Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ ପ୍ରକଳ୍ପ ନୀରିକ୍ଷଣ କଲେ ରେଳ ନିରାପତ୍ତା ଆୟୁକ୍ତ
ଆଜିର ଖବର

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ ପ୍ରକଳ୍ପ ନୀରିକ୍ଷଣ କଲେ ରେଳ ନିରାପତ୍ତା ଆୟୁକ୍ତ

August 31, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କୋଲକାତା ସ୍ଥିତ ଦକ୍ଷିଣ ପୂର୍ବ ସର୍କଲ, ରେଳ ନିରାପତ୍ତା ଆୟୁକ୍ତ (ସିଆରଏସ) ଆଜି ନିର୍ମାଣାଧୀନ ଭଦ୍ରକ-ନର୍ଗୁଣ୍ଡି ତୃତୀୟ ଲାଇନ ପ୍ରକଳ୍ପର ହରିଦାସପୁର ଏବଂ ବୈରୀ ଷ୍ଟେସନ୍ ମଧ୍ୟରେ 16.80 କିଲୋମିଟର ଦୈର୍ଘ୍ୟ ରେଳ ଲାଇନ କାର୍ଯ୍ୟ ନୀରିକ୍ଷଣ କରିଛନ୍ତି।

ବହୁ ପ୍ରତୀକ୍ଷିତ ତୃତୀୟ ଲାଇନ ପ୍ରକଳ୍ପର ଏହି ରେଳ ସେକ୍ସନର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି ଏବଂ ରେଳ ନିରାପତ୍ତା ଆୟୁକ୍ତଙ୍କ ଅନୁମୋଦନ ପରେ କାର୍ଯ୍ୟକ୍ଷମ ହେବ।  ଟ୍ରେନ୍ ଟ୍ରାଫିକ୍ ଯାତାୟାତ ପାଇଁ ସିଆରଏସଙ୍କ ଠାରୁ ସମ୍ମତି ପାଇବା ପରେ ଏହି ମାର୍ଗରେ ଟ୍ରେନ୍ ଚଳାଚଳ ପାଇଁ ଅନୁମତି ଦିଆଯିବ।

ରେଳ ନିରାପତ୍ତା ଆୟୁକ୍ତ ହରିଦାସପୁର ଏବଂ ବୈରୀ ଷ୍ଟେସନ ମଧ୍ୟରେ ଥିବା ସମସ୍ତ ନିରାପତ୍ତା ସମ୍ବନ୍ଧୀୟ କାର୍ଯ୍ୟକୁ ପୁଙ୍ଖାନୁପୁଙ୍ଖ ଭାବରେ ଯାଞ୍ଚ କରିଛନ୍ତି। ଟ୍ରେନ୍ ଯାତାୟାତ ପାଇଁ ଟ୍ରେନ୍ ଲାଇନର ସମ୍ଭାବ୍ୟତା ମାପିବା ପାଇଁ ଦୁଇଟି ଷ୍ଟେସନ୍ ମଧ୍ୟରେ ପରୀକ୍ଷାମୂଳକ ଭାବେ ଏକ ଲାଇଟ ଇଞ୍ଜିନ୍ ଚଳାଚଳ କରାଯାଇଥିଲା।

ଏହି ପ୍ରକଳ୍ପ ର ନିର୍ମାଣ କାର୍ଯ୍ୟକୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ନିରନ୍ତର ସମୀକ୍ଷା ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମ୍ବନ୍ଧରେ ତର୍ଜମା କରିବା ଦ୍ୱାରା ସମ୍ଭବ ହୋଇଛି। ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପଗୁଡିକ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦେବାକୁ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରଙ୍କ ସଂସ୍ଥା ସମେତ ସହଭାଗୀ ମାନଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି।

ଓଡିଶାରେ ଚାଲୁରହିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାଥମିକତା ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନିରନ୍ତର ଭାବେ ନଜର ରଖିଛନ୍ତି। ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ କାର୍ଯ୍ୟ ଏହି ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧି କରିବ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଅସୁବିଧାଜନକ ଟ୍ରେନ୍ ଚଳାଚଳକୁ ଏଡାଇ ଦେଇ ପାରିବ।

