Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ‘ଭାରତର ବିଭାଜନର କାହାଣୀ ଉପରେ ପ୍ରଦର୍ଶନୀ’ ରାଜ୍ୟପାଳଙ୍କ ଦ୍ୱାରା ଉଦଘାଟିତ
ଆଜିର ଖବର

ଭୁବନେଶ୍ୱରରେ ‘ଭାରତର ବିଭାଜନର କାହାଣୀ ଉପରେ ପ୍ରଦର୍ଶନୀ’ ରାଜ୍ୟପାଳଙ୍କ ଦ୍ୱାରା ଉଦଘାଟିତ

August 14, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଭାଜନ ବିଭୀଷିକାକୁ ଉତ୍ସବ ଭାବରେ ପାଳନ କରିବା ପାଇଁ ନୁହେଁ ବରଂ ସେହି ସମୟରେ ତ୍ୟାଗ ଓ ବଳିଦାନ ଦେଇଥିବା ଏବଂ କ୍ଷତି ଓ ପୀଡା ସହିଥିବା ସେହି ପୂର୍ବଜ ମାନଙ୍କୁ ମନେ ପକାଇବାର ଅବସର। ଆଜିର ଦିନରେ ସେହି ବିଭୀଷିକାରୁ ପ୍ରେରଣା ନେଇ ଭାରତକୁ ଅଧିକ ଶକ୍ତିଶାଳୀ, ସମୃଦ୍ଧ, ଶୌର୍ଯ୍ୟବାନ ଓ ସୁରକ୍ଷିତ କରିବା ପାଇଁ ସମାଜକୁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ରବିବାର ଭୁବନେଶ୍ୱର ସ୍ଥିତ ସ୍ୱାଧୀନତା ସଂଗ୍ରାମୀ ପଡ଼ିଆରେ ଆଇସିଏଚଆର ଦ୍ୱାରା ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉଦଘାଟିତ ‘ଭାରତର ବିଭାଜନର କାହାଣୀ ଉପରେ ପ୍ରଦର୍ଶନୀ’ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ପ୍ରଧାନ ଏହା କହିଛନ୍ତି। ଦେଶ ବିଭାଜନ ବେଳେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ୧୯୪୭ ଅଗଷ୍ଟ ୧୪ରେ  ଭାରତ ପାକିସ୍ତାନ ବିଭାଜନ ସମୟରେ ଘୃଣା ଓ ହିଂସା ହେତୁ ଲକ୍ଷ ଲକ୍ଷ ଭାଇ ଏବଂ ଭଉଣୀମାନେ ବିସ୍ଥାପିତ ହେବା ସହ ତ୍ୟାଗ ଏବଂ ବଳିଦାନ ଦେଇଥିଲେ। ଏହାର ଦୃଶ୍ୟ, ପୀଡ଼ା ଓ କ୍ଷତ ଏବେ ବି ଅନେକଙ୍କୁ ମର୍ମାହତ କରୁଛି। ମୁଁ ମଧ୍ୟ ଦେଶର ଅନେକ ସୀମାବର୍ତ୍ତୀ ଅଞ୍ଚଳ ଗସ୍ତ କରିବା ବେଳେ ସେହି ଆବେଗର ସ୍ପନ୍ଦନକୁ ଶୁଣିଛି ଓ ବୁଝିବା ପାଇଁ ଚେଷ୍ଟା କରିଛି। ରାଜନୀତି ବନ୍ଧନରୁ ମୁକ୍ତ କରିବାର ପ୍ରୟାସ ଦେଶକୁ ବିଭାଜନ ଓ ଖଣ୍ଡ ବିଖଣ୍ଡିତ କରିଥିଲା। ଇତିହାସର ଦୃଷ୍ଟିକୋଣ ଅନୁଯାୟୀ ସମ୍ଭତଃ ସେହି ସମୟକୁ ଏଡାଯାଇପାରିଥାନ୍ତା ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଇତିହାସ ଦର୍ପଣ ସଦୃଶ। ଇତିହାସ ଭବିଷ୍ୟତର ପଥ ପ୍ରଦର୍ଶିକା। ଇତିହାସକୁ ଯେଉଁ ସମାଜ ବୁଝେ ନାହିଁ, ପଢେ ନାହିଁ କିମ୍ବା ଜାଣିବାର ଚେଷ୍ଟା କରେ ନାହିଁ ତେବେ ଭବିଷ୍ୟତରେ ସେ ଝୁଣ୍ଟି ପଡିବାର ବହୁତ ସମ୍ଭାବନା ଅଛି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ଇତିହାସକୁ ବ୍ୟାପକ କରୁଛନ୍ତି। ଜାତୀୟ ଶିକ୍ଷା ନୀତି ଏହାର ଏକ ମାଧ୍ୟମ ହୋଇଛି। ଇତିହାସକୁ ବ୍ୟାପକ କରିବାର ଅର୍ଥ ହେଉଛି ଓଡ଼ିଶା ସମେତ ଭାରତର ଅନେକ ସଂଗ୍ରାମୀମାନେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅନେକ ଘଟଣାରେ ଲିପ୍ତ ଥାଇ ମଧ୍ୟ ଇତିହାସ ପୃଷ୍ଠାରେ ତାଙ୍କର ନାଁ ନାହିଁ।

