Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ସ୍ନାତକ ଉପାଧି ପ୍ରଦାନ କଲା ସୋଆ
ଆଜିର ଖବର

ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ସ୍ନାତକ ଉପାଧି ପ୍ରଦାନ କଲା ସୋଆ

August 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ର ବିଭିନ୍ନ ବିଭାଗରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ଗୁରୁବାର ଏହି ବିଶେଷ କାର୍ଯ୍ୟକ୍ରମରେ ସ୍ନାତକ ଉପାଧି ପ୍ରଦାନ କରାଯାଇଛି।

ଆଇଟିଇଆରର ସିଭିଲ ଇଞ୍ଜିନିୟରିଂ, ମେକାନିକାଲ୍ ଇଞ୍ଜିନିୟରିଂ, କମ୍ପ୍ୟୁଟର ସାଇନ୍ସ ଇଞ୍ଜିନିୟରିଂ, କମ୍ପ୍ୟୁଟ୍‌ର ସାଇନ୍ସ ଆଣ୍ଡ ଇନ୍‌ଫର୍ମେସନ୍ ଟେକ୍ନୋଲୋଜି, ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ, ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ ଓ ଇଲେକ୍ଟ୍ରୋନିକ୍ସ ଆଣ୍ଡ କମ୍ୟୁନିକେସନ୍ ଇଞ୍ଜିନିୟରିଂ ଭଳି ୭ଟି ବିଭାଗରେ ୨୦୧୯-୨୦୨୩ ମଧ୍ୟରେ ୪ବର୍ଷ ଅଧ୍ୟୟନ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଏକ ସ୍ୱତବ ସମାରୋହରେ ଉପାଧି ପ୍ରଦାନ କରାଯାଇଛି।

ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉପାଧି ପ୍ରଦାନ କରିଥିଲେ।

ଏହି ଅବସରରେ କୁଳପତି ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ। ସୋଆ ଅନେକ ଗୁଡ଼ିଏ ଶିକ୍ଷାନୁଷ୍ଠାନ ସହ ସହଭାଗିତା କରିଛି ଓ ଅନେକ ବିଦେଶୀ ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି ବୋଲି ପ୍ରକାଶ କରି ଏହା ଛାତ୍ରଛାତ୍ରୀମାନଙ୍କୁ ସହାୟକ ହେବ ବୋଲି ପ୍ରଫେସର ନନ୍ଦ କହିଥିଲେ।

କୁଳପତି ଛାତ୍ରଛାତ୍ରୀମାନଙ୍କୁ କହିଥିଲେ ଯେ ସେମାନେ ଏଭଳି ଏକ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିଛନ୍ତି ଯାହା ଚଳିତ ବର୍ଷ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ୍‌ରେ ୨୦୨୩ ମସିହାରେ ଦେଶରେ ୧୫ ତମ ସ୍ଥାନ ହାସଲ କରିଛି। ଏଠାରୁ ଯେଉଁ ଶିକ୍ଷା ଗ୍ରହଣ କରିଛ ତାହା ଦେଶ ନିମନ୍ତେ ଉପଯୋଗୀ ହେବା ବିଷୟରେ ମୁଁ ଆଶାବାଦୀ ବୋଲି ପ୍ରଫେସର ନନ୍ଦ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଆଇଟିଇଆରର ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ ) ପ୍ରଫେସର ରେଣୁ ଶର୍ମା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଆଇଟିଇଆରର ଡିନ୍ ପ୍ରଫେସର ପ୍ରଦୀପ କୁମାର ସାହୁ ସଂପୃକ୍ତ ଅନୁଷ୍ଠାନ ସମ୍ପର୍କରେ ବିସ୍ତୃତ ତଥ୍ୟ
ପ୍ରଦାନ କରିଥିଲେ।

୧୯୯୬ ମସିହାରେ ମାତ୍ର ୧୨୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆରମ୍ଭ ହୋଇଥିବା ଆଇଟିଇଆର୍ ୨୭ ବର୍ଷ ମଧ୍ୟରେ ଦେଶର ୨୭ ତମ ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ଭାବେ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗରେ ନିଜ ସ୍ଥାନ ବଜାୟ ରଖିପାରିଛି ବୋଲି
ପ୍ରଫେସର ସାହୁ କହିଥିଲେ। ଏନ୍‌ବିଏ ଦ୍ୱାରା ସ୍ୱୀକୃତିପ୍ରାପ୍ତ ଆଇଟିଇଆର୍‌ରେ ବର୍ତମାନ ୩୦୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି।

ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, କଂଟ୍ରୋଲର ଅଫ୍ ଏଗଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏବଂ ୭ଟି ବିଭାଗ ଯଥା ସିଏସ୍‌ଇର ମୁଖ୍ୟ ପ୍ରଫେସର ଦେବାହୁତି ମିଶ୍ର, ସିଭିଲ୍ ଇଞ୍ଜିନିୟରିଂର ମୁଖ୍ୟ ପ୍ରଫେସର ବିଦ୍ୟାଧର ବାସା, ମେକାନିକାଲ୍ ଇଞ୍ଜିନିୟରିଂର ମୁଖ୍ୟ ପ୍ରଫେସର ସରୋଜ ଆଚାର୍ଯ୍ୟ, ସିଏସ୍‌ଆଇଟିର ମୁଖ୍ୟ ପ୍ରଫେସର ଅଜୀତ କୁମାର ନାୟକ, ଇଇଇର ମୁଖ୍ୟ ପ୍ରଫେସର ନିରଞ୍ଜନ ନାୟକ, ଇସିଇର ମୁଖ୍ୟ ପ୍ରଫେସର ବିଭୁ ପ୍ରସାଦ ମହାନ୍ତି ଏବଂ ଇଇର ମୁଖ୍ୟ ପ୍ରଫେସର ବିନୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ସ୍ନାତକ ଉପାଧି ଗ୍ରହଣ କରିବା ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନେ ଏକ ଶପଥ ପାଠ କରିଥିଲେ। ଶେଷରେ ପ୍ରଫେସର ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.