Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ପକ୍ଷରୁ ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ କୃଷି ପ୍ରଶକ୍ଷିଣ ଶିବିର ଆୟୋଜିତ
ଆଜିର ଖବର

ସୋଆ ପକ୍ଷରୁ ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ କୃଷି ପ୍ରଶକ୍ଷିଣ ଶିବିର ଆୟୋଜିତ

August 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌)ର ଚତୁର୍ଥ ବର୍ଷର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଭୁବନେଶ୍ୱର, ଜଟଣୀ ଓ ବାଲିଅନ୍ତା ବ୍ଲକ୍‌ର ୧୩ ଟି ଗ୍ରାମରେ ଅଗଷ୍ଟ ୯ ରୁ ୧୪ ତାରିଖ ପର୍ଯ୍ୟନ୍ତ ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଏକ କୃଷି ପ୍ରଶିକ୍ଷଣ ଶିିବିର ଆୟୋଜିତ ହୋଇଯାଇଛି।

ପ୍ରଥମ ପର୍ଯ୍ୟାୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୩୫୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତଃ ୩ଟି ବ୍ଲକ୍ ଅଧୀନରେ ଥିବା ବୁଦ୍ଧିପଡା, ପାଣିକଟା, ଶିଙ୍ଗିର ଶାସନ, ବାରୁଦଖାନା, ପୁରଣପ୍ରଧାନ, ଝିଇଂଟି ଶାସନ, ପୁରୋହିତପୁର, କୁଜିମହଲ, ମେଣ୍ଢାଶାଳ, ଛତାବର, ଗିରିଙ୍ଗାପୁଟ, କଂଟାବାଡ ଓ ଭୋଳା ପ୍ରଭୃତି ଗ୍ରାମଗୁଡିକୁ ସାମିଲ କରାଯାଇଥିଲା।

ଛାତ୍ରଛାତ୍ରୀମାନେ ଏହି ଗ୍ରାମଗୁଡ଼ିକୁ ପରିଦର୍ଶନ କରିବା ସହ ଗ୍ରାମର ସାମାଜିକ, ଅର୍ଥନୈତିକ ଓ କୃଷିଭିତିକ ତଥ୍ୟ ଆଧାରରେ ପ୍ରଶିକ୍ଷଣ ଶିବିରର ବିଷୟବସ୍ତୁ ପ୍ରସ୍ତୁତ କରିଥିଲେ।

ଆଇଏଏସ୍‌ର ଡକ୍ଟର ଭୁବନାନନ୍ଦ ଅଧିକାରୀ, ଡକ୍ଟର ମାନସ ପଟେଲ, ଡକ୍ଟର ସିମନ୍ତିନୀ ଶାସନୀ, ଡକ୍ଟର ଦୀପାଲି ଦାଶ, ଡକ୍ଟର ରାମ ପ୍ରସାଦ ନନ୍ଦି, ଡକ୍ଟର ସବ୍ୟସାଚୀ ପ୍ରଧାନ, ଅଧ୍ୟାପକ କୁମାର ସମ୍ଭବ ଗିରି, ଅଧ୍ୟାପକ ରାମକୃଷ୍ଣ ବସ୍ତିଆ, ସୂର୍ଯ୍ୟସିଦ୍ଧାନ୍ତ ରଥ, ସୁଶ୍ରୀ ସୁଦର୍ଶନା କର, ଦୀପ୍ତନୁ ଦତ, ପ୍ରୀତିଲଗ୍ନା ଧଳ, ସୁଚିସ୍ମିତା ମିଶ୍ର, ଡକ୍ଟର ପ୍ରଣୟ ରାୟ ପ୍ରମୁଖଙ୍କ ତତ୍ୱାବଧାନରେ ଗ୍ରାମବାସୀମାନଙ୍କୁ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଉନ୍ନତ ଓ ବୈଜ୍ଞାନିକ ଉପାୟ ଅବଲମ୍ବନରେ ହେଉଥିବା ଆଧୁନିକ କୃଷି ଯଥା ଜୈବିକ ଚାଷ, ଛତୁଚାଷ ଓ ଏହାର ମୂଲ୍ୟଯୁକ୍ତ ଉତ୍ପାଦ, ଫସଲ ଅବଶେଷର ଉପଯୋଗ, ମହୁମାଛି ପାଳନ, ପତ୍ର ରଙ୍ଗ ଚାର୍ଟର ବ୍ୟବହାର, ଆଜୋଲା ଚାଷ, ସମନ୍ୱିତ ରୋଗ ପୋକ ପରିଚାଳନା ଓ ଭଟିକାଲ୍ ଫାର୍ମିଂ ଇତ୍ୟାଦିକୁ ନେଇ ୧୮ ଟି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା।

ଏହି ଶିବିରଗୁଡିକରେ ପ୍ରତି ଗ୍ରାମର ଅନେକ ଅଗ୍ରଣୀ କୃଷକ ଓ ଗ୍ରାମବାସୀମାନେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଥିଲେ। ଆଗାମୀ ଦିନରେ ଏହିସବୁ ସ୍ଥାନରେ କୃଷି ଓ ସାମାଜିକ ସଚେତନତା କାର୍ଯ୍ୟକ୍ରମ ସହିତ ଶେଷ ପର୍ଯ୍ୟାୟ କୃଷି ପ୍ରଶିକ୍ଷଣ ଆୟୋଜିତ ହେବାର କାର୍ଯ୍ୟକ୍ରମ ରହିଛି।

ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣଗୁଡିକର ସଫଳତା ପରେ ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମ ସଫଳ ହେବାକୁ ଯାଉଛି ଓ ଏହାର ଉଦ୍ଦେଶ୍ୟ ସାଧିତ ହେଉଛି ବୋଲି କୃଷି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ସନ୍ତୋଷ କୁମାର ରାଉତ କହିଛନ୍ତି।
ପ୍ରଶିକ୍ଷଣ କାର୍ଯ୍ୟକ୍ରମର ସଫଳତା ପାଇଁ ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମର ଅଧ୍ୟକ୍ଷ ତଥା ସଂଯୋଜକ ଡକ୍ଟର ଅଂଶୁମାନ ଜେନା ଅଂଶଗ୍ରହଣ କରିଥିବା ଗ୍ରାମବାସୀ ତଥା କୃଷକ ସାଥିମାନଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଗ୍ରାମ ସଂଯୋଗୀକରଣ ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.