Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମରେ ସିଙ୍ଗାପୁର ଗଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀ
ଆଜିର ଖବର

‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମରେ ସିଙ୍ଗାପୁର ଗଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀ

August 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀମାନଙ୍କ ଭିତରୁ ପ୍ରତିବର୍ଷ ୪୦ ଜଣଙ୍କୁ ବଛାଯାଇ ‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମ ଜରିଆରେ ସିଙ୍ଗାପୁର ପଠାଯାଉଛି। ୨୦୨୨-୨୩ ବ୍ୟାଚର ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ଶନିବାର ଦିନ ସିଙ୍ଗାପୁରରେ ପହଞ୍ଚିଛନ୍ତି।

ଏହି ଛାତ୍ରଛାତ୍ରୀମାନେ ଭୁବନେଶ୍ୱର-ସିଙ୍ଗାପୁର ସିଧାସଳଖ ବିମାନ ଯୋଗେ ଶନିବାର ସକାଳୁ ଯାତ୍ରା କରିଥିଲେ। ପ୍ରଥମଥର ପାଇଁ ବିମାନରେ ବସି ବିଦେଶ ଯାଉଥିବାରୁ ସେମାନଙ୍କ ଭିତରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଥିଲା। ଏହି କାର୍ଯ୍ୟକ୍ରମ ଅଧୀନରେ ଅନ୍ତର୍ଜାତୀୟ ମାନର ତାଲିମ ପାଇଁ ଏଭଳି ସୁଯୋଗ ମିଳୁଥିବାରୁ ସେମାନେ ବିଶ୍ୱ ଦକ୍ଷତା କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ସିଙ୍ଗାପୁର ଯାଇଥିବା ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ଅନୁଭୂତି ସେମାନଙ୍କ ଶିକ୍ଷା ଓ ତାଲିମକୁ ଏକ ନୂଆ ଦିଗ ଦେବା ସହ ସେମାନଙ୍କ ମନରେ ନୂଆ ସାହସ ଆଣିଦେବ ବୋଲି ସେ କହିଛନ୍ତି।

‘‘ବିଦେଶ ଯାଇ ବିଶ୍ୱସ୍ତରୀୟ ଶିକ୍ଷା ସୁଯୋଗ ପାଇବି ବୋଲି ମୁଁ କେବେ ଭାବି ନଥିଲି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ତାଲିମ ନେବା ଫଳରେ ମୋ’ ପାଇଁ ଆଜି ତାହା ସାକାର ହୋଇଛି। ସିଙ୍ଗାପୁରରେ ମୁଁ ନୂଆ ନୂଆ କଥା ଶିଖିବା ସହ ଏଭଳି ଏକ ନୂଆ ପରିବେଶ ଦେଖିବାର ସୁଯୋଗ ପାଇବି’’, କହନ୍ତି ‘ଏୟାର କଣ୍ଡିସନିଂ ଆଣ୍ଡ୍ ରେଫ୍ରିଜରେସନ’ର ଛାତ୍ର ଆୟୁଷ ପ୍ରଧାନ।

‘‘ସିଙ୍ଗାପୁରରେ ଆମକୁ ଡ୍ରୋନ ଏବଂ ରୋବୋଟିକ୍ସ ବିଷୟରେ ବହୁତ କିଛି ନୂଆ କଥା ଶିଖିବାକୁ ମିଳିବ। ତା’ଛଡ଼ା ସିଙ୍ଗାପୁରର ବିଭିନ୍ନ ସ୍ଥାନକୁ ଅତି ପାଖରୁ ଦେଖିବାକୁ ପାଇବି। ତେଣୁ ଏଥିପାଇଁ ମୁଁ ବହୁତ ଉତ୍ସାହିତ’’, କହନ୍ତି ‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ର ଛାତ୍ରୀ ଅଲିଭା ପ୍ରିୟଦର୍ଶିନୀ ସାହୁ।

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଏବଂ ସିଙ୍ଗାପୁର ସରକାରଙ୍କ ମଧ୍ୟରେ ହୋଇଥିବା ବୁଝାମଣା ଅନୁଯାୟୀ ପ୍ରତିବର୍ଷ ଏହି ‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମ କରାଯାଉଛି। ଏହି କ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀଙ୍କୁ ବଛାଯାଇ ୨ ସପ୍ତାହ ପାଇଁ ସିଙ୍ଗାପୁରର ଇନଷ୍ଟିଚ୍ୟୁଟ ଅଫ୍ ଟେକନିକାଲ ଏଜୁକେସନକୁ (ଆଇଟିଇ) ପଠାଯାଉଛି।

ଏହି ସମୟ ମଧ୍ୟରେ ବିଶ୍ୱ ଦକ୍ଷତା କେନ୍ଦ୍ରରୁ ଯାଇଥିବା ଛାତ୍ରଛାତ୍ରୀମାନେ ‘ଆଇଟିଇ’ରେ ଅତିରିକ୍ତ ତାଲିମ ନେବା ସହ ସ୍ଥାନୀୟ ଛାତ୍ରଛାତ୍ରୀଙ୍କ ସହ ମିଶିବାର ସୁଯୋଗ ପାଇବେ। ତା’ଛଡ଼ା ସେମାନେ ସିଙ୍ଗାପୁର ଭଳି ଅତ୍ୟାଧୁନିକ ସହରର ବିଭିନ୍ନ ସ୍ଥାନ ବୁଲି ଦେଖିବେ।

ରାଜ୍ୟ ସରକାରଙ୍କ ‘ସ୍କିଲ୍ଡ ଇନ୍ ଓଡ଼ିଶା’ କାର୍ଯ୍ୟକ୍ରମ ତଥା ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧୀନରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଭୁବନେଶ୍ୱରରେ ସ୍ଥାପନ କରାଯାଇଛି ‘ବିଶ୍ୱ ଦକ୍ଷତା କେନ୍ଦ୍ର’। ଏଠାରେ ୭ଟି ଅତ୍ୟାଧୁନିକ ବିଷୟରେ ଓଡ଼ିଶାର ଯୁବପିଢ଼ିଙ୍କୁ ଫିନିସିଙ୍ଗ୍ ସ୍କୁଲ ଢାଞ୍ଚାରେ ତାଲିମ ଦିଆଯାଇ ଦେଶ ବିଦେଶର ଶିଳ୍ପ ଦୁନିଆ ଏବଂ ସେବା କ୍ଷେତ୍ରରେ ନିଯୁକ୍ତି ସୁଯୋଗ ପାଇଁ ପ୍ରସ୍ତୁତ କରାଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ର ସିଙ୍ଗାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.