Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭୫ ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି: ଓଡିଶାରୁ ୪ ମନୋନୀତ
ଆଜିର ଖବର

୭୫ ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି: ଓଡିଶାରୁ ୪ ମନୋନୀତ

September 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଦ୍ରୌପଦୀ ମୁର୍ମୁ
୭୭ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

ଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସେପ୍ଟେମ୍ବର ୫, ୨୦୨୩ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୭୫ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩ ପ୍ରଦାନ କରିବେ। ପ୍ରତି ବର୍ଷ ଭାରତରେ ସେପ୍ଟେମ୍ବର ୫ ତାରିଖ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୟନ୍ତୀ ଦିବସକୁ ଜାତୀୟ ଶିକ୍ଷକ ଦିବସ ଭାବେ ରୂପେ ପାଳନ କରା ଯାଇଥାଏ। ଜାତୀୟ ଶିକ୍ଷକ ପୁରସ୍କାରର ଉଦ୍ଦେଶ୍ୟ ହେଉଛି ଦେଶରେ ଶିକ୍ଷକ ମାନଙ୍କର ଅନନ୍ୟ ଅବଦାନକୁ ସ୍ୱୀକୃତି ପ୍ରଦାନ କରିବା ଏବଂ ଯେଉଁ ଶିକ୍ଷକମାନେ ନିଜ ପ୍ରତିବଦ୍ଧତା ଓ ନିଷ୍ଠା ବଳରେ କେବଳ ଶିକ୍ଷାର ଗୁଣବତ୍ତାରେ ଉନ୍ନତି କରି ନାହାନ୍ତି ବରଂ ସେମାନଙ୍କ ଛାତ୍ରଛାତ୍ରୀ ମାନଙ୍କ ଜୀବନକୁ ମଧ୍ୟ ସମୃଦ୍ଧ କରିଛନ୍ତି ସେହି ଶିକ୍ଷକ ମାନଙ୍କୁ ସମ୍ମାନିତ କରିବା। ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ। ପୁରସ୍କାର ବିଜେତାମାନେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବା ପାଇଁ ମଧ୍ୟ ସୁଯୋଗ ପାଇବେ।

ଓଡିଶାରୁ ଦୁଇ ଜଣ ଶିକ୍ଷକ ଏବଂ ଦୁଇ ଜଣ ପ୍ରଶିକ୍ଷଣ ଅଧିକାରୀ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଭଦ୍ରକ ଜିଲ୍ଲାର କେନ୍ଦୁଆପଡ଼ା ନୋଡାଲ ହାଇସ୍କୁଲର ଶିକ୍ଷକ ଶଶି ଶେଖର କର ଶର୍ମା ଏବଂ ଜଗତସିଂହପୁର ଜିଲ୍ଲାର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଭାଷ ଚନ୍ଦ୍ର ରାଉତଙ୍କୁ ଏହି ଅବସରରେ ପୁରସ୍କୃତ କରାଯିବ। ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ପୁରସ୍କାର ବିଜେତାଙ୍କ ମଧ୍ୟରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲା ଜଟଣୀ ନିକଟସ୍ଥ ଖୁଦପୁରସ୍ଥିତ ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ୱତନ୍ତ୍ର ଆଇଟିଆଇ ଅନୁଷ୍ଠାନର ପ୍ରଶିକ୍ଷଣ ଅଧିକାରୀ ରବିନାରାୟଣ ସାହୁ ଏବଂ ଭୁବନେଶ୍ୱରର ରାଜ୍ୟପାଳ ଭବନ ନିକଟରେ ଥିବା ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନର ସହକାରୀ ପ୍ରଶିକ୍ଷଣ ଅଧିକାରୀ (ଏଟିଓ) ସୁନୀତା ସିଂହ।

ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ପ୍ରତି ବର୍ଷ ଶିକ୍ଷକ ଦିବସରେ ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଦେଶର ଶ୍ରେଷ୍ଠ ଶିକ୍ଷକ ମାନଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରା ଯାଇଥାଏ। ଚଳିତ ବର୍ଷ ଠାରୁ ଜାତୀୟ ଶିକ୍ଷକ ପୁରସ୍କାରର ପରିସରକୁ ବ୍ୟାପକ କରାଯାଇ ଉଚ୍ଚଶିକ୍ଷା ବିଭାଗ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ଶିକ୍ଷକ ମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ଚଳିତ ବର୍ଷ ୫୦ ଜଣ ସ୍କୁଲ ଶିକ୍ଷକ, ଉଚ୍ଚଶିକ୍ଷା ବିଭାଗର ୧୩ ଜଣ ଶିକ୍ଷକ ଓ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ୧୨ ଜଣ ଶିକ୍ଷକଙ୍କୁ ମଧ୍ୟ ପୁରସ୍କୃତ କରାଯିବ।

ଅଭିନବ ଶିକ୍ଷାଦାନ, ଗବେଷଣା, ସାମୂହିକ ପ୍ରସାର ଏବଂ କାର୍ଯ୍ୟର ଅଭିନବତାକୁ ସ୍ୱୀକୃତି ଦେବା ଉଦ୍ଦେଶ୍ୟରେ ଅଂଶଗ୍ରହଣ (ଜନ ଭାଗିଦାରୀ) କୁ ସର୍ବାଧିକ କରିବା ପାଇଁ ଅନଲାଇନ ମାଧ୍ୟମରେ ନାମାଙ୍କନ ଆହ୍ୱାନ କରା ଯାଇଥିଲା । ମାନ୍ୟବର ଶିକ୍ଷା ମନ୍ତ୍ରୀ ଶିକ୍ଷକ ଚୟନ ପାଇଁ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ନେଇ ତିନୋଟି ପୃଥକ ସ୍ୱାଧୀନ ଜାତୀୟ ଜୁରି ଗଠନ କରିଥିଲେ।

ଜାତୀୟ ଶିକ୍ଷକ ପୁରସ୍କାର ଦ୍ରୌପଦୀ ମୁର୍ମୁ ବିଜ୍ଞାନ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026
Latest News

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.