Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକକଳା ସଂସାଧନ ସଭ୍ୟଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦଯାପିତ
ଆଜିର ଖବର

ଲୋକକଳା ସଂସାଧନ ସଭ୍ୟଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦଯାପିତ

August 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଲୋକକଳା ମାଧ୍ୟମରେ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ଜନସାଧାରଣରେ ସଚେତନତା ସୃଷ୍ଟି କରିବା ନିମନ୍ତେ ସ୍ଥାନୀୟ ଭଞ୍ଜକଳା ମଣ୍ତପରେ ଆୟୋଜିତ ରାଜ୍ୟସ୍ତରୀୟ ସଂସାଧନ ସଭ୍ୟ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଛି।

ଉକ୍ତ ଉଦଯାପନୀ ଉତ୍ସବରେ ଯୋଗଦେଇ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଯୋଗଦେଇ କହିଲେ ଯେ ଲୋକକଳାର ବିଷୟବସ୍ତୁ ଅତ୍ୟନ୍ତ ହୃଦୟସ୍ପର୍ଶୀ। ପାରମ୍ପରିକ ନାଚ ଓ ଗୀତର ପ୍ରାସଙ୍ଗିକତା ଏବେ ମଧ୍ୟ ସୁସ୍ପଷ୍ଟ। ଏହା ମାଧ୍ୟମରେ ସଚେତନତା ସୃଷ୍ଟି ସକାରତ୍ମକ ପ୍ରଭାବ ପକାଇବ ବୋଲି ସେ ଉଲ୍ଲେଖ କରିଥିଲେ।

ସେହିଭଳି ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ ଲୋକକଳାର ପରମ୍ପରାକୁ ବଜାୟ ରଖିବାକୁ ସମସ୍ତଙ୍କ ଉଦ୍ୟମର ଆବଶ୍ୟକତା ଥିବା କହିଥିଲେ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଆସନ୍ତା ସେପ୍ଟେମ୍ବର ମାସ ୧୫ ତାରିଖରୁ ଗାଁରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଲା, ଦାସକାଠିଆ, ଘୋଡାନାଚ ଏବଂ ସଂପୃକ୍ତ ଜିଲ୍ଲାର ଲୋକପ୍ରିୟ ଲୋକକଳା ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ।

ଏଠାରୁ ପ୍ରଶିକ୍ଷଣ ନେଇ କଳାକାର ମାନେ ସଂପୃକ୍ତ ଜିଲ୍ଲାର ଜିଲ୍ଲାସ୍ତରୀୟ ପ୍ରଶିକ୍ଷକ ମାନଙ୍କୁ ତାଲିମ ପ୍ରଦାନ କରିବେ। ଜିଲ୍ଲାସ୍ତରୀୟ ପ୍ରଶିକ୍ଷକ ମାନେ ବ୍ଲକ ସ୍ତରରେ ତାଲିମ ପ୍ରଦାନ କରିବେ। ଉକ୍ତ ପ୍ରଶିକ୍ଷଣ ନେଇଥିବା ସଂସାଧନ ସଭ୍ୟ ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।

ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆବଶ୍ୟକୀୟ ପାଣ୍ଠି ଯୋଗାଇ ଦିଆଯିବ ଏବଂ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ସହାୟତା ପ୍ରଦାନ କରାଯିବ।

ଆଜିର କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ, ଉପ ସଭାପତି ମନ୍ମଥ ଶତପଥି, ଉକ୍ତ କାର୍ଯ୍ୟକ୍ରମର ମୁଖ୍ୟ ଉପଦେଷ୍ଟା କୃଷ୍ଣଚନ୍ଦ୍ର ନିଶଙ୍କ ଉପସ୍ଥିତ ଥିବାବେଳେ ଉପନିର୍ଦ୍ଦେଶିକା ସୁଚିସ୍ମିତା ମନ୍ତ୍ରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ପ୍ରଶିକ୍ଷଣ ଶିବିର ଉ ଲୋକକଳା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡ଼ି ର ବିକ୍ଷୋଭ: ବିଧାନସଭା ଘେରାଉ ବେଳେ ପୋଲିସ ସହ ମୁହାଁମୁହିଁ ପରିସ୍ଥିତି

September 23, 2025

ଅନଲାଇନ୍ ବେଟିଂ ଆପ୍ ମାମଲା: କ୍ରିକେଟର ଯୁବରାଜ ସିଂହଙ୍କୁ ଜେରା କରୁଛି ଇଡି

September 23, 2025

ଏସିଆ କପ୍-୨୦୨୫: ଭାରତ ଏବଂ ବାଂଲାଦେଶ ମଧ୍ୟରେ ହେବ ଫାଇନାଲ ମ୍ୟାଚ, ଜାଣନ୍ତୁ କିପରି

September 23, 2025

ଏହା କ’ଣ ହେଉଛି…?, ରାହୁଲ ଗାନ୍ଧୀଙ୍କ ଭୋଟ ଚୋରି ଅଭିଯୋଗ ଉପରେ ଶରଦ ପାୱାରଙ୍କ ବଡ଼ ବୟାନ

September 23, 2025
Latest News

ବିଜେଡ଼ି ର ବିକ୍ଷୋଭ: ବିଧାନସଭା ଘେରାଉ ବେଳେ ପୋଲିସ ସହ ମୁହାଁମୁହିଁ ପରିସ୍ଥିତି

September 23, 2025

ଅନଲାଇନ୍ ବେଟିଂ ଆପ୍ ମାମଲା: କ୍ରିକେଟର ଯୁବରାଜ ସିଂହଙ୍କୁ ଜେରା କରୁଛି ଇଡି

September 23, 2025

ଏସିଆ କପ୍-୨୦୨୫: ଭାରତ ଏବଂ ବାଂଲାଦେଶ ମଧ୍ୟରେ ହେବ ଫାଇନାଲ ମ୍ୟାଚ, ଜାଣନ୍ତୁ କିପରି

September 23, 2025

ଏହା କ’ଣ ହେଉଛି…?, ରାହୁଲ ଗାନ୍ଧୀଙ୍କ ଭୋଟ ଚୋରି ଅଭିଯୋଗ ଉପରେ ଶରଦ ପାୱାରଙ୍କ ବଡ଼ ବୟାନ

September 23, 2025

ଭାରତୀୟଙ୍କ ଅବିଶ୍ୱସନୀୟ ପ୍ରତିଭା: ଦୁଇଟି ପ୍ରମୁଖ ଆମେରିକୀୟ କମ୍ପାନୀର ସିଇଓ ହେଲେ ‘ଶ୍ରୀନି’ ଏବଂ ରାହୁଲ

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.