Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନସିଇଆରଟିକୁ ଡିମଡ୍ ଟୁ ବି ୟୁନିଭର୍ସିଟିର ମାନ୍ୟତା: କେନ୍ଦ୍ର ମନ୍ତ୍ରୀ
ଆଜିର ଖବର

ଏନସିଇଆରଟିକୁ ଡିମଡ୍ ଟୁ ବି ୟୁନିଭର୍ସିଟିର ମାନ୍ୟତା: କେନ୍ଦ୍ର ମନ୍ତ୍ରୀ

September 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ଠାରେ ଜାତୀୟ ଶିକ୍ଷା ଅନୁସନ୍ଧାନ ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି)ର ୬୩ତମ ପ୍ରତିଷ୍ଠା ଦିବସରେ ଯୋଗଦେଇ ଏନସିଇଆରଟିକୁ ନୂଆ ଉଚ୍ଚତାକୁ ନେବା ଦିଗରେ ଏକ ବଡ ଘୋଷଣା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଏନସିଇଆରଟିକୁ ଡିମଡ୍ ଟୁ ବି ୟୁନିଭର୍ସିଟି ମାନ୍ୟତା ଦେବା ପାଇଁ ଘୋଷଣା କରିଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ ସିଆଇଇଟିର ଏକ ଅତ୍ୟାଧୁନିକ ଆଇସିଟି ଲ୍ୟାବର ମଧ୍ୟ ଲୋକାର୍ପଣ କରିଛନ୍ତି।

ଏନସିଇଆରଟିକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବା ଅବସରରେ ଅଭିନନ୍ଦନ ଜଣାଇବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଶିକ୍ଷା ମନୁଷ୍ୟର ପୁରୁଷାର୍ଥକୁ ଚରିତାର୍ଥ କରିବାର ମାଧ୍ୟମ ଅଟେ । ଏନସିଇଆରଟି ଦେଶର ଶିକ୍ଷା ପ୍ରଣାଳୀରେ ଅଭୂତପୂର୍ବ ଯୋଗଦାନ ରଖିଛି । ଗବେଷଣା, ସ୍କୁଲ ଶିକ୍ଷା, ଶିକ୍ଷକ ପ୍ରଶିକ୍ଷଣ ଏବଂ କିଶୋର କଶୋରୀଙ୍କୁ ଶିକ୍ଷା ଦେବା ଭଳି କ୍ଷେତ୍ରରେ ଏନସିଇଆରଟି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଗବେଷଣା ବିଶ୍ୱବିଦ୍ୟାଳୟ ଭାବରେ ପରିଣତ ଏନସିଇଆରଟି ବୈଶ୍ୱିକ ସହଭାଗୀତା ଦିଗରେ ନୂଆ ସୁଯୋଗ ପ୍ରଦାନ କରିବ ଏବଂ ବୈଶ୍ୱିକ ଶିକ୍ଷା ଦୃଶ୍ୟପଟ୍ଟରେ ନିଜର ଯୋଗଦାନ ରଖିବ।

ପିଲାଙ୍କ ରୁଚି ଅନୁସାରେ ଶିକ୍ଷା ପଦ୍ଧତି ହେଲେ ଶିଶୁଙ୍କ ବିକାଶ ହେବ । ଏହି ପୃଷ୍ଠଭୂମିରେ ଏନସିଇଆରଟି ଦ୍ୱାରା ୩ରୁ ୮ ବର୍ଷ ଶିଶୁଙ୍କ ପାଇଁ ବିକଶିତ ହୋଇଥିବା କ୍ରୀଡା ଆଧାରିତ ଶିକ୍ଷା “ଯାଦୁଇ ପିଟାରା” ଶିକ୍ଷା ପଦ୍ଧତିରେ ପରିବର୍ତ୍ତନର ଏକ ଉପକ୍ରମ ହୋଇଛି । ଏହାଦ୍ୱାରା ଦେଶର ୧୦ କୋଟି ଛାତ୍ରଛାତ୍ରୀମାନେ ଉପକୃତ ହେବେ । ଶିଶୁଙ୍କ ସାମଗ୍ରିକ ବିକାଶ ପାଇଁ ଏନସିଇଆରଟି ସହ ବାଲଭବନ ଏବଂ ବାଲବାଟିକାକୁ ମିଶାଇବା ପାଇଁ ଆହ୍ୱାନ କରିଥିଲେ କେନ୍ଦ୍ରମନ୍ତ୍ରୀ।

ମାତୃଭାଷା ଉପରେ ପାଠ୍ୟପୁସ୍ତକ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦେବା ନେଇ କେନ୍ଦ୍ରମନ୍ତ୍ରୀ କହିବା ସହ ଏନସିଇଆରଟିକୁ ନିଜର ୭ଟି ଆଞ୍ଚଳିକ କେନ୍ଦ୍ରରେ ଏଆର, ଭିଆର, ଏଆଇ, ଲ୍ୟାବ ସ୍ଥାପନା କରିବା ପାଇଁ ପରାମର୍ଶ ଦେଇଥିଲେ । ସେ କହିଥିଲେ ଭାରତକୁ ଗବେଷଣା ଓ ନବସୃଜନର ପେଣ୍ଠସ୍ଥଳୀ ଭାବରେ ପରିଣତ କରିବାକୁ ହେଲେ ବିଶ୍ୱର ନୂତନ ପ୍ରଯୁକ୍ତିବିଦ୍ୟା ସହ କେନ୍ଦ୍ର ଗୁଡିକୁ ପ୍ରସ୍ତୁତ କରିବାକୁ ହେବ । ଏନସିଇଆରଟି ଶିକ୍ଷକ ପ୍ରଶିକ୍ଷଣ ମଧ୍ୟ ପାଠ୍ୟକ୍ରମକୁ ସର୍ବୋତ୍ତମ କରିବା ଦରକାର । ଭାରତର ଛାତ୍ରଛାତ୍ରୀଙ୍କୁ ଶିଳ୍ପ ବିପ୍ଲବ ୪.୦ ପାଇଁ ପ୍ରସ୍ତୁତ ରହିବାକୁ ହେବ । ଭାରତର କୋଭିଡ ସୁପରିଚାଳନା ତଥା ଚନ୍ଦ୍ରାୟାନ ଭଳି ବିଷୟବସ୍ତୁ ଉପରେ ତଥ୍ୟ ଆଧାରିତ ପୁସ୍ତକ ଏନସିଇଆରଟି ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇ ଆଗାମୀ ପିଢି ଭାରତର ବିଚାର ଏବଂ ନୈତିକତା ସହିତ ନୂତନ ବିକାଶକୁ ମଧ୍ୟ ଜାଣିବା ଦରକାର ବୋଲି ସେ କହିଥିଲେ । ଏନସିଇଆରଟି ପରିବାରର ସମସ୍ତ ସଦସ୍ୟଙ୍କୁ ଶ୍ରୀ ପ୍ରଧାନ ପ୍ରତିଷ୍ଠା ଦିବସର ଶୁଭକାମନା ଜଣାଇଲେ ।

ଧର୍ମେନ୍ଦ୍ର ପ୍ରଧାନ ପ୍ରତିଷ୍ଠା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026
Latest News

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.