Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ଵିତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦଯାପିତ: ୫ ଜଣ ପାଇଲେ ଫଟୋ ବନ୍ଧୁ ସମ୍ମାନ
ଆଜିର ଖବର

ଦ୍ଵିତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦଯାପିତ: ୫ ଜଣ ପାଇଲେ ଫଟୋ ବନ୍ଧୁ ସମ୍ମାନ

August 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ଜୟଦେବ ଭବନରେ ନବୀନ ସୁତ୍ରଧର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ହୋଇଥିବା ଦ୍ୱିତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର, ସମ୍ମାନିତ ଅତିଥି ଭାବେ ଓଟିଡିସି ଅଧ୍ୟକ୍ଷ ଲେନିନ୍ ମହାନ୍ତି, ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ସମାଜସେବୀ ବନ୍ଦନା ଶ୍ରୀଚନ୍ଦନ ଆୟୋଜକ ନବୀନ ସୁତ୍ରଧର ଟ୍ରଷ୍ଟ ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଅବସରରେ ୫ ଜଣ ବ୍ୟକ୍ତି ବିଶେଷ ଯଥା ସୂର୍ଯ୍ୟ ମହାନ୍ତି, ଯୁଗ୍ମ ନିର୍ଦ୍ଦେଶକ ସୂଚନା ଓ ଲୋକସମ୍ପର୍କ ବିଭାଗ, ସମାଜସେବୀ ମାନସ ବସ୍ତିଆ, ଅଭିଳାଷ ପଣ୍ଡା, ରାଜ୍ୟସଭାପତି ଭାରତୀୟ ଜନତା ଯୁବ ମୋର୍ଚ୍ଚା, ଶୟଦ ୟାଶିର ନୱାଜ, ରାଜ୍ୟ ସଭାପତି ଛାତ୍ର କଂଗ୍ରେସ ଓ ବିଜୁ ଜନତା ଦଳ ର ସାଧାରଣ ସମ୍ପାଦକ ପାର୍ଥ ସାରଥୀ ମୁଦୁଲି ପ୍ରମୁଖଙ୍କୁ ଫଟୋ ବନ୍ଧୁ ସମ୍ମାନ ରେ ସମ୍ମାନିତ କରାଯାଇଛି.ଗ୍ରାମ୍ୟ ଜୀବନ, ପ୍ରକୃତି ଓ ବନ୍ୟା ପ୍ରାଣୀ, ଭାବଭଙ୍ଗି ଉପରେ ଆଧାରିତ ହୋଇଥିବା ଏହି ଫଟୋ ପ୍ରଦର୍ଶନୀରେ ସାରା ରାଜ୍ୟ ୮୦ ଜଣ ପ୍ରତିଯୋଗୀଙ୍କର ୨୫୩ଟି ଫଟୋ ପ୍ରଦର୍ଶିତ ହୋଇଥିଲା।

ଉଚ୍ଚକୋଟିର ଫଟୋ ପାଇଁ ଶ୍ରେଷ୍ଠ ୩ ଜଣ ଫଟୋଗ୍ରାଫର ଅଜିତ ପାଢ଼ୀ, ବୈଦ୍ୟନାଥ ନାୟକ ଓ ସତ୍ୟଜିତ ଦାସଙ୍କୁ ସମ୍ମାନୀତ କରାଯାଇଛି ଏଥି ସହିତ ତିନିଜଣ ଫଟୋଗ୍ରାଫର ସନ୍ଦୀପ ପ୍ରିୟଦର୍ଶୀ, କଳ୍ପନା ରଥ ଓ ଆଶୁତୋଷ ପାଢ଼ୀଙ୍କୁ ଦୃଷ୍ଟି ଆକର୍ଷଣକାରୀ ଫଟୋ ପାଇଁ ବିଶେଷ ସମ୍ବର୍ଦ୍ଧନା ଦିଆଯାଇଥିଲା।

ନୂଆ ଫଟୋଗ୍ରାଫରମାନଙ୍କ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ଏଭଳି ପ୍ରୟାସ କରାଯାଇଥିବା ନବୀନ ସୁତ୍ରଧର ଟ୍ରଷ୍ଟ ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ଦାସ କହିଛନ୍ତି।

ଜୟଦେବ ଭବନ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Latest News

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.