Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ଚାଷୀଙ୍କୁ ମିଳିଲା ଦିଲ୍ଲୀରୁ ଡକରା: ସ୍ୱାଧୀନତା ଦିବସ ସମାରୋହରେ ହେବେ ସ୍ୱତନ୍ତ୍ର ଅତିଥି
ଆଜିର ଖବର

ଓଡ଼ିଶା ଚାଷୀଙ୍କୁ ମିଳିଲା ଦିଲ୍ଲୀରୁ ଡକରା: ସ୍ୱାଧୀନତା ଦିବସ ସମାରୋହରେ ହେବେ ସ୍ୱତନ୍ତ୍ର ଅତିଥି

August 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୭୭ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ୧୮ଶହ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ବହୁ ଚାଷୀ, ମତ୍ସ୍ୟଜୀବୀ, ମନରେଗା ଶ୍ରମିକ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀ।

ଓଡ଼ିଶାରୁ ନିମନ୍ତ୍ରିତ ଅତିଥିଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲା ତୁରକେଲା ବ୍ଲକ ଅନ୍ତର୍ଗତ ଚାଉଳଶୁଖା ଗ୍ରାମର ମହିଳା ଚାଷୀମାନେ ନାରୀ ସଶକ୍ତିକରଣର ପରାକାଷ୍ଠା ଦେଖାଇଛନ୍ତି। ଏମାନେ କୃଷକ ଉତ୍ପାଦକ ସଂଗଠନ ତିଆରି କରି କପା ଉତ୍ପାଦନ ଓ କାର୍ପାସ ସାମଗ୍ରୀର ସଫଳ ବିପଣନ କରି ଭଲ ରୋଜଗାର କରିବା ସହ ନିଜକୁ ପ୍ରତିଷ୍ଠିତ କରିପାରିଛନ୍ତି। ପ୍ରଥମେ ଏହି ଗ୍ରାମର ୧୦ଜଣ ମହିଳା ମିଶି ଏକ କୃଷକ ଉତ୍ପାଦକ ସଂଗଠନ ତିଆରି କରିଥିଲେ। ପରବର୍ତ୍ତୀ ସମୟରେ ସଦସ୍ୟ ସଂଖ୍ୟା ୩୨୦କୁ ବୃଦ୍ଧି ପାଇଥିଲା। ପ୍ରତି ମହିଳା ୨ହଜାର ଟଙ୍କା ଲେଖାଏଁ ଜମା କରି ମହାଶକ୍ତି ଫାଉଣ୍ଡେସନ ମାଧ୍ୟମରେ ନାବାର୍ଡର ସହାୟତା ଲୋଡ଼ିଥିଲେ।

