Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ
ଆଜିର ଖବର

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

September 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ବରିଷ୍ଠ ବିଜେଡ଼ି ନେତା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଜି ପରଲୋକ ହୋଇଯାଇଛି। ଆଜି ସନ୍ଧ୍ୟା ୭ଟା ୩୧ ମିନିଟରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିବାରୁ ତାଙ୍କୁ ବିଭିନ୍ନ ସମୟରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସକାଳେ ତାଙ୍କର ଦେହ ଗୁରୁତର ହୋଇପଡିବାରୁ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ତାଙ୍କର ଆଜି ସଂଧ୍ୟାରେ ପରଲୋକ ହୋଇଯାଇଛି।

ବର୍ତ୍ତମାନ ସେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରୁ ବିଧାୟକ ଭାବେ କାର୍ଯ୍ୟକରୁଥିଲେ। ସେ ଓଡିଶା ବିଧାନସଭାର ବାଚସ୍ପତି ଭାବେ କାର୍ଯ୍ୟ କରିଥିଲେ। ଏହା ପୂର୍ବରୁ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ସେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜଣେ ସହଯୋଗୀ ଭାବେ ବେଶ ଜଣାଶୁଣା।

ସୂର୍ଯ୍ୟ ନାରାୟଣ ପାତ୍ର ଗଂଜାମ ଜିଲ୍ଲା ଦିଗପହଣ୍ଡି ଓ ଗଜପତି ଜିଲ୍ଲା ମୋହନା ବିଧାନସଭା ଆସନରୁ ୭ ଥର ବିଧାୟକ ହୋଇଥିଲେ। ମୋହନାରୁ ୪ ଥର ଓ ଦିଗପହଣ୍ଡିରୁ ୩ ଥର ବିଧାୟକ ହୋଇଥିଲେ। ସେ ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

ପରଲୋକ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ବାଣିଜ୍ୟିକ ବିମାନ ଚଳାଚଳ ଆରମ୍ଭ

December 25, 2025

Merry Christmas: ଖ୍ରୀଷ୍ଟମାସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

December 25, 2025

ନୂଆବର୍ଷର ପ୍ରଥମ ଦିନରେ ଘରକୁ ଆଣନ୍ତୁ ଏହି ଜିନିଷ, ଦୂର ହେବ ସମସ୍ତ ସମସ୍ୟା

December 25, 2025

ଆଜି ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ନୌ ଗସ୍ତ: ରାଷ୍ଟ୍ର ପ୍ରେରଣା ସ୍ଥଳକୁ କରିବେ ଉଦଘାଟନ

December 25, 2025
Latest News

ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ବାଣିଜ୍ୟିକ ବିମାନ ଚଳାଚଳ ଆରମ୍ଭ

December 25, 2025

Merry Christmas: ଖ୍ରୀଷ୍ଟମାସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

December 25, 2025

ନୂଆବର୍ଷର ପ୍ରଥମ ଦିନରେ ଘରକୁ ଆଣନ୍ତୁ ଏହି ଜିନିଷ, ଦୂର ହେବ ସମସ୍ତ ସମସ୍ୟା

December 25, 2025

ଆଜି ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ନୌ ଗସ୍ତ: ରାଷ୍ଟ୍ର ପ୍ରେରଣା ସ୍ଥଳକୁ କରିବେ ଉଦଘାଟନ

December 25, 2025

ସଦୈବ ଅଟଳ: ଯାହାଙ୍କ ନିରବତା ଥିଲା ଶବ୍ଦଠାରୁ ଅଧିକ ଶକ୍ତିଶାଳୀ

December 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.