Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ୟୟ ବହୁଳ ଓଡ଼ିଆ ଚଳଚ୍ଚିତ୍ର “ପ୍ରଥା” ର ଟ୍ରେଲର ରିଲିଜ୍, ଗଣେଶ ପୂଜା ଉପଲକ୍ଷେ ଶୁଭମୁକ୍ତି
ଆଜିର ଖବର

ବ୍ୟୟ ବହୁଳ ଓଡ଼ିଆ ଚଳଚ୍ଚିତ୍ର “ପ୍ରଥା” ର ଟ୍ରେଲର ରିଲିଜ୍, ଗଣେଶ ପୂଜା ଉପଲକ୍ଷେ ଶୁଭମୁକ୍ତି

August 22, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ବହୁ ପ୍ରତିକ୍ଷୀତ “ପ୍ରଥା” ର ଟ୍ରେଲର ଆଜି ବହୁ ସିନେ ପ୍ରେମୀ, ସିନେ ସମୀକ୍ଷକ ତଥା ନିର୍ଦ୍ଦେଶକ ଓ ପ୍ରଯୋଜକଙ୍କ ଗହଣରେ ଭୁବନେଶ୍ୱର ସ୍ଥିତ ସିନେପଲିସ ଠାରେ ପ୍ରଦର୍ଶନ ହୋଇଯାଇଛି। ଅନେକ ବର୍ଷ ବ୍ୟବଧାନରେ ଏକ ନିଛକ ପାରମ୍ପରିକ ମୌଳିକ କାହାଣୀ ସହିତ ବିଗ ବଜେଟର ଆକ୍ସନ ଫିଲ୍ମର ଟ୍ରେଲର ଦେଖି ଉପସ୍ଥିତ ସମସ୍ତ ଦର୍ଶକ ବେଶ ଉତ୍ସାହିତ ଥିଲେ।

ଓଡ଼ିଆ ଝିଅ ସନଲିଶା ପଟେଲ ଦିଲ୍ଲୀରେ ଅବସ୍ଥାପିତ ହୋଇ ଓଡ଼ିଆ ଦର୍ଶକଙ୍କ ପାଇଁ କିଛି ନୂଆ ପ୍ରକାର ମନୋରଞ୍ଜନ ଯୋଗାଇଦେବା ପାଇଁ ମନବଳେଇବା କମ୍ କଥା ନୁହେଁ। ତେବେ ଆଜି ସିନେପଲିସ ପ୍ରେକ୍ଷାଳୟରେ ପ୍ରଥା ଚଳଚ୍ଚିତ୍ରର ଟ୍ରେଲର ଦେଖିଲା ପରେ ଓଡ଼ିଆ ଚଳଚ୍ଚିତ୍ରର ନିର୍ମାଣ ଶୈଳୀ କେତେ ଉଚ୍ଚରେ ଆମନ୍ତ୍ରିତ ଅତିଥିମାନେ ନିଜ ନିଜ ବକ୍ତବ୍ୟରେ ବଖାଣି ଥିଲେ।

ଶିଶୁ କଳାକାରରୁ ନାୟକ ସାଜି ଆଜି ଆକ୍ସନ ହିରୋ ଭାବେ ନିଜର ନିଖୁଣ ଅଭିନୟ ଦେଖାଇଥିବା ସ୍ୱରାଜ ବାରିକଙ୍କ ପ୍ରଶଂସା ସବୁରି ମୁହଁ ରୁ ଶୁଣିବାକୁ ମିଳିଥିଲା। ଓଲିଉଡ଼ ଅଭିନେତ୍ରୀ ଶୀତଲଙ୍କ ଅଭିନୟ ମଧ୍ୟ ମତୁଆଲା କରିଛି ଦର୍ଶକଙ୍କୁ, ହେଲେ ମୁମ୍ବାଇର ଅଭିନେତ୍ରୀ ସିମ୍ରନ୍ କୌରଙ୍କ ଉପରେ ଦର୍ଶକଙ୍କ ନଜର ଜୋର ଥିଲା।

ନିର୍ଦ୍ଦେଶକ କେ ମୁରଳୀକ୍ରିଷ୍ଣାଙ୍କ ବଳିଷ୍ଠ ନିର୍ଦ୍ଦେଶନାରେ ନିର୍ମିତ ପ୍ରଥା ଚଳଚ୍ଚିତ୍ର ନିଶ୍ଚିତ ଲୋକାଦୃତ ହେବ ଏଥିରେ ସନ୍ଦେହ ନାହିଁ ବୋଲି ପ୍ରଶଂସକ ମହଲରେ ଗୁଣୁଗୁଣୁ ଶୁଭୁଥିଲା।  ପ୍ରଥା ଚଳଚ୍ଚିତ୍ରର ଟ୍ରେଲର ପ୍ରଦର୍ଶନରେ ଅତିଥି ଭାବେ ବରିଷ୍ଠ ଅଭିନେତ୍ରୀ ତନ୍ଦ୍ରା ରାୟ, କୁନା ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ।

