Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ବଜ୍ରାଘାତ ଯୋଗୁଁ ଦୁଇ ଜଣଙ୍କର ମୃତ୍ୟୁ, ଶୋକାକୁଳ ପରିବେଶ
ଆଜିର ଖବର

ବାଣପୁରରେ ବଜ୍ରାଘାତ ଯୋଗୁଁ ଦୁଇ ଜଣଙ୍କର ମୃତ୍ୟୁ, ଶୋକାକୁଳ ପରିବେଶ

September 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Lightening
ବାଣପୁରରେ ବଜ୍ରାଘାତ ଯୋଗୁଁ ଦୁଇ ଜଣଙ୍କର ମୃତ୍ୟୁ, ଶୋକାକୁଳ ପରିବେଶ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ପୃଥକ ପୃଥକ ସ୍ଥାନରେ ବଜ୍ରାଘାତ ରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକ ଦ୍ବୟ ହେଲେ ନୀଳାଦ୍ରି ପ୍ରସାଦ ପଞ୍ଚାୟତ ଅରାଙ୍ଗ ଗ୍ରାମ ଭୋଇ ସାହିର ଗୋଲଖ ରଣସିଂହ ଙ୍କ ପୁଅ ରଞ୍ଜତ ରଣସିଂହ(22) ଏବଂ ଦାମିଆ ବରବରା ପଞ୍ଚାୟତ କଦମଝୋଲା ଗ୍ରାମର ଭିକାରି ଶବର ଙ୍କ ପୁତ୍ର ଅମର ଶବର(12)।

ଖବର ମୁତାବକ ଆଜି ଅପରାହ୍ନରେ ବାଣପୁର ଅଞ୍ଚଳରେ ବଜ୍ରାଘାତ ହୋଇଥିଲା। ଉକ୍ତ ସମୟରେ ଅରାଙ୍ଗ ଗ୍ରାମ ବିଲରେ ରଞ୍ଜତ ତାଙ୍କ ୩ ସାଙ୍ଗଙ୍କ ସହ ଥିବା ବେଳେ ସମସ୍ତେ ବଜ୍ରାଘାତ ର ଶିକାର ହୋଇଥିଲେ। ଫଳରେ ରଞ୍ଜତଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନୁରୂପ ଭାବେ କଦମଝୋଲା ଗ୍ରାମର ଅମର ମଧ୍ୟ ସେହି ସମୟରେ ବର୍ଷା ନିମନ୍ତେ ସଡ଼କ କଡରେ ଛିଡା ହୋଇଥିବା ବେଳେ ସେ ମଧ୍ୟ ବଜ୍ରାଘାତ ର ଶିକାର ହୋଇଥିଲେ।

ପରିବାରବର୍ଗ ତାଙ୍କୁ ଗୁରୁତର ଭାବେ ବାଣପୁର ମେଡିକାଲ କୁ ନେଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ବଜ୍ରାଘାତ ଯୋଗୁଁ ଦୁଇ ଦୁଇ ଟି ଅମୁଲ୍ୟ ଜୀବନ ଚାଲିଯାଇଥିବା ବେଳେ ମେଡିକାଲ ପରିସରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଓ ବାଣପୁର ପୋଲିସ ମେଡିକାଲ ପରିସରରେ ଉପସ୍ଥିତ ଅଛନ୍ତି। ତେବେ ରଞ୍ଜତଙ୍କ ଦୁଇ ସାଙ୍ଗ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ସଞ୍ଜୟ ନାୟକ(32) ଏବଂ ପ୍ରଶାନ୍ତ ନାୟକ(29)।

ବଜ୍ରାଘାତ ବାଣପୁର ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱିତୀୟ ଟେଷ୍ଟ ପୂର୍ବରୁ କୋଚ୍ ଗମ୍ଭୀରଙ୍କୁ ଚେତାବନୀ: କୁଲଦୀପଙ୍କ ପ୍ରସଙ୍ଗରେ ଚର୍ଚ୍ଚା ଜୋର

August 22, 2026

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026
Latest News

ଦ୍ୱିତୀୟ ଟେଷ୍ଟ ପୂର୍ବରୁ କୋଚ୍ ଗମ୍ଭୀରଙ୍କୁ ଚେତାବନୀ: କୁଲଦୀପଙ୍କ ପ୍ରସଙ୍ଗରେ ଚର୍ଚ୍ଚା ଜୋର

August 22, 2026

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.