ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି: ସାଧାରଣ ଦର୍ଶନ ଉପରେ ଲାଗିଲା କଟକଣା

Published: Aug 22, 2023, 1:11 pm IST

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ସନ୍ଧ୍ୟା ୬ ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୧୦ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ସେବକଙ୍କ ଭିତରେ ଦେଢ଼ ମାସ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିବା ପରେ ଗତ ୯ ତାରିଖରେ ପ୍ରାୟ ଦେଢ଼ ମାସ ପରେ ବନକଲାଗି ହୋଇଥିଲା। ଏହି ବିବାଦ ଯୋଗୁ ଚଳିତ ବର୍ଷ ନୀଳାଦ୍ରି ବିଜେଠାରୁ ବନକଲାଗି ହୋଇ ନଥିଲା।

Related posts