‘ପ୍ରଥା’ ହେଉଛି ଆମ ଓଡ଼ିଶାର କାହାଣୀ, ଆମ ଗାଁ’ ର କାହାଣୀ। ଏହି କାହାଣୀ ଆମ ଓଡ଼ିଶାର ପ୍ରଥା ଓ ପରମ୍ପରା ଉପରେ ଆଧାରିତ। ପ୍ରଥମ ଥର ପାଇଁ ସ୍ବରାଜ ଏବଂ ଶୀତଲ ସ୍କ୍ରିନ ସେୟାର କରିଛନ୍ତି l ତାଙ୍କ ସହିତ ମୁଖ୍ୟ ଚରିତ୍ର ରେ ଅଛନ୍ତି ମୁମ୍ବାଇ ଅବସ୍ଥାପିତ ମଡେଲ ଅଭିନେତ୍ରୀ ସିମ୍ରନ୍ କୌର। ସିମ୍ରନ୍ ଲୋକପ୍ରିୟ ଆନିମେସନ୍ ସିରିଜ୍‌ ‘ଡୋରେମନ୍’ର ନୋବିତା ଚରିତ୍ରର ଭଏସ୍ ଆର୍ଟିଷ୍ଟ। ଏମାନଙ୍କ ବ୍ୟତୀତ ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ଯଶ ଆଲୱାହଟ୍‌ (ବଲିଉଡ୍ ଅଭିନେତା), ଆଶୁ ବର୍ମା (ପଞ୍ଜାବର ମଡେଲ, ଅଭିନେତା ଓ ନିର୍ଦ୍ଦେଶକ), ରବି ମିଶ୍ର, ସତିଶ୍‌ ପଟେଲ, ଇଲ୍ଲୁ ବାନାର୍ଜୀ, ଚୌଧୁରୀ ଜୟପ୍ରକାଶ ଦାସ, ଡିସ୍କୋ ରେଡ୍ଡୀ ଏବଂ ଅସିତା ଶତପଥୀଙ୍କୁ ମଧ୍ୟ ଅନ୍ୟାନ୍ୟ ଭୂମିକାରେ ଦେଖିବାକୁ ମିଳିବ।
ତେବେ ଫିଲ୍ମ ରିଲିଜ ପାଇଁ ସମସ୍ତ ପ୍ରସ୍ତୁତି ସରିଯାଇଥିବା ବେଳେ ଅଗଷ୍ଟ ୨୧ ତାରିଖ ରେ ପ୍ରଥା ର ପ୍ରଥମ ଗ୍ଲିମ୍ପସେସ୍ ରିଲିଜ ହେଇଯାଇଛି ଏବଂ ପବିତ୍ର ଗଣେଶ ପୂଜା ଉପଲକ୍ଷେ ଆସନ୍ତା ସେପ୍ଟେମ୍ବର ୧୫ ତାରିଖରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ। ଚଳଚ୍ଚିତ୍ର ର ପ୍ରଚାର ଚାରିଆଡେ ବିଭିନ୍ନ ଗଣମାଧ୍ୟମ ତଥା ପୋଷ୍ଟର ମାଧ୍ୟମରେ ଆରମ୍ଭ ହୋଇଯାଇଛି।

ଏହି ଚଳଚ୍ଚିତ୍ରରେ ଡିଓପି ନରେନ୍ଦ୍ର ଗୌଡ଼, ସଙ୍ଗୀତ ନିର୍ଦ୍ଦେଶନା ଅସଦ ନିଜାମ, ସଂଳାପ ବିଜୟ କୁମାର ରାଉଳ, କୋରିଓଗ୍ରାଫର ଆରିୟନ୍‌ ଓ ଲାଇନ୍ ପ୍ରଡ୍ୟୁସର ବିଜୟ ପାତ୍ର ଅଛନ୍ତି। ‘ପ୍ରଥା’ ଚଳଚ୍ଚିତ୍ରଟି କୋରାପୁଟ ସମେତ ସୁଦୂର ଦିଲ୍ଲୀ ଏବଂ ରାଜସ୍ଥାନରେ ସୁଟ୍ ହୋଇଛି। ତେବେ ଆସନ୍ତା ସେପ୍ଟେମ୍ବର ୧୫ ରେ ମୁକ୍ତିଲାଭ କଲେ ଗଣେଶ ପୂଜା ବଜାର ସରଗରମ ହେବ ବୋଲି ଦର୍ଶକଙ୍କ ମନରେ ଉତ୍କଣ୍ଠା ରହିଛି। ଏହାର ପ୍ରଚାର ଓ ପ୍ରସାର ଦାୟିତ୍ୱ ରେ ଅଛନ୍ତି ମିଡିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ।

‘'ପ୍ରଥା'’ ଓଡିଆ ଚଳଚ୍ଚିତ୍ର ଗଣେଶ ପୂଜା ଟ୍ରେଲର ରିଲିଜ୍ ଶୁଭମୁକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026
Latest News

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026

ଇସିଙ୍କ ବୟାନ ପରେ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ?

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.