Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବୋଚ୍ଚ ଶିଖର ଆରୋହଣ କରିଥିବା ଇନ୍‌ଟର୍ଣ୍ଣଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
ଆଜିର ଖବର

ସର୍ବୋଚ୍ଚ ଶିଖର ଆରୋହଣ କରିଥିବା ଇନ୍‌ଟର୍ଣ୍ଣଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି

August 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୟୁରୋପର ସର୍ବୋଚ୍ଚ ଶିଖର ମାଉଂଟ ଏଲ୍‌ବ୍ରସ୍‌କୁ ସଫଳତାର ସହ ଆରୋହଣ କରିଥିବା ଡଃ ଆଦିତ୍ୟ ଖାଡଙ୍ଗାଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି। ସୋଆର ଫ୍ୟାକଲ୍ଟି ଅଫ୍ ମେଡିସିନ୍ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଇନ୍‌ଟର୍ଣ୍ଣ ଭାବେ ଡଃ ଖାଡଙ୍ଗା କାର୍ଯ୍ୟ କରୁଛନ୍ତି।

ଗତ ଅଗଷ୍ଟ ୧୬ ତାରିଖ ଦିନ ପ୍ରତିକୂଳ ପାଗର ସାମ୍ନା କରି ୧୮,୫୧୦ ଫୁଟ ଉଚ୍ଚତାର ଏହି ଶୃଙ୍ଗକୁ ଡଃ ଖାଡଙ୍ଗା ଆରୋହଣ କରିଥିଲେ। ଦକ୍ଷିଣ ପଶ୍ଚିମ ଋଷର କାବାର୍ଡିନୋ-ବାଲ୍‌କାରିଆ ଅଂଚଳରେ ଅବସ୍ଥିତ ମାଉଂଟ ଏଲ୍‌ବ୍ରସ୍‌ରେ ଦୁଇଟି ସୁପ୍ତ ଆଗ୍ନେୟଗିରି ରହିଛି।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରୁ ସ୍ନାତକ ଡିଗ୍ରୀ ହାସଲ କରିଥିବା ଡଃ ଖାଡଙ୍ଗା ପୂର୍ବରୁ ଆଫ୍ରିକାର ୧୯,୩୪୧ ଫୁଟ ଉଚ୍ଚତା ବିଶିଷ୍ଟ ସର୍ବୋଚ୍ଚ ପର୍ବତ ମାଉଂଟ କିଲିମାଞ୍ଜାରୋ ଆରୋହଣ କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ପ୍ରତିକୂଳ ପାଗ ଯୋଗୁଁ ଶିଖରରୁ ୫୦ ଫୁଟ ଦୂରତାରେ ଏହି ଉଦ୍ୟମରୁ ଓହରି ଯାଇଥିଲେ। ଆସନ୍ତା ଜାନୁଆରୀ ମାସରେ ଆର୍ଜେଂଟିନାରେ ଅବସ୍ଥିତ ୨୨,୮୩୭ ଫୁଟ ଉଚ୍ଚତାର ମାଉଂଟ ଆକୋନ୍‌କାଗୁଆ ଆରୋହଣ କରିବା ନିମନ୍ତେ ପ୍ର୍ରୟାସ କରିବାର ସେ ଯୋଜନା ରଖିଥିବା କହିଛନ୍ତି।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏହି ଯୁବ ପର୍ବତାରୋହୀଙ୍କୁ ତାଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଭବିଷ୍ୟତରେ ତାଙ୍କର ଅଧିକ ସଫଳତା କାମନା କରିଥିଲେ।

ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର, ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର, ଡେପୁଟି ମେଡିକାଲ୍ ସୁପରିଟେଣ୍ଡେଂଟ ଡାକ୍ତର ରାଜେଶ ଲେଙ୍କା ଓ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଉପସ୍ଥିତ ଥିଲେ।

ବରଗଡ଼ ଅଂଚଳର ଡଃ ଖାଡଙ୍ଗା କହିଛନ୍ତି ଯେ ଖୁବ୍ କମ୍ ବୟସରୁ ପର୍ବତାରୋହଣ ପ୍ରତି ସେ ଆକର୍ଷିତ ହୋଇଥିଲେ ଏବଂ ଏଥିପାଇଁ ସେ ପ୍ରଶିକ୍ଷଣ ମଧ୍ୟ ନେଇଥିଲେ। ସେ ନିଜର ଅନୁଭୂତି ବଖାଣି କହିଥିଲେ ଯେ ଗତ ଅଗଷ୍ଟ ୧୫ ତାରିଖ ଦିନ ବିଳମ୍ବିତ ରାତ୍ରିରେ ଅସହ୍ୟ ଶୀତରେ ଓ ମାଇନସ୍ ୨୫ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଥିବା ତାପମାତ୍ରାରେ ଏଲ୍‌ବ୍ରସ୍ ଶିଖରରେ ପହଂଚିବା ପାଇଁ ବେସ କ୍ୟାମ୍ପରୁ ସେମାନଙ୍କୁ ୯ ଘଂଟା ସମୟ ଲାଗିଥିଲା।

ୟୁରୋପ ସୋଆ ପ୍ରତିଷ୍ଠାତା ସଭାପତି
Share. Facebook Twitter LinkedIn Email WhatsApp Copy Link

Related Posts

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026

ଏନଟିପିସି କୋରବା ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 17, 2026

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026
Latest News

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026

ଅନ୍ତର୍ଜାତୀୟ ଫୁଟ୍‌ବଲ୍‌ରୁ ଅବସର ନେଲେ ଜେମ୍ସ ରୋଡ୍ରିଗେଜ୍

September 17, 2026

UPI ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସମର୍ଥନ କଲେ ଓମାର ଅବଦୁଲ୍ଲା: ଜାଣନ୍ତୁ କ’ଣ କହିଲେ?

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.