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ (92.19 କିମି) ପ୍ରକଳ୍ପ 2012-13 ରେ ଅନ୍ତର୍ଭୁକ୍ତ ହୋଇଥିଲା ଏବଂ ଅକ୍ଟୋବର 2015 ରେ ଅନ୍ତିମ ମଞ୍ଜୁରୀ ଦିଆଯାଇଥିଲା। ଜଖପୁରା ଏବଂ ହରିଦାସପୁର ମଧ୍ୟରେ 23.53କିମି ରେଳ ମାର୍ଗ ଏପ୍ରିଲ 2016 ରେ, କପିଳାସ ରୋଡ୍ ଠାରୁ ଶାଳଗାଁ ପର୍ଯ୍ୟନ୍ତ 4.30 କିମି ରେଳ ମାର୍ଗ ମଇ 2019 ରେ ଏବଂ କପିଳାସ ରୋଡ୍ ଠାରୁ ନିର୍ଗୁଣ୍ଡି ପର୍ଯ୍ୟନ୍ତ 4.20 କିମି ରେଳ ମାର୍ଗ ଅକ୍ଟୋବର 2022 ରେ ପର୍ଯ୍ୟାୟକ୍ରମେ କାର୍ଯ୍ୟକ୍ଷମ ହୋଇଛି।

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ମାର୍ଗ ବଳକା 83.69 କିମି କାର୍ଯ୍ୟ ସମାପ୍ତ କରିବାକୁ 2023-24 ଆର୍ଥିକ ବର୍ଷ ଧାର୍ଯ୍ୟ କରାଯାଇଅଛି। ପ୍ରକଳ୍ପର ସର୍ବଶେଷ ଆନୁମାନିକ ମୂଲ୍ୟ ବର୍ତମାନ 1284.39 କୋଟି ଧାର୍ଯ୍ୟ କରାଯାଇଅଛି। ପୂର୍ଣ୍ଣ ପ୍ରକଳ୍ପ ନିର୍ମାଣ ପାଇଁ ଭୌତିକ ପ୍ରଗତି ହେଉଛି ପ୍ରାୟ 60%।

କୋଲକାତା ଭଦ୍ରକ-ନିର୍ଗୁଣ୍ଡି ରେଳ ନିରାପତ୍ତା ଆୟୁକ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମନ୍ଦିରରେ ବଦଳିବ ଦର୍ଶନ ବ୍ୟବସ୍ଥା: ୩-୪ ମାସରେ ଲାଗୁ ହେବ ଧାଡ଼ି ଦର୍ଶନ

August 24, 2026

ଜାତୀୟ ମହାକାଶ ଦିବସ, ଓଡିଶାରେ ଉପଗ୍ରହ ଉତ୍‌କ୍ଷେପଣ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଅଛି ବୋଲି କହିଲେ ମନ୍ତ୍ରୀ

August 24, 2026

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେଲେ ୧୦ଜଣ ମନ୍ତ୍ରୀ,୯୫ ପ୍ରତିଶତ ସମାଧାନ

August 24, 2026

ଏମଏମଡିଆର ବିଲକୁ ପ୍ରତ୍ୟାହାର ଦାବିରେ ଇଣ୍ଡିଆମେଣ୍ଟ ତରଫରୁ ମଶାଲ ଯାତ୍ରା

August 24, 2026
Latest News

ଶ୍ରୀମନ୍ଦିରରେ ବଦଳିବ ଦର୍ଶନ ବ୍ୟବସ୍ଥା: ୩-୪ ମାସରେ ଲାଗୁ ହେବ ଧାଡ଼ି ଦର୍ଶନ

August 24, 2026

ଜାତୀୟ ମହାକାଶ ଦିବସ, ଓଡିଶାରେ ଉପଗ୍ରହ ଉତ୍‌କ୍ଷେପଣ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଅଛି ବୋଲି କହିଲେ ମନ୍ତ୍ରୀ

August 24, 2026

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେଲେ ୧୦ଜଣ ମନ୍ତ୍ରୀ,୯୫ ପ୍ରତିଶତ ସମାଧାନ

August 24, 2026

ଏମଏମଡିଆର ବିଲକୁ ପ୍ରତ୍ୟାହାର ଦାବିରେ ଇଣ୍ଡିଆମେଣ୍ଟ ତରଫରୁ ମଶାଲ ଯାତ୍ରା

August 24, 2026

ପାନୀୟ ଜଳ ଟାଙ୍କି ଓ ଫିଲ୍ଟରର ସ୍ୱଚ୍ଛତା ଓ ଜୀବାଣୁମୁକ୍ତି ପାଇଁ ଭାରତୀୟ ରେଳବାଇର ସ୍ୱତନ୍ତ୍ର ଅଭିଯାନ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.