ମହାତ୍ମା ଗାନ୍ଧୀଙ୍କ ସ୍ୱଦେଶୀ ଆନ୍ଦୋଳନ ଓ ଲବଣ ସତ୍ୟାଗ୍ରହର ବହୁ ପୂର୍ବରୁ ଓଡ଼ିଶାର ବରପୁତ୍ର ବ୍ୟାସକବି ଫକୀରମୋହନ ସେନାପତି ଲେଖନୀ ଚାଳନା ମାଧ୍ୟମରେ ଏହି କଥା କହିଥିଲେ। ଆଜି ସେହି ଲୁକ୍କାୟିତ ହୋଇଯାଇଥିବା ବୀର ସଂଗ୍ରାମୀ ମାନଙ୍କୁ ଲୋକଲୋଚନକୁ ଆଣି ଇତିହାସକୁ ବ୍ୟାପକ କରିବାର ପ୍ରୟାସ କରୁଛନ୍ତି। ମୋଦି ସରକାରରେ ଏହି ସବୁ ଘଟଣା ପୁନଃଅବଲୋକନ କରିବାର ସୁଯୋଗ ଆସିଛି। ଓଡ଼ିଶା ଏଭଳି ରାଜ୍ୟ, ସ୍ୱାଧୀନତା ସଂଗ୍ରାମର ଅନେକ ଗାଥା ଅଛି । ଓଡ଼ିଶା ଜାତିର ଇତିହାସ ଶତାବ୍ଦୀ ଶତାବ୍ଦୀର। ବୀର ଓଡ଼ିଆ ଜାତି ନୌବାଣିଜ୍ୟରେ ଅଧା ପୃଥିବୀକୁ ପରିକ୍ରମା କରିଥିଲେ। ତେଣୁ ଓଡିଆ ଜାତିର ବୀରତ୍ୱ, ସମ୍ପନ୍ନତା, ଇତିହାସ ଓ ବୈଭବର ପୁନଃଲିଖନର ଆବଶ୍ୟକତା ଅଛି। ଏହି ସବୁ ଘଟଣା ତଥ୍ୟ, ଆଧାର, ଐତିହାସିକ ପ୍ରମାଣ ସହ ସ୍ଥାପନା କରିବାକୁ ପଡିବ। ଏ ପ୍ରକାର ସଂକଳ୍ପନା ନୂଆ ପିଢିକୁ ଦେଖିବା ପାଇଁ ଏହି ପ୍ରଦର୍ଶନୀର ଆୟୋଜନ ହୋଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଆଇସିଏଚଆର୍ ପକ୍ଷରୁ ଅଗଷ୍ଟ ୧୪ରୁ ୧୮ ପର୍ଯ୍ୟନ୍ତ ‘ଭାରତର ବିଭାଜନର କାହାଣୀ ଉପରେ ଆୟୋଜିତ ଏହି ପାଞ୍ଚଦିନିଆ ପ୍ରଦର୍ଶନୀକୁ ଦେଖିବା ପାଇଁ ଶ୍ରୀ ପ୍ରଧାନ ସ୍କୁଲ, କଲେଜର ଛାତ୍ରଛାତ୍ରୀ, ଯୁବ ସମାଜ ଏବଂ ନାଗରିକଙ୍କୁ ପରାମର୍ଶ ଦେଇଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ପୂର୍ବତଟ ରେଳପଥ ଓ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ଏମଓୟୁ ସ୍ୱାକ୍ଷର

February 5, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍କଟ ନିରାକରଣ ଅଭିଯାନ

February 5, 2026
Latest News

ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.