Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ
ଆଜିର ଖବର

ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

August 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ପୁରୀ ଓ ଭୁବନେଶ୍ୱର ଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।

କେନ୍ଦ୍ର ଅର୍ଥମନ୍ତ୍ରୀ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ଠାରେ ପହଞ୍ଚିବା ପରେ ବିଜେପି ରାଜ୍ୟ କାର୍ଯ୍ୟାଳୟ ଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ସେ ପୁରୀ ଗସ୍ତ କରିବେ।

ଶ୍ରୀମତୀ ସୀତାରମଣ ଗୁରୁବାର ସକାଳୁ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କୁ ଦର୍ଶନ କରିବେ । ଏହାପରେ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଶ୍ରୀ ଶଦାଶିବ କ୍ୟାମ୍ପସ ପରିସରରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ବୃକ୍ଷରୋପଣ କରିବେ। ପୂର୍ବାହ୍ନ ପ୍ରାୟ ସାଢ଼େ ଦଶଟା ସମୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ପୁରୀ ଜିଲ୍ଲା ବୀରହରେକୃଷ୍ଣପୁର ସ୍ଥିତ ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ। ଏହାପରେ ସେ ଭୁବନେଶ୍ୱର ଫେରିଆସିବେ।

ଗୁରୁବାର ଅପରାହ୍ଣରେ କେନ୍ଦ୍ର ଅର୍ଥମନ୍ତ୍ରୀ ଭୁବନେଶ୍ୱର ଠାରେ କୁଇ ଓ ଦେଶୀୟ ଭାଷା ଉପରେ ଏକ ପୁସ୍ତକ ଉନ୍ମୋଚନ କରିବେ। ସେହିଦିନ ଅପରାହ୍ଣ ୫ଟା ସମୟରେ ଶ୍ରୀମତୀ ସୀତାରମଣ ସୋଆ ବିଶ୍ୱବିଦ୍ୟାଳୟ ସଭାଗୃହ ଠାରେ ବିଂଶତମ ଜାତୀୟ ଚାର୍ଟାର୍ଡ ଏକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ରାତିରେ କେନ୍ଦ୍ର ମନ୍ତ୍ରୀ ନୂଆଦିଲ୍ଲୀ ଫେରିଯିବେ।

ଓଡିଶା ଗସ୍ତ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ମେରୀ ମାଟି ମେରା ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026
Latest News

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026

“ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ”: ଆତଙ୍କବାଦ ଉପରେ ପାକିସ୍ତାନକୁ ଭାରତର କଡ଼ା ଜବାବ

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.