ନାବାର୍ଡ ମାଧ୍ୟମରେ କେନ୍ଦ୍ର ସରକାରଙ୍କୁ ଏହି ସଂଗଠନ ୧୬ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେଇଥିଲେ। ପରେ କୃଷକ ଉତ୍ପାଦକ ସଂଗଠନ ନିଜର କୃଷି ଉତ୍ପାଦନ ସାମଗ୍ରୀ ତଥା କପାକୁ ମହାରାଷ୍ଟ୍ର ପର୍ଯ୍ୟନ୍ତ ବିକ୍ରି କରି ଯଥେଷ୍ଟ ଲାଭ ପାଇଥିଲେ। ସେମାନେ ଚଳିତବର୍ଷ ୭୭ଲକ୍ଷ ଟଙ୍କା ସଞ୍ଚୟ କରିପାରିଛନ୍ତି ଏବଂ ଆସନ୍ତା ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବାପାଇଁ ନିମନ୍ତ୍ରଣ ପାଇଥିବାରୁ ସଂଗଠନ ସଦସ୍ୟା ସରସ୍ଵତୀ ମେହେର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ସେହିପରି କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ କାଣ୍ଡାପା ଗ୍ରାମରୁ ଦିଲ୍ଲୀ ଯାତ୍ରା କରିବେ ଅନୁସୂଚିତ ଜନଜାତି ଚାଷୀ ମିନୁରା ପ୍ରଧାନ। ଦିଲ୍ଲୀର ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବାପାଇଁ କେନ୍ଦ୍ର ସରକାର ତାଙ୍କୁ ନିମନ୍ତ୍ରଣ କରିଛନ୍ତି। ଦେଶ ସ୍ୱାଧୀନ ହେବାପରେ ପ୍ରଥମ ଥରପାଇଁ ଏହି ଅଞ୍ଚଳର ଜଣେ ଚାଷୀଙ୍କୁ ନିମନ୍ତ୍ରଣ କରାଯାଇଥିବାରୁ ଅଞ୍ଚଳବାସୀ ଖୁସି ପ୍ରକଟ କରିଛନ୍ତି। ମିନୁରା ପ୍ରଧାନ ପତ୍ନୀ ନିମନ୍ତି ପ୍ରଧାନଙ୍କ ସହ ଦିଲ୍ଲୀ ଯିବେ। ମିନୁରା ହଳଦୀ ଚାଷ କରି ପରିବାର ପ୍ରତିପୋଷଣ କରିବା ସହ ସେହି ଅଞ୍ଚଳର ଜଣେ ପ୍ରତିଷ୍ଠିତ ଚାଷୀ ରୂପେ ବେଶ୍ ସୁନାମ ଅର୍ଜନ କରିଛନ୍ତି। ସେ ବର୍ତ୍ତମାନ ଦାରିଙ୍ଗିବାଡ଼ି ଫାର୍ମର୍ସ ପ୍ରଡ୍ୟୁସର କମ୍ପାନୀ ଲିମିଟେଡ୍‌ର ଅଧ୍ୟକ୍ଷ ଅଛନ୍ତି। ଏହି ପ୍ରଡ୍ୟୁସର ଗ୍ରୁପ୍‌ ଦିଲ୍ଲୀରେ ଏକାଧିକ ଥର ମେଳାରେ କନ୍ଧମାଳ ହଳଦୀ ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରିବଟା କରିଥିବାବେଳେ ଗତ ଫେବୃଆରୀରେ ଅନୁଷ୍ଠିତ ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କମ୍ପାନୀଠାରୁ ଦାରିଙ୍ଗିବାଡ଼ି କଫି କିଣିଥିଲେ।

ଅନୁରୂପ ଭାବେ ପିପିଲି -୪ ଏସ୍ ଆର ଫାର୍ମର୍ସ ପ୍ରଡ୍ୟୁସର କମ୍ପାନୀ ସଦସ୍ୟମାନେ ଦିଲ୍ଲୀ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସେମାନଙ୍କୁ ନିମନ୍ତ୍ରଣ କରାଯାଇଛି। ଛତୁ ଚାଷରେ ସଫଳତା ପାଇଁ ସେମାନଙ୍କୁ ସମ୍ମାନିତ କରାଯିବ। ପୁରୀ ଜିଲା ପିପିଲି ଥାନା ଅନ୍ତର୍ଗତ ଶାନ୍ତି ମଇଦାନ ନିକଟରେ ୧୦ ଜଣ ସଦସ୍ୟ ମିଶି ଏହି କମ୍ପାନୀ ପ୍ରତିଷ୍ଠା କରିଛନ୍ତି। ଏହି କମ୍ପାନୀ ମାଧ୍ୟମରେ ଆଖପାଖର ଚାଷୀ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ ଯୁବକମାନେ ପାଳ ଛତୁ ଚାଷ କରି ଭଲ ରୋଜଗାର କରିବା ସହ ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି।

ଏହି କମ୍ପାନୀର ସଦସ୍ୟମାନେ ଛତୁ ବିହନ ପ୍ରସ୍ତୁତ କରି ଚାଷୀଙ୍କୁ ଯୋଗାଇ ଆସୁଛନ୍ତି। ୨୦୦ ଗ୍ରାମର ଛତୁ ବିହନକୁ ମାତ୍ର ୧୫ ଟଙ୍କାରେ ଚାଷୀମାନଙ୍କୁ ଦିଆଯାଇଥାଏ। କେବଳ ଏତିକି ନୁହେଁ ଚାଷୀମାନେ କିଭଳି ଏଥିରେ ଲାଭବାନ ହେବେ ସେଥିପାଇଁ ମଧ୍ୟ କମ୍ପାନୀ ପ୍ରଶିକ୍ଷଣ ଦେଉଛି। ସ୍ୱାଧୀନତା ଦିବସ ଉତ୍ସବ ଲାଗି କମ୍ପାନୀର ସଦସ୍ୟ ସଂଜିତ କୁମାର ମହାନ୍ତି ଓ ଅଶ୍ଵିନୀ କୁମାର ପାଣ୍ଡେ ପ୍ରମୁଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି।

ଓଡିଶା ଚାଷୀ ସ୍ୱତନ୍ତ୍ର ଅତିଥି ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.