲିମ ପାଠ୍ୟକ୍ରମରେ ସେପ୍ଟେମ୍ବର ସେସନରେ ନାମଲେଖା ପାଇଁ ଆବେଦନର ଶେଷ ତାରିଖ ରହିଛି ଅଗଷ୍ଟ ୧୫ ତାରିଖ। ଏହି ବର୍ଷିକିଆ ପାଠ୍ୟକ୍ରମଗୁଡ଼ିକ ଲାଗି କେବଳ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି।

ରାଜ୍ୟର କୌଣସି ସରକାରୀ ବା ଘରୋଇ ଅନୁଷ୍ଠାନରୁ ଯେ କୌଣସି ବିଷୟରେ ୨ ବର୍ଷିଆ ଆଇଟିଆଇ ବା ୩ ବର୍ଷିଆ ପଲିଟେକ୍‌ନିକ୍‌, କିମ୍ବା ଯୁକ୍ତ ୨ ଓ ଡିପ୍ଲୋମା ପାସ୍ କରିଥିବା ଛାତ୍ରଛାତ୍ରୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ବିଷୟରେ ନାମଲେଖା ପାଇଁ ଆବେଦନ କରିପାରିବେ। ଏହି ପ୍ରକ୍ରିୟା ଶେଷ ହେବା ପରେ ଅନଲାଇନ ମାଧ୍ୟମରେ ଏକ ପ୍ରବେଶିକା ପରୀକ୍ଷା କରାଯିବ। ଏଥିରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ବିଷୟରେ ନାମଲେଖା ପାଇଁ ଚୟନ କରାଯିବ।

ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳଠାରେ ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ର ଦେଶର ଏକ ଅଗ୍ରଣୀ ତଥା ଅଭିନବ ଦକ୍ଷତା ବିକାଶ କେନ୍ଦ୍ର ଭାବେ ପରିଚିତ। ଏଠାରେ ସ୍କୁଲ ଅଫ୍ ଇଞ୍ଜିନିୟରିଂ ଏବଂ ସ୍କୁଲ୍ ଅଫ୍ ସର୍ଭିସେସ୍ ଭଳି ଦୁଇଟି ବିଭାଗ ରହିଛି। ଏହା ଅଧୀନରେ ମୋଟ ୭ଟି ଅତ୍ୟାଧୁନିକ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ତାଲିମ ଦିଆଯାଇ ଦେଶ ବିଦେଶର ଶିଳ୍ପ ଓ ସେବା କ୍ଷେତ୍ରରେ ନିଯୁକ୍ତି ପାଇଁ ପ୍ରସ୍ତୁତ କରାଯାଉଛି।

ଏହାର ସ୍କୁଲ ଅଫ୍ ଇଞ୍ଜିନିୟରିଂ ବିଭାଗ ଅଧୀନରେ ମେକାଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ମେକାନିକାଲ ଆଣ୍ଡ୍ ଇଲେକ୍ଟ୍ରିକାଲ ସର୍ଭିସେସ, ଏୟାର କଣ୍ଡିସନିଂ ଆଣ୍ଡ୍ ରେଫ୍ରିଜରେସନ ଏବଂ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ ଭଳି ୫ଟି ଆଧୁନିକ ବିଷୟରେ ନାମଲେଖା ପାଇଁ ଆବେଦନ ଗ୍ରହଣ କରାଯାଉଛି।

ସେହିପରି ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗ ଅଧୀନରେ “ହେୟାର ଫ୍ୟାସନ ଆଣ୍ଡ ଡିଜାଇନ୍‌” ଏବଂ “ବ୍ୟୁଟି ୱେଲନେସ୍ ଆଣ୍ଡ ସ୍ପା” ଭଳି ୨ଟି ପାଠ୍ୟକ୍ରମ ରହିଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଛାତ୍ରଛାତ୍ରୀମାନଙ୍କୁ ଆବଶ୍ୟକ ଶିଳ୍ପ-ଦକ୍ଷତା ପ୍ରଦାନ ପାଇଁ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଅତ୍ୟାଧୁନିକ ଲାବୋରେଟୋରି କରାଯାଇଛି। ସେହିପରି ବିଷୟଭିତ୍ତିକ ପାଠ ଓ ତାଲିମ ଛଡ଼ା ସେମାନଙ୍କ ଜୀବନ କୌଶଳ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯାଉଛି। ଏହା ମଧ୍ୟରେ ରହିଛି ଯୋଗାଯୋଗ ଦକ୍ଷତା, କମ୍ପ୍ୟୁଟର ଓ ଡିଜିଟାଲ ପ୍ରୟୋଗ, ବ୍ୟକ୍ତିତ୍ୱ ବିକାଶ ଏବଂ ଉଦ୍ୟୋଗ ବିକାଶ ଭଳି ବିଷୟ।

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଦ୍ୱାରା ପରିଚାଳିତ ସ୍କିଲ୍ଡ ଇନ ଓଡ଼ିଶା କାର୍ଯ୍ୟକ୍ରମ ମାଧ୍ୟମରେ ତଥା ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଏହି କେନ୍ଦ୍ର ସ୍ଥାପନ କରାଯାଇଛି। ଏଠାରେ ଛାତ୍ରଛାତ୍ରୀଙ୍କ ଲାଗି ହଷ୍ଟେଲ ସୁବିଧା, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ବ୍ୟବସ୍ଥା ମାଗଣାରେ ଦିଆଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ରର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତିବର୍ଷ ସିଙ୍ଗାପୁରଠାରେ ଦୁଇ ସପ୍ତାହ ପାଇଁ “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ ତଥା ସେଠିକାର ବିଭିନ୍ନ କମ୍ପାନିରେ ୬ ମାସିଆ ପେଡ୍‌-ଇଣ୍ଟର୍ଣ୍ଣସିପ୍ ଲାଗି ବ୍ୟବସ୍ଥା ରହିଛି। ଛାତ୍ରଛାତ୍ରୀମାନେ ଦେଶ ବିଦେଶର ପ୍ରମୁଖ ସଂସ୍ଥାରେ କିପରି ନିଯୁକ୍ତି ପାଇପାରିବେ ସେଥିପାଇଁ “ପ୍ଲେସମେଣ୍ଟ” କାର୍ଯ୍ୟକ୍ରମ ଉପରେ ମଧ୍ୟ ବିଶେଷ ଗୁରୁତ୍ୱ ଦିଆଯାଉଛି।

ଆଗ୍ରହୀ ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟ www.worldskillcenter.org ମାଧ୍ୟମରେ ନାମଲେଖା ପାଇଁ ସିଧାସଳଖ ଆବେଦନ କରିପାରିବେ। ଏ ବିଷୟରେ ଅଧିକ ଜାଣିବା ପାଇଁ ୧୮୦୦ ୨୬୬ ୬୦୦୨ ଟୋଲ ଫ୍ରି ନମ୍ବରରେ ଯୋଗାଯୋଗ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଅନୁରୋଧ କରାଯାଇଛି।

ତାଲିମ ପାଠ୍ୟକ୍ରମ ବିଶ୍ୱ ଦକ୍ଷତା କେନ୍ଦ୍ର ରାଜ୍ୟ ସରକାର ୱାର୍ଲ୍ଡ ସ୍କିଲ ସେଣ୍ଟର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.